ଗଛରେ ଝୁଲନ୍ତା ଅବସ୍ଥାରେ କଲରାପତରିଆ ବାଘର ମୃତଦେହ ଠାବ, ତଦନ୍ତ ଆରମ୍ଭ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଜରଡ଼ା ଗାଁ ନିକଟରେ ଏକ ଗଛରେ ଝୁଲନ୍ତା ଅବସ୍ଥାରେ ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର କରାଯାଇଛି। ବାଘଟିର କିପରି ମୃତ୍ୟୁ ଘଟିଲା, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରି ନାହିଁ। ସ୍ଥାନୀୟ ଲୋକମାନେ ପ୍ରଥମେ ଗଛରେ ଏହି ବାଘର ମୃତଦେହଟିକୁ ଝୁଲୁଥିବାର ଦେଖିଥିଲେ। ଏହା ପରେ ସେମାନେ ତୁରନ୍ତ ସ୍ଥାନୀୟ ପୋଲିସ ଏବଂ ବନ ବିଭାଗ ଅଧିକାରୀଙ୍କୁ ଖବର ଦେଇଥିଲେ। ସୂଚନା ପାଇବା ମାତ୍ରେ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ।

ଘଟଣାସ୍ଥଳରେ କବିସୂର୍ଯ୍ୟନଗର ପୋଲିସ ଏବଂ ପୋଲସରା ବନ ବିଭାଗର ଅଧିକାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ମୃତଦେହକୁ ଜବତ କରାଯାଇ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଏହା ଏକ ଶିକାର ଜନିତ ହତ୍ୟାକାଣ୍ଡ ନା ଏହା ପଛରେ ଅନ୍ୟ କୌଣସି କାରଣ ରହିଛି, ସେ ନେଇ ବନ ବିଭାଗ ଅଧିକାରୀମାନେ ଅନୁସନ୍ଧାନ କରୁଛନ୍ତି। ବନ ବିଭାଗ ସ୍ପଷ୍ଟ କରିଛି ଯେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ଏବଂ ଯଦି ଏଥିରେ କାହାର ସମ୍ପୃକ୍ତି ଥିବା ପ୍ରମାଣିତ ହୁଏ, ତେବେ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

About The Author: Madhusudan Das