ବିଶ୍ଵ ଅଙ୍ଗ ଦାନ ଦିବସ: ସୁରଜ ପୁରସ୍କାର-୨୦୨୨ ପାଇଲେ ଗଞ୍ଜାମର ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧି

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମର ଜଗନ୍ନାଥ ପ୍ରସାଦ ଅଞ୍ଚଳର ଆଲାଡ଼ି ଗ୍ରାମର ସ୍ଵର୍ଗତ ସୁଶୀଲ ସାହୁ ଓ ଗଞ୍ଜାମ ଜିଲ୍ଲା ଗୋପାଳପୁର ସ୍ଥିତ କନିଶି ବ୍ଲକ୍ ନୀଳାଚଳ ନଗରର ସିଦ୍ଧି ସମୃଦ୍ଧିଙ୍କୁ ୨୦୨୨ ପାଇଁ ସୁରଜ ପୁରସ୍କାର ପ୍ରଦାନ କରିଛନ୍ତି। ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସୁଶିଲଙ୍କ ପତ୍ନୀ ଶ୍ରୀମତି ପିଙ୍କି ସାହୁ ଓ ସିଦ୍ଧି ଙ୍କ ପିତା ସପନ୍ କୁମାର ବିନ୍ଧାଣୀ ଉଭୟଙ୍କୁ ୫ ଲକ୍ଷ […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମର ଜଗନ୍ନାଥ ପ୍ରସାଦ ଅଞ୍ଚଳର ଆଲାଡ଼ି ଗ୍ରାମର ସ୍ଵର୍ଗତ ସୁଶୀଲ ସାହୁ ଓ ଗଞ୍ଜାମ ଜିଲ୍ଲା ଗୋପାଳପୁର ସ୍ଥିତ କନିଶି ବ୍ଲକ୍ ନୀଳାଚଳ ନଗରର ସିଦ୍ଧି ସମୃଦ୍ଧିଙ୍କୁ ୨୦୨୨ ପାଇଁ ସୁରଜ ପୁରସ୍କାର ପ୍ରଦାନ କରିଛନ୍ତି। ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସୁଶିଲଙ୍କ ପତ୍ନୀ ଶ୍ରୀମତି ପିଙ୍କି ସାହୁ ଓ ସିଦ୍ଧି ଙ୍କ ପିତା ସପନ୍ କୁମାର ବିନ୍ଧାଣୀ ଉଭୟଙ୍କୁ ୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି।

ଆହୁରି ପଢ଼ନ୍ତୁ: ପୌର ନିର୍ବାଚନ ପ୍ରସ୍ତୁତି ଜୋରଦାର: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି

ହୃଦୟ, କିଡନୀ ଓ ଯକୃତ ପରି ଜୀବନ ରକ୍ଷାକାରୀ ଅଙ୍ଗ ଦାନ ପାଇଁ ୨୦୨୦ ଠାରୁ ଏହି ପୁରସ୍କାର ଦିଆଯାଉଛି। ଚଳିତ ବର୍ଷ ଏହା ତୃତୀୟ ସୁରଜ୍ ପୁରସ୍କାର ।୨୦୨୦ ରେ ଗଞ୍ଜାମର ମସ୍ତିସ୍କ ମୃତ ସୁରଜ୍ ବେହେରାଙ୍କ ପିତାମାତା ତାଙ୍କର ଛ ଟି ଗୁରୁତବପୂର୍ଣ ଅଙ୍ଗ ଦାନ କରି ଛଅ ଟି ଜୀବନ ରକ୍ଷା କରି ଥିବାରୁ , ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ସେହି ବର୍ଷ ତାଙ୍କ ନାମରେ ସୁରଜ୍ ପୁରସ୍କାର ଆରମ୍ଭ କରିଥିଲେ।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରଦେଶରେ ବଡ଼ ଅଘଟଣ: ନାଳର ପ୍ରଖର ସ୍ରୋତରେ ଭାସିଗଲା କାର୍‌, ୮ ଓଡ଼ିଆ ଶ୍ରଦ୍ଧାଳୁ ମୃତ

ଉଭୟ ସୁଶୀଲ ଓ ସିଦ୍ଧିଙ୍କ ପିତା ମାତାଙ୍କ ନିକଟରେ ସମାଜ ରୁଣୀ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ବାରା ସମାଜ ଉପରେ ବହୁତ୍ ଭଲ ପ୍ରଭାବ ପଡୁଛି। ଏହି ପରି ଭଲ କାମ କରି ସମାଜ ପାଇଁ ପ୍ରେରଣା ସୃଷ୍ଟି କରି ଏକ ସୁନ୍ଦର ସମାଜ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ଆହୁରି ପଢ଼ନ୍ତୁ: ସରିଲା ସର୍ବଦଳୀୟ ବୈଠକ: MMDR ଉପରେ ଆଲୋଚନା କରାଯିବା ନେଇ ଦାବି କରିଛୁ କହିଲେ ବିରୋଧୀଦଳ ମୁଖ୍ୟ ସଚେତକ

ମୂଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଅଙ୍ଗ ଦାନ ଅନେକ ପରିବାର ପାଇଁ ଆଶା ସୃଷ୍ଟି କରି ପାରୁଛି। ଅନ୍ୟର ଜୀବନ ରକ୍ଷା ସବୁଠାରୁ ଅଧିକ ପୁଣ୍ୟ କାର୍ଯ୍ୟ। ଅଙ୍ଗ ଦାନ ଏକ ସାହସିକ ନିଷ୍ପତ୍ତି। ଅଙ୍ଗ ଦାନ କରୁଥିବା ପରିବାରଙ୍କ ତ୍ୟାଗର ତୁଳନା ନାହିଁ ବୋଲି ସେ କହିଥିଲେ। ବାଚସ୍ପତି ବିକ୍ରମ କେଶରୀ ଆରୁଖ ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ନବ ଦାସ ପ୍ରମୁଖ ନିଜର ବକ୍ତବ୍ୟ ରଖି ସୁଶୀଲ ଓ ସିଦ୍ଧୀଙ୍କ ପରିବାରର ତ୍ୟାଗ ର ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କ ଏହି ମହାନ କାର୍ଯ୍ୟ ସମାଜ ପାଇଁ ଆଦର୍ଶ ବୋଲି ସେମାନେ କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ( ୫ଟି) ଭି କେ ପାଣ୍ଡିଆନ ଏହି କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦେଶକ ସ୍ବାଗତ ଭାଷଣ ଦେଇଥିଲେ ଓ ଡିଏମଇଟି ଧନ୍ୟବାଦ୍ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନ, ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର