ତାତିରୁ ଆଶ୍ବସ୍ତି: ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକା ବର୍ଷା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଟାଣଖରାରୁ ସାମୟିକ ଆଶ୍ୱସ୍ତି ମିଳିଛି। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଶୁକ୍ରବାର ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ତଳମୁହାଁ ହୋଇଛି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକା ବର୍ଷା ହୋଇଛି। ୯ ଜିଲ୍ଲାରେ କୋହଲା ପାଗ ସହ କିଛି ସ୍ଥାନରେ ହାଲୁକା ବର୍ଷା ହୋଇଥିବା ଜଣାପଡ଼ିଛି। ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳରେ ମଧ୍ୟ ହାଲୁକା ବର୍ଷା ହୋଇଛି। ଗତକାଲି କେବଳ ଗୋଟିଏ ସହର ତାପମାତ୍ରା ୩୫ […]

ଭୁବନେଶ୍ୱର: ରାଜ୍ୟରେ ଟାଣଖରାରୁ ସାମୟିକ ଆଶ୍ୱସ୍ତି ମିଳିଛି। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଶୁକ୍ରବାର ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ତଳମୁହାଁ ହୋଇଛି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକା ବର୍ଷା ହୋଇଛି। ୯ ଜିଲ୍ଲାରେ କୋହଲା ପାଗ ସହ କିଛି ସ୍ଥାନରେ ହାଲୁକା ବର୍ଷା ହୋଇଥିବା ଜଣାପଡ଼ିଛି। ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳରେ ମଧ୍ୟ ହାଲୁକା ବର୍ଷା ହୋଇଛି।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ଗତକାଲି କେବଳ ଗୋଟିଏ ସହର ତାପମାତ୍ରା ୩୫ ଡିଗ୍ରୀ ଅତିକ୍ରମ କରିଥିବା ବେଳେ ବାକି ସବୁ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ତଳେ ରହିଛି। ପାରଳାଖେମୁଣ୍ଡିରେ ତାପମାତ୍ରା ୩୫.୬ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଏହା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ସେହିପରି ରାଜଧାନୀ ଭୁବନେଶ୍ୱର ତାପମାତ୍ରା ୩୨.୮ ଡ଼ିଗ୍ରୀ ରେକର୍ଡ ହୋଇଥିବା ବେଳେ କଟକରେ ୩୨.୦ ଡିଗ୍ରୀ ରେକର୍ଡ ହୋଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ରାଜ୍ୟରେ ଏଭଳି ସ୍ଥିତି ଆଗାମୀ ୫-୬ ଦିନ ପର୍ଯ୍ୟନ୍ତ ଜାରି ରହିବ। ଏହି ସମୟରେ କିଛି କିଛି ଅଞ୍ଚଳରେ ବର୍ଷା ସାଙ୍ଗକୁ କୋହଲା ପାଗ ଲାଗି ରହିବ।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର