ମନୋରଞ୍ଜନ
ଓଡ଼ିଶା
ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛନ୍ତି । ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି । #Forecast for Day-1 To Day-5 pic.twitter.com/XJ6MqiWtRf — Meteorological Centre, Bhubaneswar (@mcbbsr) May 18, 2021 ସୂଚନା ଅନୁସାରେ ସୁନ୍ଦରଗଡ଼, […]
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛନ୍ତି । ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।
#Forecast for Day-1 To Day-5 pic.twitter.com/XJ6MqiWtRf
ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ— Meteorological Centre, Bhubaneswar (@mcbbsr) May 18, 2021
ସୂଚନା ଅନୁସାରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଆଦି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ବାକି ଥିବା ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।
#Warning for Day-3 & Day-4 pic.twitter.com/KM6f31muFg
— Meteorological Centre, Bhubaneswar (@mcbbsr) May 18, 2021
ସେହିପରି ଆସନ୍ତା ୧୯ରୁ ୨୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ । ୨୦ରୁ ୨୩ ତାରିଖ ମଧ୍ୟରେ ରାଜ୍ୟରେ ଅନେକ ଜିଲ୍ଲାରେ ବର୍ଷା ଓ କାଳବୈଶାଖୀ ସମ୍ଭାବନା ରହିଛି ।






