ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ରାଜ୍ୟରେ ଆଗାମୀ ୨ଦିନ ଧରି ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଗତ କାଲି ସୃଷ୍ଚି ହୋଇଥିବା ସାଇକ୍ଲୋନିକ ସର୍କୁଲେସନ ଆଜି ଏକ ଲଘୁଚାପରେ ପରିଣତ ହୋଇଛି ।ଏହାର ପ୍ରଭାବରେ ଆସନ୍ତା ୨ଦିନ ଧରି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଶୁକ୍ରବାର ଓଡ଼ିଶା ଉପକୂଳରେ ଏହି ଲଘୁଚାପର ପ୍ରଭାବ ଅନୁଭୂତ ହେବାର ସମ୍ଭାବନା ଥିବାବେଳେ ଶନିବାର ଅପରାହ୍ନ ସୁଦ୍ଧା ଏହା ଉତ୍ତର ଆଡକୁ ମୁହାଁଇ ବିହାର ଅଭିମୁଖେ ଯିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୁଲେଟିନ୍‌ରେ […]

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଗତ କାଲି ସୃଷ୍ଚି ହୋଇଥିବା ସାଇକ୍ଲୋନିକ ସର୍କୁଲେସନ ଆଜି ଏକ ଲଘୁଚାପରେ ପରିଣତ ହୋଇଛି ।ଏହାର ପ୍ରଭାବରେ ଆସନ୍ତା ୨ଦିନ ଧରି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଶୁକ୍ରବାର ଓଡ଼ିଶା ଉପକୂଳରେ ଏହି ଲଘୁଚାପର ପ୍ରଭାବ ଅନୁଭୂତ ହେବାର ସମ୍ଭାବନା ଥିବାବେଳେ ଶନିବାର ଅପରାହ୍ନ ସୁଦ୍ଧା ଏହା ଉତ୍ତର ଆଡକୁ ମୁହାଁଇ ବିହାର ଅଭିମୁଖେ ଯିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୁଲେଟିନ୍‌ରେ କୁହାଯାଇଛି । ଏହାର ପ୍ରଭାବରେ ଜୁଲାଇ ୨୨ ତାରିଖ ରାତିରୁ ୨୩ ତାରିଖ ପର୍ୟ୍ୟନ୍ତ ଓଡ଼ିଶାର ଅଧିକାଂଶ ଅଂଚଳରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ଖୋର୍ଦ୍ଧା, ପୁରୀ, ନୟାଗଡ, କଟକ, ଯାଜଯୁର, କେନ୍ଦ୍ରାପଡା, ଢ଼େଙ୍କାନାଳ, ଅନୁଗୁଳ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୋନ୍‌ପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡା ଏବଂ ରାୟଗଡା ପ୍ରଭୃତି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କୁହାଯାଇଛି ।

ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟରକୁ ବୃଦ୍ଧି ପାଇପାରେ । ଲଘୁଚାପ ପ୍ରଭାବରେ ଆଗାମୀ କିଛି ଦିନ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବିଭାଗ ପକ୍ଷରୁ ସତର୍କ କରାଇଦିଆଯାଇଛି ।

ଏହାସହ ଆସନ୍ତା ୨୭ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଆଉ ଏକ ଲଘୁଚାପ ବଳୟ ଘନୀଭୂତ ହେବାର ସମ୍ଭାବନା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ତେବେ ଭୁବନେଶ୍ବର ଓ କଟକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୩ ତାରିଖ ସନ୍ଧ୍ୟା ୮.୩୦ ଟାରୁ ୨୪ ତାରିଖ ୮.୩୦ଟା ପର୍ୟ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ

About The Author: The Sakala