ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ: ୨୧ରୁ ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଶକ୍ତିଶାଳୀ ହେବାରେ ଲାଗିଛି। ଏହି ଲଘୁଚାପ କ୍ଷେତ୍ର ସହିତ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି। ଏହି ଲଘୁଚାପଟି ଏଧିକ ଘନୀଭୂତ ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଅବପାତର ରୂପ ନେବ। ପରବର୍ତ୍ତୀ ୩ ଦିନ ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ତାମିଲନାଡ଼ୁ ପୁଡ଼ୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବ। […]

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଶକ୍ତିଶାଳୀ ହେବାରେ ଲାଗିଛି। ଏହି ଲଘୁଚାପ କ୍ଷେତ୍ର ସହିତ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି। ଏହି ଲଘୁଚାପଟି ଏଧିକ ଘନୀଭୂତ ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଅବପାତର ରୂପ ନେବ। ପରବର୍ତ୍ତୀ ୩ ଦିନ ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ତାମିଲନାଡ଼ୁ ପୁଡ଼ୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବ। ଏହାର କୌଣସି ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ନ ରହିଲେ ମଧ୍ୟ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବ।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୨୧ରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ମୁଖ୍ୟତଃ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଆଦିରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବ। ୨୨ରେ ମଧ୍ୟ ଦକ୍ଷିଣ ଓଡ଼ିଶାରେ କିଛି ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ବର୍ଷା ଓ ଲଘୁଚାପ ଯୋଗୁଁ ରାଜ୍ୟକୁ ସାମୁଦ୍ରିକ ବାୟୁର ପ୍ରବାହ ବୃଦ୍ଧି ହେବ। ଏହାଦ୍ୱାରା ରାଜ୍ୟରେ ରାତିର ତାପମାତ୍ରା ବୃଦ୍ଧି ହେବ ଓ ଶୀତ କମିବ। ଆଗାମୀ ୨ ରୁ ୩ ଦିନ ଯାଏଁ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନ ଥିବାବେଳେ ପରବର୍ତ୍ତୀ ସମୟରେ ରାତ୍ରି ତାପମାତ୍ରାରେ ୨ ଡିଗ୍ରୀ ଯାଏଁ ବୃଦ୍ଧି ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ଶେମିଳିଗୁଡ଼ାରେ ୭.୯ ଡିଗ୍ରୀ ରେକର୍ଡ କରାଯାଇଛି। ଜି.ଉଦୟଗିରି ୮.୬ ଡ଼ିଗ୍ରୀ କୋରାପୁଟ ୧୦.୫ ଡ଼ିଗ୍ରୀ ଫୁଲବାଣୀ ୧୦.୫ ଡ଼ିଗ୍ରୀ ଦାରିଙ୍ଗବାଡି ୧୧.୫ଡ଼ିଗ୍ରୀ ଭବାନୀପାଟଣା ତାପମାତ୍ରା ୧୧.୮ ଡ଼ିଗ୍ରୀ ରହିଛି।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର