ଜୁନ ୧ ତାରିଖ ପର୍ଯ୍ୟନ୍ତ ବଢ଼ିଲା ଲକଡାଉନ; ବାହାଘରରେ ୨୫ଜଣଙ୍କୁ ଅନୁମତି, ଭୋଜିଭାତକୁ ନାଁ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଥିବା କୋଭିଡ୍ ସଂକ୍ରମଣକୁ ଦେଖି ସରକାର ଲକଡାଉନ୍ ଅବଧିକୁ ବଢ଼ାଇଛନ୍ତି । ଜୁନ ୧ ଯାଏ ରାଜ୍ୟରେ ଲକଡାଉନ୍ କଟକଣା ବଳବତ୍ତର ରହିବ। ଲକଡାଉନ୍‌ ସହ ରାଜ୍ୟରେ ପୂର୍ବ ଭଳି ସପ୍ତାହନ୍ତ ସଟଡାଉନ୍‌ ମଧ୍ୟ ଜାରି ରହିବ।  ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ।  ରାଜ୍ୟରେ ଦୈନିକ ସଂକ୍ରମଣ ୧୦ ହଜାର ଉପରେ ରହୁଥିବା ବେଳେ ଲକଡାଉନ୍ ସମ୍ପ୍ରସାରଣ ନେଇ ବିଶେଷଜ୍ଞମାନେ ମତ ଦେଉଥିଲେ […]

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଥିବା କୋଭିଡ୍ ସଂକ୍ରମଣକୁ ଦେଖି ସରକାର ଲକଡାଉନ୍ ଅବଧିକୁ ବଢ଼ାଇଛନ୍ତି । ଜୁନ ୧ ଯାଏ ରାଜ୍ୟରେ ଲକଡାଉନ୍ କଟକଣା ବଳବତ୍ତର ରହିବ। ଲକଡାଉନ୍‌ ସହ ରାଜ୍ୟରେ ପୂର୍ବ ଭଳି ସପ୍ତାହନ୍ତ ସଟଡାଉନ୍‌ ମଧ୍ୟ ଜାରି ରହିବ।  ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ।  ରାଜ୍ୟରେ ଦୈନିକ ସଂକ୍ରମଣ ୧୦ ହଜାର ଉପରେ ରହୁଥିବା ବେଳେ ଲକଡାଉନ୍ ସମ୍ପ୍ରସାରଣ ନେଇ ବିଶେଷଜ୍ଞମାନେ ମତ ଦେଉଥିଲେ ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

ସୂଚନା ଅନୁଯାୟୀ, ଏହି ଲକଡାଉନ ଅବଧି ସମୟରେ ୨ଟି ବଡ ଜିନିଷରେ ପରିବର୍ତ୍ତନ କରାଯାଇଛି। ବାହାଘର ଆଉ ୫୦ ନୁହେଁ ଏଣିକି ୨୫ ଜଣଙ୍କୁ ଅନୁମତି ମିଳିବ । ଏହାସହ ବାହାଘର, ବ୍ରତଘର, ଶୁଦ୍ଧି କାର୍ଯ୍ୟରେ ଭୋଜିଭାତକୁ ସମ୍ପୂର୍ଣ୍ଣ ମନା କରାଯାଇଛି। ଘରକୁ ଡାକି କୌଣସି ଅତିଥିମାନଙ୍କୁ ଭୋଜିଭାତ ଦିଆଯାଇ ପାରିବ ନାହିଁ। ଅତିଥିମାନଙ୍କୁ ପ୍ୟାକେଟ ଜରିଆରେ ଖାଦ୍ୟ ଦିଆଯାଇପାରିବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି।

ଆହୁରି ପଢ଼ନ୍ତୁ: ଆକାଶଛୁଆଁ ପିଆଜ ଦର: ଖୁଚୁରା ବଜାରରେ କିଲୋ ପିଛା ୭୦ ଟଙ୍କା ଛୁଇଁଲା ଦାମ୍

ସୋମବାରରୁ ଶୁକ୍ରବାର ଦୈନଦିନ ସାମଗ୍ରୀ କଣିବା ପାଇଁ ଦିଆଯାଇଥିବା ମହଲତକୁ କମାଇ ଦିଆଯାଇଛି। ଏଣିକି ଦୈନିକ ୬ ଘଣ୍ଟା ବଦଳରେ ୪ ଘଣ୍ଟାକୁ ମଧ୍ୟରେ ଦୈନଦିନ ସାମଗ୍ରୀ କିଣିପାରିବେ ଲୋକେ। ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ପରିବାପତ୍ର କିଣିବାକୁ ଅନୁମତି ଦିଆଯାଇଛି। ଆବଶ୍ୟକ ଅନୁସାରେ, ଲୋକମାନେ ନିକଟସ୍ଥ ଦୋକାନକୁ ଚାଲି ଚାଲି ଯାଇ ଜିନିଷ କିଣିପାରିବେ।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର