ଆସନ୍ତାକାଲି ବାମଦଳର ୬ ଘଣ୍ଟିଆ ଓଡିଶା ବନ୍ଦ ଡାକରା, କଂଗ୍ରେସର ସମର୍ଥନ

The Sakala Picture
Published On

ଭୁବନେଶ୍ୱର: କରୋନା ମହାମାରୀ ଯୋଗୁଁ ସାଧାରଣ ଲୋକଙ୍କ ଜୀବନ ଓ ଜୀବିକା ସଙ୍କଟାପନ୍ନ ହୋଇପଡ଼ିଛି । ତାସାଙ୍ଗକୁ ଶହେ ଉପରେ ପେଟ୍ରୋଲ ଓ ଡିଜେଲ, ୯ ଶହ ମୁହାଁ ଗ୍ୟାସ୍ । ହୋଟେଲରୁ ହାଣ୍ଡିଶାଳ ମହଙ୍ଗା ମାଡ଼ରେ ସବୁ ଅସ୍ତବ୍ୟସ୍ତ ହୋଇ ପଡ଼ିଲେଣି । ଅହେତୁକ ଦରବୃଦ୍ଧିର ପ୍ରତିବାଦ କରି ଆସନ୍ତାକାଲି ଗୁରୁବାର ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି ବାମ ଦଳ । ଏଣୁ ଜନମାରଣ ନୀତି ବିରୁଦ୍ଧରେ ସିପିଆଇ, ସିପିଆଇ (ଏମ), ସିପିଆଇ(ଏମଏଲ) […]

ଭୁବନେଶ୍ୱର: କରୋନା ମହାମାରୀ ଯୋଗୁଁ ସାଧାରଣ ଲୋକଙ୍କ ଜୀବନ ଓ ଜୀବିକା ସଙ୍କଟାପନ୍ନ ହୋଇପଡ଼ିଛି । ତାସାଙ୍ଗକୁ ଶହେ ଉପରେ ପେଟ୍ରୋଲ ଓ ଡିଜେଲ, ୯ ଶହ ମୁହାଁ ଗ୍ୟାସ୍ । ହୋଟେଲରୁ ହାଣ୍ଡିଶାଳ ମହଙ୍ଗା ମାଡ଼ରେ ସବୁ ଅସ୍ତବ୍ୟସ୍ତ ହୋଇ ପଡ଼ିଲେଣି । ଅହେତୁକ ଦରବୃଦ୍ଧିର ପ୍ରତିବାଦ କରି ଆସନ୍ତାକାଲି ଗୁରୁବାର ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି ବାମ ଦଳ ।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ଏଣୁ ଜନମାରଣ ନୀତି ବିରୁଦ୍ଧରେ ସିପିଆଇ, ସିପିଆଇ (ଏମ), ସିପିଆଇ(ଏମଏଲ) ଲିବରେସନ, ଫରୱାର୍ଡ ବ୍ଲକ ପ୍ରମୁଖ ୪ଟି ବାମ ଦଳ ଆସନ୍ତାକାଲି (ଜୁଲାଇ ୧୫) ତାରିଖ ଗୁରୁବାର ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ୟ୍ୟନ୍ତ ୬ ଘଣ୍ଟିଆ ‘ଓଡ଼ିଶା ବନ୍ଦ’ର ଡାକରା ଦେଇଛନ୍ତି । ଏହି ବନ୍ଦ ଡାକରାକୁ ଭାରତୀୟ ଜାତୀୟ କଂଗ୍ରେସ ପୂର୍ଣ୍ଣ ସମର୍ଥନ କରିବ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଂଜନ ପଟ୍ଟନାୟକ ପ୍ରକାଶ କରିଛନ୍ତି ବୋଲି ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଏକ ବିଜ୍ଞପ୍ତିରେ ଜଣାଇଛନ୍ତି ।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଲୋକସେବା ଭବନ, ଖାରବେଳ ଭବନରେ ସୁରକ୍ଷାକୁ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦେଇଛି ଗୃହ ବିଭାଗ । ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନରେ କାର୍ୟ୍ୟରତ କର୍ମଚାରୀ ସକାଳ ୯ଟା ୩୦ ସୁଦ୍ଧା ଅଫିସ୍ ପହଞ୍ଚିବାକୁ କୁହାଯାଇଛି । ଲୋକସେବା ଭବନର ମୁଖ୍ୟ ଫାଟକ ଦିନ ୧୦ଟା ୧୫ ସୁଦ୍ଧା ବନ୍ଦ କରି ଦିଆଯିବ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା ପରେ ତତ୍ପର ରାଜ୍ୟ ସରକାର: ୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ପାଇଁ ନିର୍ଦ୍ଦେଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର