ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ ଓ ବିଭ୍ରାନ୍ତିକର: ବିଜେଡି

The Sakala Picture
Published On

ଭୁୁବନେଶ୍ୱର: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ମାନ୍ୟବର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଥିବା ବକ୍ତବ୍ୟକୁ ବିଭ୍ରାନ୍ତିକର ଓ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର। ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମିଶ୍ର କହିଛନ୍ତି ଯେ, ମହାନଦୀ ଓଡିଶାର ୧୬ ଜିଲ୍ଲାର ଲୋକଙ୍କ ଜୀବନଧାରା। ହେଲେ ଏହା ଉପରେ ଛତିଶଗଡ ମନମାନି କରିଆସୁଛି। ହୀରାକୁଦର ଉପମୁଣ୍ଡରେ ଛତିଶଗଡ ସରକାର ଓ […]

ଭୁୁବନେଶ୍ୱର: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ମାନ୍ୟବର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଥିବା ବକ୍ତବ୍ୟକୁ ବିଭ୍ରାନ୍ତିକର ଓ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର। ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମିଶ୍ର କହିଛନ୍ତି ଯେ, ମହାନଦୀ ଓଡିଶାର ୧୬ ଜିଲ୍ଲାର ଲୋକଙ୍କ ଜୀବନଧାରା। ହେଲେ ଏହା ଉପରେ ଛତିଶଗଡ ମନମାନି କରିଆସୁଛି। ହୀରାକୁଦର ଉପମୁଣ୍ଡରେ ଛତିଶଗଡ ସରକାର ଓ ତଳମୁଣ୍ଡରେ ଓଡିଶା କେତେ ପାଣି ବ୍ୟବହାର କରିବ, ଏନେଇ ଉଲ୍ଲେଖ ରହିଛି। ତଥାପି ଛତିଶଗଡ ମହାନଦୀ ଉପରେ ଏକଚାଟିଆ ଅଧିକାର ସାବ୍ୟସ୍ତ କରି ବେଆଇନ ଭାବେ କାର୍ଯ୍ୟ କରିଚାଲିଛି।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଶ୍ରୀ ମିଶ୍ର ଆହୁରି ମଧ୍ୟ କହିଛନ୍ତି ଯେ, ଛତିଶଗଡର ବେଆଇନ କାମ ବିରୋଧରେ କେନ୍ଦ୍ର ସରକାର, ପ୍ରଧାନମନ୍ତ୍ରୀ ଓ ସିଡବ୍ଲ୍ୟୁସିଙ୍କ ନିକଟରେ ବାରମ୍ବାର ଓଡିଶା ସରକାର ଓ ନବୀନ ପଟ୍ଟନାୟକ ଦୃଷ୍ଟି ଆକର୍ଷଣ କରିଥିଲେ। ଏପରିକି ତକ୍ରାଳୀନ ଜଳସଂପଦ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୨୦୧୬ରେ ଦିଲ୍ଲୀରେ ବସିଥିବା ବୈଠକରେ ଛତିଶଗଡର ବେଆଇନ କାମକୁ ଅଟକାଇବା ପାଇଁ ନବୀନ ପଟ୍ଟନାୟକ ସ୍ପଷ୍ଟ ଭାବେ ଦାବି ରଖିବା ସତ୍ତେ୍ୱ ମଧ୍ୟ କୈଣସି ନିର୍ଦ୍ଦେଶ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇନଥିଲା। ସେତେବେଳେ ଓଡିଶାର ସ୍ୱାର୍ଥକୁ ସଂପୂର୍ଣ୍ଣ ଅଣଦେଖା କରିଥିଲେ କେନ୍ଦ୍ର ସରକାର।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ଛତିଶଗଡର ଅନଧିକାର ବ୍ୟାରେଜ୍‌ ନିର୍ମାଣ ବିରୋଧରେ ସମସ୍ତ ଫୋରମରେ ଆଲୋଚନା ପରେ ଯେତେବେଳେ ସୁଫଳ ମିଳିଲାନି, ସେତେବେଳେ ରାଜ୍ୟ ସରକାର ସମାଧାନ ପାଇଁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେଲେ। ଟ୍ରିବ୍ୟୁନାଲ ଗଠନରେ ମଧ୍ୟ କେନ୍ଦ୍ର ସରକାରଙ୍କ ଟାଳଟୁଳ ନୀତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଶେଷରେ ମହାନଦୀ ଟ୍ରିବ୍ୟୁନାଲ ଗଠନ ହେଲା। ଏଥିରେ ଓଡିଶା ପକ୍ଷରୁ ସମସ୍ତ ଦଲିଲ୍‌ ଉପସ୍ଥାପନ କରାଯାଇ ପକ୍ଷ ରଖାଯାଇଛି। ଟ୍ରିବ୍ୟୁନାଲର ଅବଧି ଏବେ ୨୦୨୬ ଏପ୍ରିଲ ପର୍ଯ୍ୟନ୍ତ ବଢାଯାଇଛି।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

ମହାନଦୀ ପାଇଁ ଓଡିଶା ନ୍ୟାୟିକ ଲଢେଇ ଲଢିଛି, ରାଜରାସ୍ତାରେ ସଂଗ୍ରାମ କରିଛି, ଆଲୋଚନା ମଧ୍ୟରେ ସମାଧାନ ପାଇଁ ଉଦ୍ୟମ କରିଛି। ହେଲେ କେନ୍ଦ୍ର ନୀରବଦ୍ରଷ୍ଟା ସାଜି ସେତେବେଳେ ଛତିଶଗଡରେ ଥିବା ବିଜେପି ସରକାରକୁ ସୁହାଇଲା ଭଳି କାର୍ଯ୍ୟ କରିଥିଲା। ତେଣୁ ମହାନଦୀକୁ ନେଇ ଓଡିଶା ସରକାର କିଛି କରିନଥିଲେ। ଏଭଳି ବିଭ୍ରାନ୍ତିକର ତଥ୍ୟ ଉପସ୍ଥାପନ କରିବା ବଦଳରେ ସମସ୍ୟାର ସମାଧାନ ପାଇଁ ବିଜେପି ସରକାର ଉଦ୍ୟମ କରିବା ଦରକାର। ମହାନଦୀ ପ୍ରସଙ୍ଗରେ ବିଜେଡି ସଂପୂର୍ଣ୍ଣ ସଚେତନ ରହିଛି। ଆଉ ମହାନଦୀ ଅବବାହିକା ଅଧିବାସୀଙ୍କ ସ୍ୱାର୍ଥ ହାସଲ ପାଇଁ ବିଜେଡି ସଂପୂର୍ଣ୍ଣ ସଜାଗ ରହିଛି ବୋଲି ଶ୍ରୀ ମିଶ୍ର କହିଛନ୍ତି।

ସାମ୍ବାଦିକ ସମ୍ମିଳନୀରେ ଆଳିର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ କହିଥିଲେ, ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ। ଡବଲ ଇଂଜିନ ସରକାରରେ ପ୍ରଗତି ଦୁଇଗୁଣ ହେବ ବୋଲି ନିର୍ବାଚନ ସମୟରେ ବିଜେପି ନେତା କହିଥିଲେ। ଏବେ ମହାନଦୀ ପ୍ରସଙ୍ଗରେ ଟ୍ରିପଲ ଇଂଜିନ୍‌ ସରକାର ରହିଛି। କେନ୍ଦ୍ରରେ, ଛତିଶଗଡରେ, ଓଡିଶାରେ ସବୁଠି ବିଜେପିର ସରକାର। ଏବେ ଆଉ ବାହାନା ଖୋଜିବା ବଦଳରେ ମହାନଦୀ ସମସ୍ୟାର ସମାଧାନ କରାଯାଉ। ରାଜସ୍ୱମନ୍ତ୍ରୀଙ୍କୁ ମଧ୍ୟ ନିଜ ନିର୍ବାଚନ ମଣ୍ଡଳୀ ଲୋକଙ୍କୁ ଉତ୍ତର ଦେବାକୁ ପଡିବ, କାରଣ ମହାନଦୀରେ ପାଣି ନଆସିବା ଦ୍ୱାରା ସେମାନେ ବି ପ୍ରଭାବିତ ହେଉଛନ୍ତି।

27 Jun 2024 By The Sakala

ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ ଓ ବିଭ୍ରାନ୍ତିକର: ବିଜେଡି

ଭୁୁବନେଶ୍ୱର: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ମାନ୍ୟବର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଥିବା ବକ୍ତବ୍ୟକୁ ବିଭ୍ରାନ୍ତିକର ଓ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର। ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମିଶ୍ର କହିଛନ୍ତି ଯେ, ମହାନଦୀ ଓଡିଶାର ୧୬ ଜିଲ୍ଲାର ଲୋକଙ୍କ ଜୀବନଧାରା। ହେଲେ ଏହା ଉପରେ ଛତିଶଗଡ ମନମାନି କରିଆସୁଛି। ହୀରାକୁଦର ଉପମୁଣ୍ଡରେ ଛତିଶଗଡ ସରକାର ଓ ତଳମୁଣ୍ଡରେ ଓଡିଶା କେତେ ପାଣି ବ୍ୟବହାର କରିବ, ଏନେଇ ଉଲ୍ଲେଖ ରହିଛି। ତଥାପି ଛତିଶଗଡ ମହାନଦୀ ଉପରେ ଏକଚାଟିଆ ଅଧିକାର ସାବ୍ୟସ୍ତ କରି ବେଆଇନ ଭାବେ କାର୍ଯ୍ୟ କରିଚାଲିଛି।

ଶ୍ରୀ ମିଶ୍ର ଆହୁରି ମଧ୍ୟ କହିଛନ୍ତି ଯେ, ଛତିଶଗଡର ବେଆଇନ କାମ ବିରୋଧରେ କେନ୍ଦ୍ର ସରକାର, ପ୍ରଧାନମନ୍ତ୍ରୀ ଓ ସିଡବ୍ଲ୍ୟୁସିଙ୍କ ନିକଟରେ ବାରମ୍ବାର ଓଡିଶା ସରକାର ଓ ନବୀନ ପଟ୍ଟନାୟକ ଦୃଷ୍ଟି ଆକର୍ଷଣ କରିଥିଲେ। ଏପରିକି ତକ୍ରାଳୀନ ଜଳସଂପଦ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୨୦୧୬ରେ ଦିଲ୍ଲୀରେ ବସିଥିବା ବୈଠକରେ ଛତିଶଗଡର ବେଆଇନ କାମକୁ ଅଟକାଇବା ପାଇଁ ନବୀନ ପଟ୍ଟନାୟକ ସ୍ପଷ୍ଟ ଭାବେ ଦାବି ରଖିବା ସତ୍ତେ୍ୱ ମଧ୍ୟ କୈଣସି ନିର୍ଦ୍ଦେଶ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇନଥିଲା। ସେତେବେଳେ ଓଡିଶାର ସ୍ୱାର୍ଥକୁ ସଂପୂର୍ଣ୍ଣ ଅଣଦେଖା କରିଥିଲେ କେନ୍ଦ୍ର ସରକାର।

ଛତିଶଗଡର ଅନଧିକାର ବ୍ୟାରେଜ୍‌ ନିର୍ମାଣ ବିରୋଧରେ ସମସ୍ତ ଫୋରମରେ ଆଲୋଚନା ପରେ ଯେତେବେଳେ ସୁଫଳ ମିଳିଲାନି, ସେତେବେଳେ ରାଜ୍ୟ ସରକାର ସମାଧାନ ପାଇଁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେଲେ। ଟ୍ରିବ୍ୟୁନାଲ ଗଠନରେ ମଧ୍ୟ କେନ୍ଦ୍ର ସରକାରଙ୍କ ଟାଳଟୁଳ ନୀତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଶେଷରେ ମହାନଦୀ ଟ୍ରିବ୍ୟୁନାଲ ଗଠନ ହେଲା। ଏଥିରେ ଓଡିଶା ପକ୍ଷରୁ ସମସ୍ତ ଦଲିଲ୍‌ ଉପସ୍ଥାପନ କରାଯାଇ ପକ୍ଷ ରଖାଯାଇଛି। ଟ୍ରିବ୍ୟୁନାଲର ଅବଧି ଏବେ ୨୦୨୬ ଏପ୍ରିଲ ପର୍ଯ୍ୟନ୍ତ ବଢାଯାଇଛି।

ମହାନଦୀ ପାଇଁ ଓଡିଶା ନ୍ୟାୟିକ ଲଢେଇ ଲଢିଛି, ରାଜରାସ୍ତାରେ ସଂଗ୍ରାମ କରିଛି, ଆଲୋଚନା ମଧ୍ୟରେ ସମାଧାନ ପାଇଁ ଉଦ୍ୟମ କରିଛି। ହେଲେ କେନ୍ଦ୍ର ନୀରବଦ୍ରଷ୍ଟା ସାଜି ସେତେବେଳେ ଛତିଶଗଡରେ ଥିବା ବିଜେପି ସରକାରକୁ ସୁହାଇଲା ଭଳି କାର୍ଯ୍ୟ କରିଥିଲା। ତେଣୁ ମହାନଦୀକୁ ନେଇ ଓଡିଶା ସରକାର କିଛି କରିନଥିଲେ। ଏଭଳି ବିଭ୍ରାନ୍ତିକର ତଥ୍ୟ ଉପସ୍ଥାପନ କରିବା ବଦଳରେ ସମସ୍ୟାର ସମାଧାନ ପାଇଁ ବିଜେପି ସରକାର ଉଦ୍ୟମ କରିବା ଦରକାର। ମହାନଦୀ ପ୍ରସଙ୍ଗରେ ବିଜେଡି ସଂପୂର୍ଣ୍ଣ ସଚେତନ ରହିଛି। ଆଉ ମହାନଦୀ ଅବବାହିକା ଅଧିବାସୀଙ୍କ ସ୍ୱାର୍ଥ ହାସଲ ପାଇଁ ବିଜେଡି ସଂପୂର୍ଣ୍ଣ ସଜାଗ ରହିଛି ବୋଲି ଶ୍ରୀ ମିଶ୍ର କହିଛନ୍ତି।

ସାମ୍ବାଦିକ ସମ୍ମିଳନୀରେ ଆଳିର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ କହିଥିଲେ, ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ। ଡବଲ ଇଂଜିନ ସରକାରରେ ପ୍ରଗତି ଦୁଇଗୁଣ ହେବ ବୋଲି ନିର୍ବାଚନ ସମୟରେ ବିଜେପି ନେତା କହିଥିଲେ। ଏବେ ମହାନଦୀ ପ୍ରସଙ୍ଗରେ ଟ୍ରିପଲ ଇଂଜିନ୍‌ ସରକାର ରହିଛି। କେନ୍ଦ୍ରରେ, ଛତିଶଗଡରେ, ଓଡିଶାରେ ସବୁଠି ବିଜେପିର ସରକାର। ଏବେ ଆଉ ବାହାନା ଖୋଜିବା ବଦଳରେ ମହାନଦୀ ସମସ୍ୟାର ସମାଧାନ କରାଯାଉ। ରାଜସ୍ୱମନ୍ତ୍ରୀଙ୍କୁ ମଧ୍ୟ ନିଜ ନିର୍ବାଚନ ମଣ୍ଡଳୀ ଲୋକଙ୍କୁ ଉତ୍ତର ଦେବାକୁ ପଡିବ, କାରଣ ମହାନଦୀରେ ପାଣି ନଆସିବା ଦ୍ୱାରା ସେମାନେ ବି ପ୍ରଭାବିତ ହେଉଛନ୍ତି।

https://www.thesakala.in/latest-odisha-news/let-there-be-a-permanent-solution-to-themahanadi-river-dispute-bjd-say/article-33219
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର