ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଜନସମୁଦ୍ର ଶ୍ରୀକ୍ଷେତ୍ରଧାମ; ଭକ୍ତଙ୍କ ହରିବୋଲ, ହୁଳହୁଳିରେ କମ୍ପୁଛି ବଡଦାଣ୍ଡ

Madhusudan Das Picture
Published On

ପୁରୀ: ଆଜି ମହାପ୍ରଭୁଙ୍କ ପବିତ୍ର ସ୍ନାନଯାତ୍ରା । ରତ୍ନ ମଣ୍ଡପରୁ ସ୍ନାନ ମଣ୍ଡପକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ମହାପ୍ରଭୁଙ୍କୁ ଦେଖିବା ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି । ହରିବୋଲ, ହୁଳହୁଳିରେ କମ୍ପୁଛି ବଡଦାଣ୍ଡ । ମହାପ୍ରଭୁଙ୍କ ଏହି ଦିବ୍ୟ ସ୍ନାନ ଦେଖିବା ପାଇଁ ଶ୍ରୀମନ୍ଦିର ସିଂହଦ୍ବାରଠୁ ମରିଚି କୋଟ ଓ ଶ୍ରୀମନ୍ଦିର ପରିକ୍ରମାମାର୍ଗ ସଂଲଗ୍ନ ସାହି ରାସ୍ତାଗୁଡ଼ିକ ଜନଗହଳି ହୋଇଉଠିଛି । ପରିକ୍ରମା ମାର୍ଗ ଓ ସିଂହଦ୍ୱାର ସମ୍ମୁଖରେ ଯାତ୍ରୀମାନେ ସ୍ନାନବେଳର ସେହି ଦୁର୍ଲଭ ମୁହୂର୍ତ୍ତ ଦେଖିବାପାଇଁ ରବିବାର ସନ୍ଧ୍ୟାରୁ ଡେରା ପକାଇ ବସିଛନ୍ତି ଭକ୍ତ । ରାତିସାରା ବଡ଼ଦାଣ୍ଡରେ ଉଜାଗର ରହିଛନ୍ତି ଲକ୍ଷ ଲକ୍ଷ ଭକ୍ତ। ଆଜି ଦେଖିବେ ମହାପ୍ରଭୁଙ୍କ ଦୁର୍ଲଭ ହାତୀବେଶ। 

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ବଡ଼ଦାଣ୍ଡରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକଠାରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ବ୍ୟାରିକେଡ୍‌ ବ୍ୟବସ୍ଥା କରାଯାଇଛି। ଭକ୍ତମାନେ ଧାଡ଼ିରେ ଯାଇ ମହାପ୍ରଭୁଙ୍କୁ ଶୃଙ୍ଖଳିତଭାବେ ଦର୍ଶନ କରିବାର ସୁଯୋଗ ପାଇ ପାରିବେ। ଗରମ ଗୁଳୁଗୁଳିରୁ ରକ୍ଷା ପାଇଁ ବ୍ୟାରିକେଡ଼ ଉପରେ ଛାମୁଡ଼ିଆ ବ୍ୟବସ୍ଥା ସହ ପାନୀୟ ଜଳର ସୁବନ୍ଦୋବସ୍ତ କରାଯାଇଛି। ମହାପ୍ରଭୁଙ୍କ ଏହି ଦିବ୍ୟ ଦୁର୍ଲ୍ଲଭ ବେଶକୁ ଦର୍ଶନ କରିବା ପାଇଁ ସମସ୍ତ ନୀତିକାନ୍ତି ଶୃଙ୍ଖଳିତ କରିବାକୁ ସେବାୟତଙ୍କ ସହ ବିସ୍ତୃତ ଆଲୋଚନା କରାଯାଇଛି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର