କାଲିଠୁ ପୁଣି ଲଘୁଚାପ ବର୍ଷା

The Sakala Picture
Published On

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗର ତଥା ଏହାର ଆଖାପଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୮ ତାରିଖ ସୁଦ୍ଧଠା ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଫଳରେ ଆସନ୍ତା ୨୮ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୨୭ ତାରିଖରେ ଅଳ୍ପ କିଛି ଅଞ୍ଚଳରେ ବର୍ଷା ହେବ। ସୁନ୍ଦରଗଡ଼଼, କେନ୍ଦୁଝର, […]

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗର ତଥା ଏହାର ଆଖାପଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୮ ତାରିଖ ସୁଦ୍ଧଠା ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଫଳରେ ଆସନ୍ତା ୨୮ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୨୭ ତାରିଖରେ ଅଳ୍ପ କିଛି ଅଞ୍ଚଳରେ ବର୍ଷା ହେବ। ସୁନ୍ଦରଗଡ଼଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ତେବେ ୨୮ ଅର୍ଥାତ ବୁଧବାରଠାରୁ ବର୍ଷାର ପ୍ରକୋପ ବୃଦ୍ଧି ପାଇବ।

ଆହୁରି ପଢ଼ନ୍ତୁ: ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

ବୁଧବାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଢେଙ୍କାନାଳରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ଜଗତସିଂହପୁର, କଟକ, ଅନଗୁଳ, ଦେବଗଡ଼, ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ତେବେ ସମ୍ଭାବ୍ୟ ଲଘୁଚାପ ଯୋଗୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ୨୮-୩୦ ଜୁଲାଇ ପର୍ଯ୍ୟନ୍ତ ଝଡ଼ପବନ ବହିବ। ଏଠାରେ ଘଣ୍ଟା ପ୍ରତି ପବନର ବେଗ ୪୦-୫୦ କିମି ରହିବ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୨୮ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଥରକେ ୫୦ ଲିଟରରୁ ଅଧିକ ପେଟ୍ରୋଲ ବିକ୍ରି ଉପରେ କଟକଣା, ପେଟ୍ରୋଲ ପମ୍ପଗୁଡ଼ିକୁ ନୋଟିସ୍ ଜାରି

27 Jul 2021 By The Sakala

କାଲିଠୁ ପୁଣି ଲଘୁଚାପ ବର୍ଷା

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗର ତଥା ଏହାର ଆଖାପଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୮ ତାରିଖ ସୁଦ୍ଧଠା ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଫଳରେ ଆସନ୍ତା ୨୮ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୨୭ ତାରିଖରେ ଅଳ୍ପ କିଛି ଅଞ୍ଚଳରେ ବର୍ଷା ହେବ। ସୁନ୍ଦରଗଡ଼଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ତେବେ ୨୮ ଅର୍ଥାତ ବୁଧବାରଠାରୁ ବର୍ଷାର ପ୍ରକୋପ ବୃଦ୍ଧି ପାଇବ।

ବୁଧବାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଢେଙ୍କାନାଳରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ଜଗତସିଂହପୁର, କଟକ, ଅନଗୁଳ, ଦେବଗଡ଼, ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ତେବେ ସମ୍ଭାବ୍ୟ ଲଘୁଚାପ ଯୋଗୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ୨୮-୩୦ ଜୁଲାଇ ପର୍ଯ୍ୟନ୍ତ ଝଡ଼ପବନ ବହିବ। ଏଠାରେ ଘଣ୍ଟା ପ୍ରତି ପବନର ବେଗ ୪୦-୫୦ କିମି ରହିବ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୨୮ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର