ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ଅଣାୟତ, ଡବଲ ଇଞ୍ଜିନ ସରକାର ଗୋଟିଏ ସମ୍ୱେଦନହୀନ ସରକାର : ବିଜେଡି

Satyajeet Sahoo Picture
Published On

ଭୁବନେଶ୍ୱର:  ରାଜ୍ୟର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି ବୋଲି ବିଜୁ ଜନତା ଦଳ ତରଫରୁ ଅଭିଯୋଗ କରାଯାଇ ଆସୁଥିବା ବେଳେ, ଗତ ଏକ ସପ୍ତାହ ମଧ୍ୟରେ ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଅଣାୟତ ହୋଇ ପଡିଛି ବୋଲି ଅଭିଯୋଗ କରି ଆଜି ରାଜ୍ୟ ବିଜେପି ସରକାରଙ୍କ ଉପରେ ବର୍ଷିଛି ବିଜେଡି। ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ, ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ମୁଖପାତ୍ର ଭୃଗୁ ବକ୍ସିପାତ୍ର କହିଥିଲେ, ଗତ ଏକ ସପ୍ତାହରେ ଧାରାବାହିକ ଭାବେ ଘଟିଥିବା ଅପରାଧ ଗୁଡିକ ଉପରେ ଅବଲୋକନ କଲେ, ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି ସ୍ପଷ୍ଟ ହୁଏ। କିନ୍ତୁ, ରାଜ୍ୟ ବିଜେପି ସରକାର ନିଦାବିଷ୍ଣୁ। କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛନ୍ତି। ବିରୋଧୀ ଦଳର ଚିକ୍ରାର ତାଙ୍କର କର୍ଣ୍ଣପାତ ହେଉ ନାହିଁ।  

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ଆଜି ସୁପ୍ରିମକୋର୍ଟରେ ଶୁଣାଣି, ଆସିପାରେ ବଡ଼ ନିର୍ଦ୍ଦେଶ

ଶ୍ରୀ ବକ୍ସିପାତ୍ର କହିଥିଲେ, ଗତକାଲି ସନ୍ଧ୍ୟାରେ, ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର ବ୍ରହ୍ମପୁର ସହରରେ, ବିଜେପି ଦଳର ଜଣେ ଆଗଧାଡିର ନେତା ତଥା ଜଣେ ରାଜ୍ୟ ବାର କାଉନ୍‌ସିଲର ସଦସ୍ୟ ପୀତବାସ ପଣ୍ଡାଙ୍କୁ ଦୁଇ ଜଣ ଦୁବୃର୍ତ୍ତ ଅତି ନିକଟରୁ ଗୁଳି କରି ହତ୍ୟା କରିଛନ୍ତି। ଏହି ଘଟଣାକୁ ୨୦ ଘଣ୍ଟାରୁ ଉଦ୍ଧ୍ୱର୍ ବିତି ଯାଇଥିଲେ ସୁଦ୍ଧା, ଏପର୍ଯ୍ୟନ୍ତ ଅପରାଧୀଙ୍କ କୌଣସି ଟେର ପୋଲିସ ପାଇନାହିଁ। ଗତ ୨୪ ଘଣ୍ଟାରେ, ଗଞ୍ଜାମ ଜିଲ୍ଲାରେ ୩ଟି ହତ୍ୟାକାଣ୍ଡ ଘଟିଛି। ମୋହନ ସରକାର ଆସିବା ପରଠାରୁ କେବଳ ଗଞ୍ଜାମ ଜିଲ୍ଲାରେ ୧୨୮ଟି ହତ୍ୟାକାଣ୍ଡ ଘଟିଲାଣି। ଗଞ୍ଜାମ ଜିଲ୍ଲାରେ, ଲଘୁ ଖଣିଜ ସମ୍ପଦ ଯଥା ବାଲି, ଚିପ୍ସ ଇତ୍ୟାଦି ଜିନିଷର ଚୋରି ଲୁଟତରାଜ ଅହେତୁକ ବୃଦ୍ଧି ପାଇଛି ଯାହା ଯୋଗୁ ଅପରାଧ ଦିନକୁ ଦିନ ବୃଦ୍ଧି ପାଇଛି। ରାଜ୍ୟ ବିଜେପି ସରକାରଙ୍କ ପ୍ରୟୋଜନରେ ଏହି ଲୁଟତରାଜ ଚାଲିଛି ଓ ଏଥିଯୋଗୁ ଗଞ୍ଜାମ ଅପରାଧୀଙ୍କ ଚରାଭୂଇଁ ପାଲଟିଛି।  ପୂର୍ବରୁ ନବୀନ ସରକାରଙ୍କ ସମୟରେ, ଗଞ୍ଜାମରେ ଶାନ୍ତି ପରିବେଶ ସୃଷ୍ଟି ହୋଇଥିଲା ବେଳେ ବିଜେପି ସରକାରଙ୍କ ସମୟରେ ଆଇନଶୃଙ୍ଖଳା ସ୍ଥିତି ବିଗିଡ଼ି ଗଲାଣି।  

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ଶ୍ରୀ ବକ୍ସିପାତ୍ର ଆହୁରି କହିଥିଲେ, ରାଜ୍ୟରେ ଏବେ ବହୁଚର୍ଚ୍ଚିତ ଘଟଣା ପୋଲିସ ଏସ୍‌ଆଇ ଚାକିରି ବିକ୍ରି ଘଟଣା ବ୍ରହ୍ମପୁର ସହରରୁ ଲୋକଲୋଚନକୁ ଆସିଥିଲା। ଏହି ଘଟଣାରେ ସରକାରଙ୍କ ସମ୍ପୃକ୍ତି ଜଳ ଜଳ ହୋଇ ଦିଶୁଛି। ସେହିପରି, ଚୌଦ୍ୱାରରେ ଥିବା ହାଇ ସିକ୍ୟୁରିଟି ଜେଲରୁ ଦୁଇ ଜଣ କୁଖ୍ୟାତ ଅପରାଧୀ ଜେଲରୁ ଫେରାର ହୋଇଯିବାରେ ସକ୍ଷମ ହୋଇଛନ୍ତି। ଭାଇଚାରା ସହର କଟକରେ ସାମ୍ପ୍ରଦାୟିକ ଦଙ୍ଗା ଭଳି ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇ ୩୬ଘଣ୍ଟା ପାଇଁ କର୍ଫ୍ୟୁ ଲଗାଇବାକୁ ପଡୁଛି। ଆଜି ସକାଳେ, ପୁରୀ ଜିଲାରେ ଲକ୍ଷ୍ମୀ ବସ୍‌ ଭିତରକୁ ଜଣେ ଦୁବୃର୍ତ୍ତ ପଶି ଆସି କଟୁରୀ ଚୋଟରେ ବସ ଯାତ୍ରୀଙ୍କ ଉପରେ ଅତର୍କିତ ଆକ୍ରମଣ କରିବା ଯୋଗୁ ଅନ୍ୟୁନ୍ୟ ୭ ଜଣ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ରାଜ୍ୟରେ, ମହିଳା ମାନେ ଅସୁରକ୍ଷିତ ହୋଇ ପଡିଛନ୍ତି। ଦୁଷ୍କର୍ମ, ଅସଦାଚରଣ, ନାରୀ ନିର୍ଯାତନା, ହତ୍ୟା ଇତ୍ୟାଦି ଘଟଣା ପ୍ରତିଦିନ ଖବରକାଗଜ ଗୁଡିକରେ ଶିରୋନାମା ପାଲଟୁଛି। କିନ୍ତୁ, ସରକାର ନିଜର ପ୍ରଚାରରେ ବ୍ୟସ୍ତ ଅଛନ୍ତି। ଡବଲ ଇଞ୍ଜିନ ସରକାର ଗୋଟିଏ ସମ୍ୱେଦନହୀନ ସରକାର ବୋଲି ରାଜ୍ୟବାସୀ ଜାଣିଲେଣି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର