ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ବଦଳିବେ ବିରୋଧୀ ଦଳ ନେତା, ଆସନ୍ତା ୨୯ରେ ବିଜେପି ବିଧାୟକ ଦଳ ବୈଠକ

The Sakala Picture
Published On

ଭୁବନେଶ୍ୱର : ପ୍ରାୟ ୧୫ ମାସ ହେଲାଣି ରାଜ୍ୟ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଅସୁସ୍ଥ। ବିରୋଧୀ ଦଳ ନେତା ଏବଂ ପବ୍ଲିକ ଆକାଉଣ୍ଟସ୍‍ କମିଟି (ପିଏସି)ର ଅଧ୍ୟକ୍ଷ ପରି ଦୁଇଟି ଗୁରୁତ୍ୱପୂର୍ଣ୍ଣ ପଦବୀରେ ସେ ଥିଲେ ହେଁ ଅସୁସ୍ଥତା କାରଣରୁ ବହୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦିତ ହୋଇପାରୁ ନାହିଁ। ବିଶେଷକରି ବିଧାନସଭା ଅଧିବେଶନ ବେଳେ ତାଙ୍କର ଅନୁପସ୍ଥିତି ସ୍ପଷ୍ଟ ଭାବେ ବାରି ହୋଇପଡ଼ୁଛି। ଏହି ପରିପ୍ରେକ୍ଷୀରେ ବିରୋଧୀ ଦଳ ନେତା ପରିବର୍ତ୍ତନ ପାଇଁ ରାଜ୍ୟ […]

ଭୁବନେଶ୍ୱର : ପ୍ରାୟ ୧୫ ମାସ ହେଲାଣି ରାଜ୍ୟ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଅସୁସ୍ଥ। ବିରୋଧୀ ଦଳ ନେତା ଏବଂ ପବ୍ଲିକ ଆକାଉଣ୍ଟସ୍‍ କମିଟି (ପିଏସି)ର ଅଧ୍ୟକ୍ଷ ପରି ଦୁଇଟି ଗୁରୁତ୍ୱପୂର୍ଣ୍ଣ ପଦବୀରେ ସେ ଥିଲେ ହେଁ ଅସୁସ୍ଥତା କାରଣରୁ ବହୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦିତ ହୋଇପାରୁ ନାହିଁ। ବିଶେଷକରି ବିଧାନସଭା ଅଧିବେଶନ ବେଳେ ତାଙ୍କର ଅନୁପସ୍ଥିତି ସ୍ପଷ୍ଟ ଭାବେ ବାରି ହୋଇପଡ଼ୁଛି। ଏହି ପରିପ୍ରେକ୍ଷୀରେ ବିରୋଧୀ ଦଳ ନେତା ପରିବର୍ତ୍ତନ ପାଇଁ ରାଜ୍ୟ ବିଜେପି ନିଷ୍ପତ୍ତି ନେଇଛି। ଆସନ୍ତା ୨୯ରେ ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବା ସହ ଆସନ୍ତା ମୌସୁମୀ ଅଧିବେଶନ ପାଇଁ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ନୂଆ ବିଧାୟକ ଦଳ ନେତା ନିର୍ବାଚିତ ହେବାର ଯଥେଷ୍ଟ ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଇନଷ୍ଟାଗ୍ରାମରେ ବନ୍ଧୁ ହେବା ସାଜିଲା କାଳ: ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ବ୍ଲାକମେଲ୍ ଅଭିଯୋଗ

ଏନଡିଏର ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ଦାଖଲ କାର୍ଯ୍ୟକ୍ରମରେ ଯୋଗଦେବାକୁ ଦିଲ୍ଲୀ ଯାଇଥିବା ଓଡ଼ିଶାର ବିଜେପି ବିଧାୟକମାନେ ଦଳର ରାଷ୍ଟ୍ରୀୟ ସବାପତି ଜେ ପି ନଡ୍ଡାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟରେ ଦଳର ସାଂଗଠନିକ ସ୍ଥିତି ଏବଂ ଭବିଷ୍ୟତର କାର୍ଯ୍ୟପନ୍ଥା ସମ୍ପର୍କରେ ବିଶଦ୍‍ ଆଲୋଚନା ହୋଇଥିଲା। ଆଲୋଚନା ବେଳେ ବିରୋଧୀ ଦଳ ନେତାଙ୍କ ଅସୁସ୍ଥତା କଥା ଉଠିଥିବା ବେଳେ ଆସନ୍ତା ୨୯ ତାରିଖରେ ହେବାକୁ ଥିବା ବିଧାୟକ ଦଳ ବୈଠକରେ ନୂଆ ନେତା ବାଛିବାକୁ ଶ୍ରୀ ନଡ୍ଡା ସବୁଜ ସଙ୍କେତ ପ୍ରଦାନ କରିଛନ୍ତି। ଯଦି ସବୁକିଛି ଠିକ୍‍ଠାକ ରୁହେ ତା ହେଲେ ଦଳର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ନିଜେ ସଭାପତି ଶ୍ରୀ ନଡ୍ଡା ଉପସ୍ଥିତ ରହିପାରନ୍ତି ବୋଲି ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଛି।

ଆହୁରି ପଢ଼ନ୍ତୁ: ITR ଚାନ୍ଦିପୁରରେ 'ସୂର୍ଯ୍ୟାସ୍ତ୍ର' ରକେଟ୍‌ର ସଫଳ ପରୀକ୍ଷଣ, ଲକ୍ଷ୍ୟଭେଦ କ୍ଷମତା ୧୫୦ରୁ ୩୦୦

ଗତକାଲିର ଏହି ସାକ୍ଷାତ ଆଲୋଚନାରେ ବିଧାୟକ ମୋହନ ମାଝୀ, ଜୟନାରାୟଣ ମିଶ୍ର, ଡ. ମୁକେଶ ମହାଲିଙ୍ଗ, ସୁବାସ ପାଣିଗ୍ରାହୀ, ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ର, କୁସୁମ ଟେଟେ, ନବଚରଣ ମାଝୀ, ଡ. ବୁଧାନ ମୁର୍ମୁ, ସନାତନ ବିଜୁଳି ଏବଂ ପ୍ରକାଶ ସୋରେନ ପ୍ରମୁଖ ଉପସ୍ଥିତ ଥିଲେ। ଏପଟେ ବିଜେପି ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୯ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ସେହିପରି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀ ବୈଠକ ଆସନ୍ତା ୨୮ତାରିଖ ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେବ। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକାରିଣୀ ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ରାଜ୍ୟ ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ପ୍ରମୁଖ ଯୋଗ ଦେବେ। ୨୯ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକାରିଣୀ ବୈଠକ ଫୁଲନଖରା, କୁରାଙ୍ଗସ୍ଥିତ ମୀରା କୋର୍ଟୟାର୍ଡଠାରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ନିଖିଲ ହତ୍ୟାକାଣ୍ଡକୁ କେନ୍ଦ୍ର କରି ରାୟଗଡ଼ାରେ ପୁଣି ଉତ୍ତେଜନା: ଥାନା ଆଗରେ ଗୋଷ୍ଠୀ ସଂଘର୍ଷ, ୩ ଗୁରୁତର

26 Jun 2022 By The Sakala

ବଦଳିବେ ବିରୋଧୀ ଦଳ ନେତା, ଆସନ୍ତା ୨୯ରେ ବିଜେପି ବିଧାୟକ ଦଳ ବୈଠକ

ଭୁବନେଶ୍ୱର : ପ୍ରାୟ ୧୫ ମାସ ହେଲାଣି ରାଜ୍ୟ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଅସୁସ୍ଥ। ବିରୋଧୀ ଦଳ ନେତା ଏବଂ ପବ୍ଲିକ ଆକାଉଣ୍ଟସ୍‍ କମିଟି (ପିଏସି)ର ଅଧ୍ୟକ୍ଷ ପରି ଦୁଇଟି ଗୁରୁତ୍ୱପୂର୍ଣ୍ଣ ପଦବୀରେ ସେ ଥିଲେ ହେଁ ଅସୁସ୍ଥତା କାରଣରୁ ବହୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦିତ ହୋଇପାରୁ ନାହିଁ। ବିଶେଷକରି ବିଧାନସଭା ଅଧିବେଶନ ବେଳେ ତାଙ୍କର ଅନୁପସ୍ଥିତି ସ୍ପଷ୍ଟ ଭାବେ ବାରି ହୋଇପଡ଼ୁଛି। ଏହି ପରିପ୍ରେକ୍ଷୀରେ ବିରୋଧୀ ଦଳ ନେତା ପରିବର୍ତ୍ତନ ପାଇଁ ରାଜ୍ୟ ବିଜେପି ନିଷ୍ପତ୍ତି ନେଇଛି। ଆସନ୍ତା ୨୯ରେ ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବା ସହ ଆସନ୍ତା ମୌସୁମୀ ଅଧିବେଶନ ପାଇଁ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ନୂଆ ବିଧାୟକ ଦଳ ନେତା ନିର୍ବାଚିତ ହେବାର ଯଥେଷ୍ଟ ସମ୍ଭାବନା ରହିଛି।

ଏନଡିଏର ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ଦାଖଲ କାର୍ଯ୍ୟକ୍ରମରେ ଯୋଗଦେବାକୁ ଦିଲ୍ଲୀ ଯାଇଥିବା ଓଡ଼ିଶାର ବିଜେପି ବିଧାୟକମାନେ ଦଳର ରାଷ୍ଟ୍ରୀୟ ସବାପତି ଜେ ପି ନଡ୍ଡାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟରେ ଦଳର ସାଂଗଠନିକ ସ୍ଥିତି ଏବଂ ଭବିଷ୍ୟତର କାର୍ଯ୍ୟପନ୍ଥା ସମ୍ପର୍କରେ ବିଶଦ୍‍ ଆଲୋଚନା ହୋଇଥିଲା। ଆଲୋଚନା ବେଳେ ବିରୋଧୀ ଦଳ ନେତାଙ୍କ ଅସୁସ୍ଥତା କଥା ଉଠିଥିବା ବେଳେ ଆସନ୍ତା ୨୯ ତାରିଖରେ ହେବାକୁ ଥିବା ବିଧାୟକ ଦଳ ବୈଠକରେ ନୂଆ ନେତା ବାଛିବାକୁ ଶ୍ରୀ ନଡ୍ଡା ସବୁଜ ସଙ୍କେତ ପ୍ରଦାନ କରିଛନ୍ତି। ଯଦି ସବୁକିଛି ଠିକ୍‍ଠାକ ରୁହେ ତା ହେଲେ ଦଳର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ନିଜେ ସଭାପତି ଶ୍ରୀ ନଡ୍ଡା ଉପସ୍ଥିତ ରହିପାରନ୍ତି ବୋଲି ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଛି।

ଗତକାଲିର ଏହି ସାକ୍ଷାତ ଆଲୋଚନାରେ ବିଧାୟକ ମୋହନ ମାଝୀ, ଜୟନାରାୟଣ ମିଶ୍ର, ଡ. ମୁକେଶ ମହାଲିଙ୍ଗ, ସୁବାସ ପାଣିଗ୍ରାହୀ, ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ର, କୁସୁମ ଟେଟେ, ନବଚରଣ ମାଝୀ, ଡ. ବୁଧାନ ମୁର୍ମୁ, ସନାତନ ବିଜୁଳି ଏବଂ ପ୍ରକାଶ ସୋରେନ ପ୍ରମୁଖ ଉପସ୍ଥିତ ଥିଲେ। ଏପଟେ ବିଜେପି ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୯ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ସେହିପରି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀ ବୈଠକ ଆସନ୍ତା ୨୮ତାରିଖ ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେବ। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକାରିଣୀ ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ରାଜ୍ୟ ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ପ୍ରମୁଖ ଯୋଗ ଦେବେ। ୨୯ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକାରିଣୀ ବୈଠକ ଫୁଲନଖରା, କୁରାଙ୍ଗସ୍ଥିତ ମୀରା କୋର୍ଟୟାର୍ଡଠାରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର