ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ : ୭ଟି ଜିଲ୍ଲାରେ ୨ ଯାଏଁ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର : ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି। ଏହା ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଠାରୁ ଶ୍ରୀଲଙ୍କା ଦେଇ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପର୍ୟ୍ୟନ୍ତ ଲମ୍ବିଛି । ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି […]

ଭୁବନେଶ୍ବର : ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି। ଏହା ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଠାରୁ ଶ୍ରୀଲଙ୍କା ଦେଇ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପର୍ୟ୍ୟନ୍ତ ଲମ୍ବିଛି । ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୨ଟି ଗେଟ୍: ମୋଟ ୧୭ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହେବା ସହ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୨ ତାରିଖ ଯାଏ ପାଗରେ ପରିବର୍ତ୍ତନ ହେବ। ତେବେ ଏହା ସହ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପାଗ ପରିବର୍ତ୍ତନ ହେବା ସହିତ ଏହି ସମୟରେ ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହେବାର ପୁର୍ବାନୁମାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ବନ୍ୟାଞ୍ଚଳରେ ଶୁଖିଲା ଓ ରନ୍ଧା ଖାଦ୍ୟ ଦେବାରେ ସରକାର ବିଫଳ: ବିଜେଡି

ଗଞ୍ଜାମ,ଗଜପତି,କନ୍ଧମାଳ,ରାୟଗଡା,କୋରାପୁଟ,ମାଲାକନଗିରି ଏବଂ ନବରଙ୍ଗପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୯ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା,ଭଦ୍ରକ,ଯାଜପୁର,ବାଲେଶ୍ୱର ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ଗତ କିଛି ଦିନ ମଧୟରେ ରାତି ସମରେ ତାପମାତ୍ରରେ ପରିବର୍ତ୍ତନ ଆସୁଥିବା ବେଳେ ଏବେ ଆଗାମି ୩ ରୁ ୪ ଦିନ ଏଥିରେ କୌଣସି ପରିବର୍ତ୍ତନ ନଆସିପାରେ । ଏବେ ପାଗ ମେଘୁଆ ରହିବା ପୁର୍ବାନୁମାନ କରାଯାଇଥିବାବେଳେ ଏହା ପରେ ତାପମାତ୍ରା କମିବାର ପୁର୍ବାନୁମାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ସେଲ୍‌ଫି ନେବା ହେଲା କାଳ: ନୀଳଗିରିର ବ୍ଲୁ ଲେକ୍‌ରେ ବୁଡ଼ିଗଲେ ଦୁଇ କଲେଜ ଛାତ୍ର

29 Oct 2021 By The Sakala

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ : ୭ଟି ଜିଲ୍ଲାରେ ୨ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ବର : ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି। ଏହା ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଠାରୁ ଶ୍ରୀଲଙ୍କା ଦେଇ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପର୍ୟ୍ୟନ୍ତ ଲମ୍ବିଛି । ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହେବା ସହ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୨ ତାରିଖ ଯାଏ ପାଗରେ ପରିବର୍ତ୍ତନ ହେବ। ତେବେ ଏହା ସହ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପାଗ ପରିବର୍ତ୍ତନ ହେବା ସହିତ ଏହି ସମୟରେ ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହେବାର ପୁର୍ବାନୁମାନ କରାଯାଇଛି ।

ଗଞ୍ଜାମ,ଗଜପତି,କନ୍ଧମାଳ,ରାୟଗଡା,କୋରାପୁଟ,ମାଲାକନଗିରି ଏବଂ ନବରଙ୍ଗପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୯ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା,ଭଦ୍ରକ,ଯାଜପୁର,ବାଲେଶ୍ୱର ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ଗତ କିଛି ଦିନ ମଧୟରେ ରାତି ସମରେ ତାପମାତ୍ରରେ ପରିବର୍ତ୍ତନ ଆସୁଥିବା ବେଳେ ଏବେ ଆଗାମି ୩ ରୁ ୪ ଦିନ ଏଥିରେ କୌଣସି ପରିବର୍ତ୍ତନ ନଆସିପାରେ । ଏବେ ପାଗ ମେଘୁଆ ରହିବା ପୁର୍ବାନୁମାନ କରାଯାଇଥିବାବେଳେ ଏହା ପରେ ତାପମାତ୍ରା କମିବାର ପୁର୍ବାନୁମାନ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର