‘ମହାପ୍ରଭୁଙ୍କ ଆଶୀର୍ବାଦ ଓ ରାଜ୍ୟବାସୀଙ୍କ ଶୁଭେଚ୍ଛାରେ ଶୀଘ୍ର ଫେରିବି’ : ନବୀନ ପଟ୍ଟନାୟକ

ଭୁବନେଶ୍ବର : ଚିକିତ୍ସା ପାଇଁ ମୁମ୍ବାଇ ଯିବେ ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତା ୨୨ରେ ସର୍ଭିକାଲ ଆଥ୍ରାଇଟିସ୍ ଚିକିତ୍ସା ପାଇଁ ମୁମ୍ବାଇ ଯିବେ । ମୁମ୍ବାଇର କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ହେବ ନବୀନଙ୍କ ଚିକିତ୍ସା । ଏନେଇ ନିଜେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି । ବ୍ୟକ୍ତିଗତ ଚିକିତ୍ସକ ଡ.ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ନବୀନଙ୍କ ଚିକିତ୍ସା ହେବେ । ‘ମହାପ୍ରଭୁଙ୍କ ଆଶୀର୍ବାଦ ଓ ରାଜ୍ୟବାସୀଙ୍କ ଶୁଭେଚ୍ଛାରେ ଶୀଘ୍ର […]

ଭୁବନେଶ୍ବର : ଚିକିତ୍ସା ପାଇଁ ମୁମ୍ବାଇ ଯିବେ ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତା ୨୨ରେ ସର୍ଭିକାଲ ଆଥ୍ରାଇଟିସ୍ ଚିକିତ୍ସା ପାଇଁ ମୁମ୍ବାଇ ଯିବେ । ମୁମ୍ବାଇର କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ହେବ ନବୀନଙ୍କ ଚିକିତ୍ସା । ଏନେଇ ନିଜେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି ।

ବ୍ୟକ୍ତିଗତ ଚିକିତ୍ସକ ଡ.ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ନବୀନଙ୍କ ଚିକିତ୍ସା ହେବେ । ‘ମହାପ୍ରଭୁଙ୍କ ଆଶୀର୍ବାଦ ଓ ରାଜ୍ୟବାସୀଙ୍କ ଶୁଭେଚ୍ଛାରେ ଶୀଘ୍ର ଫେରିବି । ସୁସ୍ଥ ହୋଇ ଫେରିବା ପରେ ସେବା ଜାରି ରଖିବି ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।

About The Author: The Sakala