ବର୍ଷିୟାନ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଓଡ଼ିଆ ସଙ୍ଗୀତ ଜଗତର ବର୍ଷିୟାନ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଦିବଂଗତ ଅମର ଆତ୍ମାର ସଦଗତି କାମନା କରିଛନ୍ତି ନବୀନ । ପ୍ରଣବ ପଟ୍ଟନାୟକଙ୍କ ଦେହାନ୍ତରେ ଶୋକ ପ୍ରକାଶ କରି ନବୀନ ନିଜ ସୋସିଆଲ ମିଡ଼ିଆ ସାଇଟ 'ଏକ୍ସ' ରେ ଲେଖିଛନ୍ତି କି, 'ଓଡ଼ିଆ ସଙ୍ଗୀତ ଜଗତର ଅଭୁଲା ସ୍ୱର, ବର୍ଷିୟାନ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ସୁମଧୁର ଗାୟନ ଶୈଳୀ ଅନେକ ଓଡ଼ିଆ ସଙ୍ଗୀତକୁ ଲୋକଙ୍କ ହୃଦୟରେ କାଳଜୟୀ କରିଛି। ସଙ୍ଗୀତ ଜଗତକୁ ସମୃଦ୍ଧ କରିବାରେ ତାଙ୍କ ଅବଦାନ ଚିର ସ୍ମରଣୀୟ ହୋଇ ରହିବ।'
https://twitter.com/Naveen_Odisha/status/2090706383674953853
ପ୍ରଣବ ପଟ୍ଟନାୟକ ୫୦ରୁ ଅଧିକ ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ । ସେ ଏକାଧିକବାର ଶ୍ରେଷ୍ଠ ପ୍ରଛଦପଟ୍ଟ ଗାୟକ ଭାବେ ରାଜ୍ୟ ଚଳଚିତ୍ର ପୁରସ୍କାର ଲାଭ କରିଥିଲେ । ଏତଦ୍ ବ୍ୟତୀତ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦତ୍ତ ସର୍ବୋଚ୍ଚ ଚଳଚିତ୍ର ସମ୍ମାନ ଜୟଦେବ ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଥିଲେ । ତାଙ୍କ ବିୟୋଗରେ ଓଡ଼ିଆ ସଂଗୀତପ୍ରେମୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।