ପରିବା ବଜାରରେ ଅଗ୍ନିକାଣ୍ଡ, ୪୦ରୁ ଉର୍ଦ୍ଧ୍ବ ଦୋକାନ ପୋଡି ପାଉଁଶ

ଜୟପୁର: କୋରାପୁଟ ଜିଲ୍ଲା ଜୟପୁର ସ୍ଥିତ ବିଦ୍ୟାଧର ବଜାରରେ ଶନିବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକଣ୍ଡରେ ପରିବା ବଜାର ୪୦ଟି ଦୋକାନ ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି। ଖବରପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚିଥିଲା। ବହୁ ସମୟ ଚେଷ୍ଟା ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲେ। ତେବେ  ସେତେବେଳକୁ ୪୦ ରୁ ୫୦ ଦୋକାନ ସମ୍ପୂର୍ଣ୍ଣ ପୋଡି ଯାଇଥିଲା। ଅନେକ ପରିବା ନିଆଁରେ ପୋଡି ନଷ୍ଟ ହୋଇଯାଇଛି। ଲକ୍ଷାଧିକ ଟଙ୍କାର […]

ଜୟପୁର: କୋରାପୁଟ ଜିଲ୍ଲା ଜୟପୁର ସ୍ଥିତ ବିଦ୍ୟାଧର ବଜାରରେ ଶନିବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକଣ୍ଡରେ ପରିବା ବଜାର ୪୦ଟି ଦୋକାନ ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି। ଖବରପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚିଥିଲା। ବହୁ ସମୟ ଚେଷ୍ଟା ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲେ। ତେବେ  ସେତେବେଳକୁ ୪୦ ରୁ ୫୦ ଦୋକାନ ସମ୍ପୂର୍ଣ୍ଣ ପୋଡି ଯାଇଥିଲା। ଅନେକ ପରିବା ନିଆଁରେ ପୋଡି ନଷ୍ଟ ହୋଇଯାଇଛି। ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଛି। ତୁରନ୍ତ ସହାୟତା ପ୍ରଦାନ କରିବାକୁ ବ୍ୟବସାୟୀମାନେ ଦାବି କରିଛନ୍ତି । ତେବେ ଅଗ୍ନିକାଣ୍ଡର କାରଣ ଜଣା ପଡିନି ।

About The Author: The Sakala