ଆଜି ରାଜ୍ୟର ୭ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ଶୀତରେ ଥରୁଛି ସାରା ଓଡ଼ିଶା। କ୍ରମାଗତ ଭାବେ ବିଭିନ୍ନ ସ୍ଥାନରେ ତାପମାତ୍ରା ତଳକୁ ଖସୁଛି। ଫଳରେ ପୂର୍ବ ଅପେକ୍ଷା ଅଧିକାଂଶ ସ୍ଥାନରେ ଥଣ୍ଡା ଅନୁଭୂତ ହେଉଛି। ଏହାରି ମଧ୍ୟରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତ ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳ । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍. ଆର. ବିଶ୍ୱାସ ସୂଚନା ଦେଇଛନ୍ତି। ସୂଚନା […]

ଭୁବନେଶ୍ୱର: ଶୀତରେ ଥରୁଛି ସାରା ଓଡ଼ିଶା। କ୍ରମାଗତ ଭାବେ ବିଭିନ୍ନ ସ୍ଥାନରେ ତାପମାତ୍ରା ତଳକୁ ଖସୁଛି। ଫଳରେ ପୂର୍ବ ଅପେକ୍ଷା ଅଧିକାଂଶ ସ୍ଥାନରେ ଥଣ୍ଡା ଅନୁଭୂତ ହେଉଛି। ଏହାରି ମଧ୍ୟରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତ ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳ । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍. ଆର. ବିଶ୍ୱାସ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

ସୂଚନା ଅନୁଯାୟୀ, ୭ଜିଲ୍ଲା ବ୍ୟତିତ ଅନ୍ୟ ଜିଲ୍ଲା ଗୁଡ଼ିକରେ ପାଗ ଶୁଖିଲା ରହିବ। ଆସନ୍ତାକାଲିଠୁ ୧୩ ଡିସେମ୍ବର ପର୍ଯ୍ଯନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ଏଥିସହ ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ଯନ୍ତ ସର୍ବନିମ୍ନ ତାପମାତ୍ରା ବଢ଼ିପାରେ। ଫଳରେ ଶୀତ କମିଯିବାର ସମ୍ଭାବନା ରହିଛି। ଉତ୍ତରା ପବନ ପ୍ରଭାବରେ ରାଜ୍ୟରେ ଶୀତ ବଢ଼ିଥିଲା ବୋଲି ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ କହିଛନ୍ତି।

ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍‌‌; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର