ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ଦିନେ କି ଦୁଇ ଦିନ ମଧ୍ୟରେ ହେବ ପର୍ଦ୍ଦାଫାସ: ଦକ୍ଷିଣାଞ୍ଚଳ IG

Madhusudan Das Picture
Published On

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଖୁବ୍‌ଶୀଘ୍ର ହେବ ପର୍ଦ୍ଦାଫାସ । ଏ ନେଇ ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ IG ନୀତି ଶେଖର । ସେ କହିଛନ୍ତି କି ପୋଲିସ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ଫୈସଲା ହୋଇଯିବ । ବ୍ରହ୍ମପୁର ଏସ୍‌ପି ଏନେଇ ସାମ୍ବାଦିକ ସମ୍ମିଳନୀ ଡାକି ସୂଚନା ଦେବେ । 

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାଙ୍କୁ ସର୍ବସମ୍ମୁଖରେ ଗୁଳି କରି ହତ୍ୟା ଘଟଣାକୁ ବିତିଲାଣି ୧୫ ଦିନ । ଘଟଣାରେ ୬୦ରୁ ଉର୍ଦ୍ଧ୍ୱ ସିସିଟିଭି ଫୁଟେଜ ଯାଞ୍ଚ ସହିତ ୮୦ରୁ ଅଧିକ ବ୍ୟକ୍ତିଙ୍କୁ ସନ୍ଦେହରେ ଅଟକ ରଖି ଜେରା ଚାଲିଛି । ଅନେକଙ୍କୁ ଜେରା ପରେ ଛାଡ଼ି ଦିଆଯାଇଥିବା ବେଳେ ୭ଜଣ ପୋଲିସ କବ୍‌ଜାରେ ଥିବା ସୂଚନା ମିଳିଛି । 

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

ଅନ୍ୟପଟେ ପୁରା ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଧରାଯିବ ବୋଲି ବ୍ରହ୍ମପୁର ପୋଲିସ କହିଛି । ଘଟଣାରେ ବ୍ରହ୍ମପୁର ଏସ୍‌ପି ନିଜେ ତଦନ୍ତ କରୁଛନ୍ତି । ବଛାବଛା ଅଧିକାରୀଙ୍କୁ ନେଇ ଗଠିତ ୬ଟି ସ୍ୱତନ୍ତ୍ର ଟିମ୍‌ ଘଟଣାର ଛାନ୍‌ଭିନ୍‌ କରୁଛି । ଆଉ ଏବେ ଦକ୍ଷିଣାଞ୍ଚଳ ଆଇଜିଙ୍କ କହିଛନ୍ତି ଯେ, ପୀତବାସ ପଣ୍ଡା ହତ୍ୟା ମାମଲାର ଦିନେ କି ଦୁଇ ଦିନ ମଧ୍ୟରେ ଖୁଲାସା ହେବ । 

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର