ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛନ୍ତି । ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି । #Forecast for Day-1 To Day-5 pic.twitter.com/XJ6MqiWtRf — Meteorological Centre, Bhubaneswar (@mcbbsr) May 18, 2021 ସୂଚନା ଅନୁସାରେ ସୁନ୍ଦରଗଡ଼, […]

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛନ୍ତି । ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ସୂଚନା ଅନୁସାରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଆଦି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ବାକି ଥିବା ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

ସେହିପରି ଆସନ୍ତା ୧୯ରୁ ୨୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ । ୨୦ରୁ ୨୩ ତାରିଖ ମଧ୍ୟରେ ରାଜ୍ୟରେ ଅନେକ ଜିଲ୍ଲାରେ ବର୍ଷା ଓ କାଳବୈଶାଖୀ ସମ୍ଭାବନା ରହିଛି ।

About The Author: The Sakala