ଖରାରୁ ମିଳିବ ଆଶ୍ବସ୍ତି: ଦୋଳ ଓ ହୋଲିରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହୋଇଯାଇଛି ଅସମ୍ଭାଳ ତାତି। ଟାଣ ଖରା ସାଙ୍ଗକୁ ଅସ୍ତବ୍ୟସ୍ତ କରୁଛି ଗରମ ପବନ। ତେବେ ଏହାରି ମଧ୍ଯରେ ଆଶ୍ବସ୍ତିକର ସୂଚନା ପ୍ରଦାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପଶ୍ଚିମା ଝଡ଼ ପ୍ରଭାବରେ ୭ ତାରିଖରୁ ପରବର୍ତ୍ତି ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ବିଶେଷ କରି ପଶ୍ଚିମ ଓଡ଼ିଶାରେ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ିର ମଧ୍ୟ ପ୍ରଭାବ ରହିବ […]

ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହୋଇଯାଇଛି ଅସମ୍ଭାଳ ତାତି। ଟାଣ ଖରା ସାଙ୍ଗକୁ ଅସ୍ତବ୍ୟସ୍ତ କରୁଛି ଗରମ ପବନ। ତେବେ ଏହାରି ମଧ୍ଯରେ ଆଶ୍ବସ୍ତିକର ସୂଚନା ପ୍ରଦାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପଶ୍ଚିମା ଝଡ଼ ପ୍ରଭାବରେ ୭ ତାରିଖରୁ ପରବର୍ତ୍ତି ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ବିଶେଷ କରି ପଶ୍ଚିମ ଓଡ଼ିଶାରେ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ିର ମଧ୍ୟ ପ୍ରଭାବ ରହିବ ବୋଲି ସୂଚନା ଜାରି କରଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଉପକୂଳ ସୁରକ୍ଷା ପାଇଁ ବଡ଼ ରୋଡମ୍ୟାପ୍: ଦେଶର ଶ୍ରେଷ୍ଠ ମେରାଇନ୍ ପୋଲିସ ହେବାକୁ ଡିଜିପିଙ୍କ ଲକ୍ଷ୍ୟ

ଆସନ୍ତା କାଲି ଅର୍ଥାତ ୭ତାରିଖରେ ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡା, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହଳୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିବା ବେଳେ ୮ ତାରିଖ ଅର୍ଥାତ ରଙ୍ଗର ପର୍ବ ହୋଲିରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୁଳ, ବରଗଡ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ଏବଂ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: କଲେଜ ଆଗରେ ଭୁଜାଲି ଦେଖାଇ ଯୁବତୀଙ୍କୁ ଧମକାଇଲା ଯୁବକ, ଥାନାରେ ଅଟକ

ଆହୁରି ପଢ଼ନ୍ତୁ: ଟ୍ୱିନ୍ ସିଟିରେ କଳା ଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ, କିଛି ସ୍ଥାନରେ ପବନ ସହ ଘଡ଼ଘଡ଼ି ବର୍ଷା

06 Mar 2023 By The Sakala

ଖରାରୁ ମିଳିବ ଆଶ୍ବସ୍ତି: ଦୋଳ ଓ ହୋଲିରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହୋଇଯାଇଛି ଅସମ୍ଭାଳ ତାତି। ଟାଣ ଖରା ସାଙ୍ଗକୁ ଅସ୍ତବ୍ୟସ୍ତ କରୁଛି ଗରମ ପବନ। ତେବେ ଏହାରି ମଧ୍ଯରେ ଆଶ୍ବସ୍ତିକର ସୂଚନା ପ୍ରଦାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପଶ୍ଚିମା ଝଡ଼ ପ୍ରଭାବରେ ୭ ତାରିଖରୁ ପରବର୍ତ୍ତି ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ବିଶେଷ କରି ପଶ୍ଚିମ ଓଡ଼ିଶାରେ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ିର ମଧ୍ୟ ପ୍ରଭାବ ରହିବ ବୋଲି ସୂଚନା ଜାରି କରଯାଇଛି।

ଆସନ୍ତା କାଲି ଅର୍ଥାତ ୭ତାରିଖରେ ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡା, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହଳୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିବା ବେଳେ ୮ ତାରିଖ ଅର୍ଥାତ ରଙ୍ଗର ପର୍ବ ହୋଲିରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୁଳ, ବରଗଡ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ଏବଂ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର