ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ମୌସୁମୀ ନିମ୍ନ ଚାପରେଖା ସକ୍ରିୟ ରହିଥିବା ବେଳେ ବିହାର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ ଜିଲ୍ଲାରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର […]

ଭୁବନେଶ୍ବର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ମୌସୁମୀ ନିମ୍ନ ଚାପରେଖା ସକ୍ରିୟ ରହିଥିବା ବେଳେ ବିହାର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ ଜିଲ୍ଲାରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା କାଲି ମଧ୍ୟ ଘଡଘଡି ବିଜୁଳି ସହ ବର୍ଷା ନେଇ ଉତ୍ତର ଏବଂ ଉପକୂଳ ଓଡ଼ିଶାର ୬ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

୮ ତାରିଖରେ ବର୍ଷାର ପରିମାଣ ସାମାନ୍ୟ ବୃଦ୍ଧି ହେବା ସହ କିଛି ସ୍ଥାନରେ ବଜ୍ରପାତ ନେଇ ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଯାଜପୁର ଏବଂ ଭଦ୍ରକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ ୧୦ ତାରିଖରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଲିଙ୍ଗରାଜ ଥାନା ପୋଲିସ, ହତ୍ୟା ଅଭିଯୁକ୍ତର ଘରେ ଚାଲିଲା ବୁଲଡୋଜର

ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁରର ଜୁଜୁମରା ଠାରେ ସର୍ବାଧିକ ୫୩ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ପୁରୀର ପିପିଲି ଠାରେ ୪୮, ରାୟଗଡାର ଗୁଣୁପୁର ଠାରେ ୪୫ ଏବଂ ସୋନପୁର ଉଲ୍ଲୁଣ୍ଡା ଠାରେ ୪୩ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେପଟେ ମୌସୁମୀ ସିଜିନ୍ ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ୬୩୯.୪ ମିଲିମିଟର ବର୍ଷା ରେକର୍ଡ ହୋଇଛି ଯାହା ସ୍ବାଭାବିକ ବର୍ଷା ଠାରୁ ୨ ପ୍ରତିଶତ ଅଧିକ । ପୁରୀ, କେନ୍ଦ୍ରାପଡା, ଗଞ୍ଜାମ, କଳାହାଣ୍ଡି ଏବଂ ନବରଙ୍ଗପୁରରେ ୨୦ ରୁ ୫୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୧୭ ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି । ମାତ୍ର ଗୋଟିଏ ଜିଲ୍ଲା ସୋନପୁରରେ ୬୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ୭ଟି ଜିଲ୍ଲାରେ ସ୍ବାଭାବିକ ଠାରୁ ୨୦ ରୁ ୫୯ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଛି ।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର