ଭୁବନେଶ୍ୱର: ଆସନ୍ତା ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ସଂପର୍କରେ ସୂଚନା ଦିଆଯାଇଛି। କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ୨୫ତାରିଖରେ ଉତ୍ତର ଓଡ଼ିଶା, ଦକ୍ଷିଣ-ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।
ସେହିପରି ୨୬ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ୨୭ ତାରିଖରେ ଉତ୍ତର-ଉପକୂଳ ଓଡ଼ିଶାର କେତେକ ସ୍ଥାନ ସମେତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି। ୨୮ ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ଆସିବା ସହ ପାଗ ଶୁଖିଲା ରହିବ ବୋଲି କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଅପରକ୍ଷେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ଅନୁଭୂତ ହୋଇଥିବା ବେଳେ କେତେକ ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇଥିବା ଜଣାପଡ଼ିଛି।