ମିଶନ ଶକ୍ତି ମାଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର, ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ

The Sakala Picture
Published On

ଭୁବନେଶ୍ବର: ମିଶନ ଶକ୍ତି ମାଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର । ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ । ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ । ଏହାସହ ସୁଧ ଫେରସ୍ତ ବାବଦକୁ ୧୪୫ କୋଟି ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିଭଳି ଗତ ୫ ବର୍ଷରେ ୯୨୫ […]

ଭୁବନେଶ୍ବର: ମିଶନ ଶକ୍ତି ମାଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର । ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ । ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ । ଏହାସହ ସୁଧ ଫେରସ୍ତ ବାବଦକୁ ୧୪୫ କୋଟି ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିଭଳି ଗତ ୫ ବର୍ଷରେ ୯୨୫ କୋଟି ଟଙ୍କା ଫେରସ୍ତ କରାଯାଇଛି । ମିଶନ ଶକ୍ତି ବଜାର ଉଦଘାଟନ ପୂର୍ବରୁ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୫ ବର୍ଷରେ ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଖୋଲାଯିବ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ଚଳିତବର୍ଷ ମିଶନ ଶକ୍ତିର ମା’ ମାନେ ୧୫ ହଜାର କୋଟି ଟଙ୍କା ଋଣ ପାଇଛନ୍ତି । ଆସନ୍ତା ୫ ବର୍ଷରେ ମିଶନ ଶକ୍ତି ମା’ଙ୍କୁ ୭୫ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ । ସେପଟେ ଆଜି ସଂଧ୍ଯାରେ ଉଦଘାଟିତ ହେବ ମିଶନ ଶକ୍ତି ବଜାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବଜାରକୁ ଉଦଘାଟନ କରିବେ। ଏହାଦ୍ବାରା ଏଣିକି ଘରେ ଘରେ ପହଞ୍ଚିବ ମିଶନ ଶକ୍ତି ମହିଳାଙ୍କ ଉତ୍ପାଦ । ଗ୍ରାହକଙ୍କୁ ଉଭୟ ଅନଲାଇନ ଓ ଅଫଲାଇନ କିଣିବା ସୁବିଧା ମିଳିବ। ଏହି ବଜାରରେ ଲୋକେ ଝାଡ଼ୁଠାରୁ ପାଟଶାଢ଼ୀ, ବେତ ସୋଫା, ଘରକରଣା ଜିନିଷ, ମିଲେଟ୍ସ୍ ଉତ୍ପାଦ, ପଟ୍ଟଚିତ୍ର, ପେଣ୍ଟିଂ, କନ୍ଧମାଳ ହଳଦୀ ସମେତ ପ୍ରାୟ ପ୍ରାୟ ୧ ହଜାର ପ୍ରକାର ଉତ୍ପାଦ କିଣିବାର ସୁବିଧା ପାଇବେ । ମିଶନଶକ୍ତି ବଜାରର ପରିଚାଳନା ଦାୟିତ୍ବ ପାଇଛି ଖୋର୍ଦ୍ଧା ମାତୃଶକ୍ତି ଫାର୍ମର୍ସ ପ୍ରଡ୍ୟୁସ୍ କମ୍ପାନୀ ଲିମିଟେଡ୍।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

27 Feb 2024 By The Sakala

ମିଶନ ଶକ୍ତି ମାଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର, ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ

ଭୁବନେଶ୍ବର: ମିଶନ ଶକ୍ତି ମାଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର । ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ । ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ । ଏହାସହ ସୁଧ ଫେରସ୍ତ ବାବଦକୁ ୧୪୫ କୋଟି ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିଭଳି ଗତ ୫ ବର୍ଷରେ ୯୨୫ କୋଟି ଟଙ୍କା ଫେରସ୍ତ କରାଯାଇଛି । ମିଶନ ଶକ୍ତି ବଜାର ଉଦଘାଟନ ପୂର୍ବରୁ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୫ ବର୍ଷରେ ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଖୋଲାଯିବ ।

ଚଳିତବର୍ଷ ମିଶନ ଶକ୍ତିର ମା’ ମାନେ ୧୫ ହଜାର କୋଟି ଟଙ୍କା ଋଣ ପାଇଛନ୍ତି । ଆସନ୍ତା ୫ ବର୍ଷରେ ମିଶନ ଶକ୍ତି ମା’ଙ୍କୁ ୭୫ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ । ସେପଟେ ଆଜି ସଂଧ୍ଯାରେ ଉଦଘାଟିତ ହେବ ମିଶନ ଶକ୍ତି ବଜାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବଜାରକୁ ଉଦଘାଟନ କରିବେ। ଏହାଦ୍ବାରା ଏଣିକି ଘରେ ଘରେ ପହଞ୍ଚିବ ମିଶନ ଶକ୍ତି ମହିଳାଙ୍କ ଉତ୍ପାଦ । ଗ୍ରାହକଙ୍କୁ ଉଭୟ ଅନଲାଇନ ଓ ଅଫଲାଇନ କିଣିବା ସୁବିଧା ମିଳିବ। ଏହି ବଜାରରେ ଲୋକେ ଝାଡ଼ୁଠାରୁ ପାଟଶାଢ଼ୀ, ବେତ ସୋଫା, ଘରକରଣା ଜିନିଷ, ମିଲେଟ୍ସ୍ ଉତ୍ପାଦ, ପଟ୍ଟଚିତ୍ର, ପେଣ୍ଟିଂ, କନ୍ଧମାଳ ହଳଦୀ ସମେତ ପ୍ରାୟ ପ୍ରାୟ ୧ ହଜାର ପ୍ରକାର ଉତ୍ପାଦ କିଣିବାର ସୁବିଧା ପାଇବେ । ମିଶନଶକ୍ତି ବଜାରର ପରିଚାଳନା ଦାୟିତ୍ବ ପାଇଛି ଖୋର୍ଦ୍ଧା ମାତୃଶକ୍ତି ଫାର୍ମର୍ସ ପ୍ରଡ୍ୟୁସ୍ କମ୍ପାନୀ ଲିମିଟେଡ୍।

https://www.thesakala.in/latest-odisha-news/loans-up-to-rs-10-lakh-will-be-available-to-mission-shakti-members-without-interest/article-30257
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର