କର୍ମଚାରୀଙ୍କ ନାଁରେ ସମ୍ବାଦର ଲୋନ୍ ସ୍କାମ ଘଟଣା: ଜାଲିଆତି କରିନାହାନ୍ତି ତେବେ ତଦନ୍ତକୁ ସାମ୍ନା କରିବାକୁ ଡରୁଛନ୍ତି କାହିଁକି- ଲେନିନ ମହାନ୍ତି

ଭୁବନେଶ୍ବର: କୋଟି କୋଟି ଟଙ୍କାର ବ୍ୟାଙ୍କ ଋଣ ଜାଲିଆତି କରିଥିବା ଜଣେ ବ୍ୟକ୍ତି ଯଦି କୌଣସି ଗଣମାଧ୍ୟମ ସଂସ୍ଥାର ମାଲିକ ହୋଇଥାନ୍ତି, ତେବେ କଣ ସେ ଆଇନର ଉର୍ଦ୍ଧ୍ଵରେ ବୋଲି ଗଣା ଯିବେ କି ? ଠକାମି ଓ ଜାଲିଆତି କରୁଥିବା ଗଣମାଧ୍ୟମ ପ୍ରତିଷ୍ଠାନ ପାଇଁ ଆଇନରେ କିଛି ଅଲଗା ବ୍ୟବସ୍ଥା ଅଛି କି ବୋଲି ପ୍ରଶ୍ନ କରିଛନ୍ତି ବିଜେଡିର ମୁଖପାତ୍ର ଡ. ଲେନିନ ମହାନ୍ତି। କିଛି ମାସ ତଳେ ଦୈନିକ ଭାସ୍କର, ଏନଡିଟିଭି ଏବଂ ଜାତୀୟ […]

ଭୁବନେଶ୍ବର: କୋଟି କୋଟି ଟଙ୍କାର ବ୍ୟାଙ୍କ ଋଣ ଜାଲିଆତି କରିଥିବା ଜଣେ ବ୍ୟକ୍ତି ଯଦି କୌଣସି ଗଣମାଧ୍ୟମ ସଂସ୍ଥାର ମାଲିକ ହୋଇଥାନ୍ତି, ତେବେ କଣ ସେ ଆଇନର ଉର୍ଦ୍ଧ୍ଵରେ ବୋଲି ଗଣା ଯିବେ କି ? ଠକାମି ଓ ଜାଲିଆତି କରୁଥିବା ଗଣମାଧ୍ୟମ ପ୍ରତିଷ୍ଠାନ ପାଇଁ ଆଇନରେ କିଛି ଅଲଗା ବ୍ୟବସ୍ଥା ଅଛି କି ବୋଲି ପ୍ରଶ୍ନ କରିଛନ୍ତି ବିଜେଡିର ମୁଖପାତ୍ର ଡ. ଲେନିନ ମହାନ୍ତି।

କିଛି ମାସ ତଳେ ଦୈନିକ ଭାସ୍କର, ଏନଡିଟିଭି ଏବଂ ଜାତୀୟ ସ୍ତରର ଅନ୍ୟ କେତେକ ଗଣମାଧ୍ୟମ ସଂସ୍ଥା ଉପରେ ଆୟକର ଏବଂ ଜିଏସଟି ବିଭାଗ ପକ୍ଷରୁ ଚଢ଼ଉ ହୋଇଥିଲା। ସେମାନେ ଆଇନ ଅନୁଯାୟୀ ଏହାକୁ ସାମ୍ନା କରିଥିଲେ। ଜାତୀୟ ସ୍ତରର ଗଣମାଧ୍ୟମ ସଂସ୍ଥା ହେଲେ ବି କାହିଁ ସେତେବେଳେ ତ ସେମାନେ କେହି ଏହାକୁ ଆକ୍ରୋଶମୂଳକ ବୋଲି କହି ଏଭଳି ହୋହଲ୍ଲା କରିନଥିଲେ ବୋଲି ସେ କହିଛନ୍ତି।

ଚାରି ପାଞ୍ଚ ଦିନ ତଳେ ନନ୍ଦିଘୋଷ ଟିଭିର କାର୍ଯ୍ୟାଳୟରେ ମଧ୍ୟ ସେଣ୍ଟ୍ରାଲ ଜିଏସଟି ପକ୍ଷରୁ ଅଚାନକ ଚଢ଼ଉ କରାଯାଇଥିଲା। ଏହା ଅପ୍ରତ୍ୟାଶିତ ଥିଲେ ମଧ୍ୟ ଏହି ଚଢ଼ଉକୁ ସେମାନେ ଆକ୍ରୋଶମୂଳକ କହି ବିରୋଧ କରିନଥିଲେ କି ନିଜ ଚାନେଲରେ ଏହାକୁ ବିରୋଧ କରି ଖବର ପ୍ରସାରଣ କରି ନଥିଲେ। ବରଂ ଏଥିରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ। ଶେଷରେ ସେଣ୍ଟ୍ରାଲ ଜିଏସଟି ଅଫିସରମାନେ କାଗଜପତ୍ର ଯାଞ୍ଚ କରି ଫେରି ଯାଇଥି‌ଲେ। ତେଣୁ ନନ୍ଦିଘୋଷ ହେଉ କି ସମ୍ବାଦ, କୌଣସି ଗଣମାଧ୍ୟମ ସଂସ୍ଥା ଆଇନର ଉର୍ଦ୍ଧ୍ଵରେ ନୁହନ୍ତି।

‘ସମ୍ବାଦ’ ଉପରେ ତାଙ୍କ ନିଜ ସଂସ୍ଥାର କର୍ମଚାରୀମାନେ କୋଟି କୋଟି ଟଙ୍କାର ବ୍ୟାଙ୍କ ଋଣ ଜାଲିଆତିର ଅଭିଯୋଗ ଆଣିଛନ୍ତି। ଠକାମିର ଶିକାର ‌ହୋଇଥିବା ଏଭଳି କର୍ମଚାରୀଙ୍କ ସଂଖ୍ୟା ୩୦୦ ବୋଲି କୁହାଯାଉଛି ଏବଂ ସେମାନଙ୍କ ମଧ୍ୟରେ ଅଧିକାଂଶ ସାମ୍ବାଦିକଠୁ ନେଇ ଚତୁର୍ଥ ଶ୍ରେଣୀ କର୍ମଚାରୀ ଅଛନ୍ତି। ତେଣୁ ପ୍ରାୟ ୧୦୦ କୋଟି ଟଙ୍କାର ଏହି ଜାଲିଆତିର ଉପଯୁକ୍ତ ତଦନ୍ତ ହେବାରେ ଅସୁବିଧା କେଉଁଠି ? ଯଦି ସେମାନେ କିଛି ଜାଲିଆତି କରିନାହାନ୍ତି ତେବେ ତଦନ୍ତକୁ ସାମ୍ନା କରିବାକୁ ଡରୁଛନ୍ତି କାହିଁକି ବୋଲି ପ୍ରଶ୍ନ କରିଛନ୍ତି ଲେଲିନ ମହାନ୍ତି?

ସମ୍ବାଦ ସଂପାଦକ ସୌମ୍ୟରଂଜନ ପଟ୍ଟନାୟକଙ୍କ ବିରୋଧରେ ଆସିଥିବା ଏହି ବଡ଼ ଧରଣର ବ୍ୟାଙ୍କ ଋଣ ଜାଲିଆତି ଅଭିଯୋଗର ତଦନ୍ତ ଆରମ୍ଭ ହେବା ପରେ ଯେଉଁମାନେ ତାଙ୍କ ପକ୍ଷ ନେଇ ଓକିଲାତି କରିବାକୁ ବାହାରିଛନ୍ତି, କିଛି ଜାଲିଆତି ହୋଇନାହିଁ ବୋଲି ସେମାନେ ଜାଣିଲେ କେମିତି? ଏନେଇ ସେମାନେ କେଉଁ ଆଧାରରେ ତାଙ୍କୁ କ୍ଲିନ୍ ଚିଟ୍ ଦେଇ ପକାଉଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ଲେନିନ ମହାନ୍ତି।

About The Author: The Sakala