ଆଜିଠାରୁ କୃଷି ଓଡ଼ିଶା-୨୦୨୪, ଉଦ୍‌‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆଜି ଠାରୁ ୧୪ ଯାଏଁ କୃଷି ଓଡ଼ିଶା-୨୦୨୪ ଆୟୋଜିତ ହେବାକୁ ଯାଉଛି। ଜନତା ମଇଦାନଠାରେ ଆୟୋଜିତ ଏହି ତିନିଦିନିଆ କାର୍ଯ୍ୟକ୍ରମରେ ମହିଳା କୃଷକ, ସ୍ୱୟଂ ସହାୟକ ଗୋଷ୍ଠୀ, ମହିଳା କୃଷି ଉଦ୍ୟୋଗୀ, ବ୍ୟବସାୟିକ ସଂସ୍ଥା, ସେବା ପ୍ରଦାନକାରୀ ପ୍ରତିଷ୍ଠାନ, କୃଷି ଉଦ୍ୟୋଗୀ ଓ ଶିଳ୍ପଗୁଡ଼ିକ ମଧ୍ୟରେ ସମନ୍ୱୟ ବୃଦ୍ଧି କରିବା ପ୍ରମୁଖ ଲକ୍ଷ୍ୟ ରହିଛି। ସେହିପରି କୃଷି କ୍ଷେତ୍ରରେ ମହିଳାଙ୍କ ଅବଦାନକୁ ଅଧିକ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟ ସରକାର ‘କୃଷି ଓଡ଼ିଶା-୨୦୨୪’ର ବିଷୟବସ୍ତୁ ‘କୃଷି […]

ଭୁବନେଶ୍ୱର: ଆଜି ଠାରୁ ୧୪ ଯାଏଁ କୃଷି ଓଡ଼ିଶା-୨୦୨୪ ଆୟୋଜିତ ହେବାକୁ ଯାଉଛି। ଜନତା ମଇଦାନଠାରେ ଆୟୋଜିତ ଏହି ତିନିଦିନିଆ କାର୍ଯ୍ୟକ୍ରମରେ ମହିଳା କୃଷକ, ସ୍ୱୟଂ ସହାୟକ ଗୋଷ୍ଠୀ, ମହିଳା କୃଷି ଉଦ୍ୟୋଗୀ, ବ୍ୟବସାୟିକ ସଂସ୍ଥା, ସେବା ପ୍ରଦାନକାରୀ ପ୍ରତିଷ୍ଠାନ, କୃଷି ଉଦ୍ୟୋଗୀ ଓ ଶିଳ୍ପଗୁଡ଼ିକ ମଧ୍ୟରେ ସମନ୍ୱୟ ବୃଦ୍ଧି କରିବା ପ୍ରମୁଖ ଲକ୍ଷ୍ୟ ରହିଛି। ସେହିପରି କୃଷି କ୍ଷେତ୍ରରେ ମହିଳାଙ୍କ ଅବଦାନକୁ ଅଧିକ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟ ସରକାର ‘କୃଷି ଓଡ଼ିଶା-୨୦୨୪’ର ବିଷୟବସ୍ତୁ ‘କୃଷି ପ୍ରଗତିରେ ମହିଳା’ ଶୀର୍ଷକ ରଖିଛନ୍ତି। ଏହାସହ କୃଷିକୁ ଅଧିକ ଲାଭଦାୟୀ କରିପାରିଥିବା ମହିଳା କୃଷକଙ୍କ ସର୍ବୋତ୍ତମ ଉତ୍ପାଦ ଓ ଅନୁଶୀଳନକୁ ପ୍ରଦର୍ଶିତ କରିବା ପାଇଁ କାର୍ଯ୍ୟକ୍ରମରେ ଲକ୍ଷ୍ୟ ରଖାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସବକୁ ଉଦ୍‌ଘାଟନ କରିବେ। ରାଜ୍ୟପାଳ ରଘୁବର ଦାସ ଉଦ୍‌‌ଯାପନୀ ସମାରୋହରେ ଯୋଗଦେବା ନେଇ କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

ରାଜ୍ୟର କୋଣ ଅନୁକୋଣରୁ ପ୍ରାୟ ୫ହଜାର ମହିଳା କୃଷକ ଏବଂ ୨ହଜାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ଓ କୃଷି ଉଦ୍ୟୋଗୀମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ସଫଳ ମହିଳା କୃଷକ ଓ ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ସମ୍ୱର୍ଦ୍ଧିତ କରାଯିବ। ରାଜ୍ୟରେ କୃଷି, ଉଦ୍ୟାନକୃଷି, ଖାଦ୍ୟ ପ୍ରକ୍ରିୟାକରଣ, ମତ୍ସ୍ୟଚାଷ ଓ ପ୍ରାଣୀପାଳନ କ୍ଷେତ୍ରରେ ରହିଥିବା ଅନନ୍ୟ ସୁଯୋଗଗୁଡ଼ିକ ପ୍ରଦର୍ଶିତ କରାଯିବ। ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ, କେନ୍ଦ୍ର ସରକାର, ଆଇସିଏଆର୍‌‌ ପ୍ରତିଷ୍ଠାନ, ସିଜିଆଇଏଆର୍‌‌ ପ୍ରତିଷ୍ଠାନ, ବେସରକାରୀ ସଂଗଠନ ଗୁଡ଼ିକର ସହଯୋଗରେ ୧୭ଟି ବୈଷୟିକ ଅଧିବେଶନ ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର