ବାଜିଲା ନିର୍ବାଚନ ବିଗୁଲ: ଦିଲ୍ଲୀ ବିଜ୍ଞାନ ଭବନରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ପ୍ରେସମିଟ୍

The Sakala Picture
Published On

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା । ତାରିଖ ଘୋଷଣା କରୁଛନ୍ତି ଭାରତୀୟ ନିର୍ବାଚନ କମିଶନ। ଦିଲ୍ଲୀ ବିଜ୍ଞାନ ଭବନରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ପ୍ରେସମିଟ୍।ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେଉଛି । ପ୍ରତ୍ୟେକ ନିର୍ବାଚନ ଏକ ନୂଆ ପରୀକ୍ଷା ବୋଲି ଭାରତୀୟ ନିର୍ବାଚନ କମିସନ ରାଜୀବ କୁମାର କହିଛନ୍ତି। ଫେକ୍‌‌ ଖବର ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଦେଶରେ ମୋଟ ୯୭ କୋଟି ପଂଜୀକୃତ ଭୋଟର ରହିଛନ୍ତି […]

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା । ତାରିଖ ଘୋଷଣା କରୁଛନ୍ତି ଭାରତୀୟ ନିର୍ବାଚନ କମିଶନ। ଦିଲ୍ଲୀ ବିଜ୍ଞାନ ଭବନରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ପ୍ରେସମିଟ୍।ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେଉଛି । ପ୍ରତ୍ୟେକ ନିର୍ବାଚନ ଏକ ନୂଆ ପରୀକ୍ଷା ବୋଲି ଭାରତୀୟ ନିର୍ବାଚନ କମିସନ ରାଜୀବ କୁମାର କହିଛନ୍ତି। ଫେକ୍‌‌ ଖବର ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ଆହୁରି ପଢ଼ନ୍ତୁ: ଆକାଶଛୁଆଁ ପିଆଜ ଦର: ଖୁଚୁରା ବଜାରରେ କିଲୋ ପିଛା ୭୦ ଟଙ୍କା ଛୁଇଁଲା ଦାମ୍

ଦେଶରେ ମୋଟ ୯୭ କୋଟି ପଂଜୀକୃତ ଭୋଟର ରହିଛନ୍ତି । ୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ୍‌ ବ୍ୟବସ୍ଥା କରାଯାଇଛି।  ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତ ଦେଢ଼ କୋଟି ପୋଲିଂ ଅଫିସର ନିୟୋଜିତ ହେବେ। ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତ ରହିଛି ୫୫ ଲକ୍ଷ ଇଭିଏମ୍‌ ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

ପ୍ରଥମ ଥର ପାଇଁ ଭୋଟ ଦେବେ ୧କୋଟି ୮୨ଲକ୍ଷ ନୂଆ ଭୋଟର । ୧୮ରୁ ୨୯ ବର୍ଷ ବର୍ଗର ଭୋଟର ସଂଖ୍ୟା ୨୧ କୋଟି । ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୮୨ ଲକ୍ଷ । ୧୦୦ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୨ ଲକ୍ଷ ୧୮ ହଜାର ରହିଛି। ୮୫ ବର୍ଷରୁ ଅଧିକ ବୟସ ବର୍ଗଙ୍କ ପାଇଁ ସ୍ବତନ୍ତ୍ର ସୁବିଧା ଗ୍ରହଣ କରାଯାଇଛି। ଘରେ ରହି ଭୋଟ୍ ଦେଇପାରିବେ ବୟସ୍କ ଭୋଟର । ଘରେ ଫର୍ମ ପହଞ୍ଚାଇ ଦିଆଯିବ, ପରେ ସଂଗ୍ରହ କରାଯିବ ।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

ଅପରାଧିକ ମାମଲା ଥିଲେ ପ୍ରାର୍ଥୀ ବିଜ୍ଞାପନ ଜରିଆରେ ଜଣାଇବେ ।ଖବର କାଗଜ, ଟିଭିରେ ୩ ଥର ନିଜ ଅପରାଧ ବିବରଣୀ ଦେବେ । ରାଜନୈତିକ ଦଳ ବି ଏନେଇ ବିସ୍ତୃତ ସୂଚନା ପ୍ରଦାନ କରିବେ। କାହିଁକି ଏଭଳି ପ୍ରାର୍ଥୀଙ୍କୁ ଟିକେଟ ଦେଲେ, କାରଣ ଦର୍ଶାଇବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର