ସମ୍ଭାବ୍ୟ ବାତ୍ୟା ଆଶଙ୍କା: ଖୋର୍ଦ୍ଧା ଜିଲ୍ଲାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

Madhusudan Das Picture
Published On

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ବାତିଲ୍‌ ହେଲା ସରକାରୀ କର୍ମଚାରୀଙ୍କ ଛୁଟି । ବାତ୍ୟା ‘ଅକୱାନ’ର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଆଜିଠୁ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏହି ସମୟ ମଧ୍ୟରେ କୌଣସି ଅଧିକାରୀଙ୍କୁ ମୁଖ୍ୟାଳୟ ଛାଡ଼ିବାକୁ ଅନୁମତି ଦିଆଯିବ ନାହିଁ।

ଆହୁରି ପଢ଼ନ୍ତୁ: ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରା ଉଦ୍‌ଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହି ଛଅ ଦିନ ମଧ୍ୟରେ ଜିଲ୍ଲାପାଳଙ୍କ ବିନା ଅନୁମତିରେ କୌଣସି କର୍ମଚାରୀ ମୁଖ୍ୟାଳୟ ଛାଡି ବାହାରକୁ ଯାଇପାରିବେ ନାହିଁ। ପୂର୍ବରୁ ମଞ୍ଜୁର ହୋଇଥିବା ସମସ୍ତ ଛୁଟିକୁ ମଧ୍ୟ ରଦ୍ଦ କରାଯାଇଛି। ଯେଉଁମାନେ ବର୍ତ୍ତମାନ ଛୁଟିରେ ଅଛନ୍ତି, ସେମାନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। 

ଆହୁରି ପଢ଼ନ୍ତୁ: ଆଦିବାସି ମାନଙ୍କ ଉପରେ ଆକ୍ରମଣ ବରଦାସ୍ତ କରାଯିବ ନାହିଁ: ବିଜେଡି

ବାତ୍ୟା ଜନିତ ସମ୍ଭାବ୍ୟ ବିପତ୍ତି ଓ ପ୍ରତିକୂଳ ପାଣିପାଗକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଜରୁରୀକାଳୀନ ସେବା, ବିପର୍ଯ୍ୟୟ ପରିଚାଳନା ଏବଂ ଅନ୍ୟାନ୍ୟ ଆବଶ୍ୟକୀୟ କାର୍ଯ୍ୟ ପାଇଁ ପର୍ଯ୍ୟାପ୍ତ ସରକାରୀ କର୍ମଚାରୀଙ୍କ ଉପଲବ୍ଧତା ସୁନିଶ୍ଚିତ କରିବାକୁ ଏହି ନିଷ୍ପତ୍ତି ନିଆଯାଇଛି। ସମସ୍ତ ବିଭାଗକୁ ଏହି ନିର୍ଦ୍ଦେଶ କଡ଼ାକଡ଼ି ଭାବେ ପାଳନ କରିବାକୁ କୁହାଯାଇଛି। ଏହି ନିର୍ଦ୍ଦେଶ ମାଧ୍ୟମରେ ପ୍ରଶାସନିକ ପ୍ରସ୍ତୁତି ଏବଂ ଯେକୌଣସି ଜରୁରୀ ପରିସ୍ଥିତିର ତୁରନ୍ତ ସମାଧାନ ପାଇଁ ଲକ୍ଷ୍ୟ ରଖାଯାଇଛି।

ଆହୁରି ପଢ଼ନ୍ତୁ: ଦେବ୍ରୀଗଡ଼ରେ ଠାବ ହୋଇଥିବା ମହାବଳ ବାଘ ଛତିଶଗଡ଼ରୁ ଆସିଛି: NTCA

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର