ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଉତ୍ତର ଓଡିଶା ସମେତ ଉପକୂଳ ଓଡିଶାର କିଛି ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାଂଲାଦେଶ ଠାରୁ ଗାଙ୍ଗେୟ ଉପତ୍ୟକା ଦେଇ ଉତ୍ତର ଓଡିଶା ପର୍ଯ୍ୟନ୍ତ ବାୟୁମଣ୍ଡଳର ୦.୯ କିଲୋମିଟର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ […]

ଭୁବନେଶ୍ବର: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଉତ୍ତର ଓଡିଶା ସମେତ ଉପକୂଳ ଓଡିଶାର କିଛି ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାଂଲାଦେଶ ଠାରୁ ଗାଙ୍ଗେୟ ଉପତ୍ୟକା ଦେଇ ଉତ୍ତର ଓଡିଶା ପର୍ଯ୍ୟନ୍ତ ବାୟୁମଣ୍ଡଳର ୦.୯ କିଲୋମିଟର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡା ରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ୩ ତାରିଖରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ସମେତ ଯାଜପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ ଏବଂ ଢେଙ୍କାନାଳ ରେ ବର୍ଷା ନେଇ ଆକଳନ କରାଯାଇଛି। ବାକି ଓଡ଼ିଶାର ଅନ୍ୟ ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ବର୍ଷା ପ୍ରଭାବ ରେ ପାଗ କୋହଲା ରହିଲେ ମଧ୍ୟ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ। ବର୍ଷା ସହ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର କୁହୁଡି ଅନୁଭୂତ ହେବ।

ସେପଟେ ଗତ ୨୪ଘଣ୍ଟା ମଧ୍ୟରେ ପାହାଡିଆ ଅଞ୍ଚଳ ଭାବରେ କୋରାପୁଟରେ ସର୍ବନିମ୍ନ ୧୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ସମତଳ ଅଞ୍ଚଳ ଭାବରେ ଫୁଲରାଣୀରେ ସର୍ବନିମ୍ନ ୧୨.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। କଟକ, ଚାନ୍ଦବାଲି ଏବଂ ବାଲେଶ୍ବରରେ ଘନ କୁହୁଡ଼ି ଅନୁଭୂତ ହୋଇଥିବାବେଳେ ଭୁବନେଶ୍ୱର, ରାଉରକେଲା, ଝାରସୁଗୁଡା, ବାରିପଦା, କେନ୍ଦୁଝର ଏବଂ ଭବାନୀପାଟଣାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୂତ ହୋଇଛି।

About The Author: The Sakala