ମନୋରଞ୍ଜନ

ଦିବ୍ୟାଙ୍ଗଙ୍କ ଉପରେ ମନ୍ତବ୍ୟ ଦେଇ ଫସିଥିଲେ କମେଡିଆନ୍ ସମୟ ରାଇନା: ଏବେ ସବୁ ଏଫଆଇଆର ଖାରଜ କଲେ ସୁପ୍ରିମକୋର୍ଟ
ନିଟ୍ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗରେ ଚୁପ୍ କାହିଁକି ଥିଲେ ସୋନୁ ନିଗମ? ଦେଲେ ଏମିତି ଉତ୍ତର, କହିଲେ- 'ବାପାଙ୍କୁ କଥା ଦେଇଛି...'
ଭାରତରେ ପ୍ରତିବନ୍ଧକ ନେଇ ମୁହଁ ଖୋଲିଲେ ଅତିଫ ଅସଲାମ: କହିଲେ- 'ଯେଉଁମାନେ ବ୍ୟାନ୍ ଲଗାଇଲେ ସେମାନଙ୍କୁ ଧନ୍ୟବାଦ, ଫ୍ୟାନ୍ସ ଭିପିଏନରେ ଶୁଣୁଛନ୍ତି ଗୀତ'
୭୩ ବର୍ଷୀୟ ବଲିଉଡ ନିର୍ଦ୍ଦେଶକ ଶକିଲ ନୁରାନୀ ଗିରଫ, ୩୩ ବର୍ଷୀୟା ଅଭିନେତ୍ରୀଙ୍କୁ ଦୁଷ୍କର୍ମ ଓ ବ୍ଲାକମେଲ୍ ଅଭିଯୋଗ
ଗୋଆ ଏୟାରବିଏନବିରୁ ଦୈନିକ ୪୦,୦୦୦ ଟଙ୍କା ରୋଜଗାର ଆଶା ଫେଲ୍: ବାସ୍ତବତାକୁ ସ୍ୱୀକାର କଲେ ଅଭିନେତ୍ରୀ ପାରୁଲ ଗୁଲାଟୀ

କାର୍ତ୍ତିକ ପୂର୍ଣ୍ଣିମା ପରଦିନ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ

The Sakala Picture
Published On

ପୁରୀ: କାର୍ତ୍ତିକ ପୂର୍ଣ୍ଣିମା ପରଦିନ ଅର୍ଥାତ ନଭେମ୍ବର ୨୮ ତାରିଖରେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ । ଏ ନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ । ‘ପର୍ଯ୍ୟାୟକ୍ରମେ ସ୍କାନିଂ କରାଯିବାକୁ ନିଷ୍ପତ୍ତି ହୋଇଛି । ସ୍କାନିଂ ହେଲେ ଜଣାପଡ଼ିବ କେଉଁଠି ରହିଛି ଫାଟ’ । ଫାଟ ଓ କେତେ ପରିମାଣରେ କ୍ଷତି ହୋଇଛି, ସେନେଇ ସ୍କାନିଂ ରିପୋର୍ଟରୁ ସୂଚନା ମିଳିବ । ଟେକ୍ନିକାଲ କମିଟି ସହ ଆଲୋଚନା ପରେ ଶ୍ରୀମନ୍ଦିର […]

ପୁରୀ: କାର୍ତ୍ତିକ ପୂର୍ଣ୍ଣିମା ପରଦିନ ଅର୍ଥାତ ନଭେମ୍ବର ୨୮ ତାରିଖରେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ । ଏ ନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ । ‘ପର୍ଯ୍ୟାୟକ୍ରମେ ସ୍କାନିଂ କରାଯିବାକୁ ନିଷ୍ପତ୍ତି ହୋଇଛି । ସ୍କାନିଂ ହେଲେ ଜଣାପଡ଼ିବ କେଉଁଠି ରହିଛି ଫାଟ’ । ଫାଟ ଓ କେତେ ପରିମାଣରେ କ୍ଷତି ହୋଇଛି, ସେନେଇ ସ୍କାନିଂ ରିପୋର୍ଟରୁ ସୂଚନା ମିଳିବ । ଟେକ୍ନିକାଲ କମିଟି ସହ ଆଲୋଚନା ପରେ ଶ୍ରୀମନ୍ଦିର ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । ରତ୍ନଭଣ୍ଡାର ବାହାର ପଟ କାନ୍ଥର ଲେଜର ସ୍କାନିଂ ପରେ ଆବଶ୍ୟକ ପଡ଼ିଲେ ଭିତର ରତ୍ନଭଣ୍ଡାର ଓ ପାର୍ଶ୍ଵ ଦେବଦେବୀଙ୍କ ମନ୍ଦିରର ମଧ୍ୟ ଲେଜର ସ୍କାନିଂ କରାଯିବ । ଲେଜର ସ୍କାନିଂ ପାଇଁ ଆବଶ୍ୟକ ସହଯୋଗ ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ଯୋଗାଇଦେବେ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଲାଞ୍ଚ ମାମଲାରେ ୨ ଅବସରପ୍ରାପ୍ତ ବନ ବିଭାଗ ଅଧିକାରୀଙ୍କୁ ୩ ବର୍ଷର ସଶ୍ରମ କାରାଦଣ୍ଡ

04 Nov 2023 By The Sakala

କାର୍ତ୍ତିକ ପୂର୍ଣ୍ଣିମା ପରଦିନ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ

ପୁରୀ: କାର୍ତ୍ତିକ ପୂର୍ଣ୍ଣିମା ପରଦିନ ଅର୍ଥାତ ନଭେମ୍ବର ୨୮ ତାରିଖରେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ । ଏ ନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ । ‘ପର୍ଯ୍ୟାୟକ୍ରମେ ସ୍କାନିଂ କରାଯିବାକୁ ନିଷ୍ପତ୍ତି ହୋଇଛି । ସ୍କାନିଂ ହେଲେ ଜଣାପଡ଼ିବ କେଉଁଠି ରହିଛି ଫାଟ’ । ଫାଟ ଓ କେତେ ପରିମାଣରେ କ୍ଷତି ହୋଇଛି, ସେନେଇ ସ୍କାନିଂ ରିପୋର୍ଟରୁ ସୂଚନା ମିଳିବ । ଟେକ୍ନିକାଲ କମିଟି ସହ ଆଲୋଚନା ପରେ ଶ୍ରୀମନ୍ଦିର ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । ରତ୍ନଭଣ୍ଡାର ବାହାର ପଟ କାନ୍ଥର ଲେଜର ସ୍କାନିଂ ପରେ ଆବଶ୍ୟକ ପଡ଼ିଲେ ଭିତର ରତ୍ନଭଣ୍ଡାର ଓ ପାର୍ଶ୍ଵ ଦେବଦେବୀଙ୍କ ମନ୍ଦିରର ମଧ୍ୟ ଲେଜର ସ୍କାନିଂ କରାଯିବ । ଲେଜର ସ୍କାନିଂ ପାଇଁ ଆବଶ୍ୟକ ସହଯୋଗ ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ଯୋଗାଇଦେବେ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର