ପୁରୀ: ବଡ଼ଦାଣ୍ଡରେ ଗଡ଼ିଲା କାଳିଆ ସାଆନ୍ତଙ୍କ ନନ୍ଦିଘୋଷ । ଘଣ୍ଟ, ହୁଳହୁଳିରେ ପ୍ରକମ୍ପିତ ବଡ଼ଦାଣ୍ଡ । ଗତକାଲି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନବଦିନାତ୍ମକ ରଥଯାତ୍ରାର ପ୍ରଥମ ଦିନରେ ରଥା ଟଣା ସରିଛି। ଶୁକ୍ରବାର ଅପରାହ୍ନ ସାଢ଼େ ୪ରେ ରଥଟଣା ଆରମ୍ଭ ହୋଇଥିଲା। ବଡ଼ ଠାକୁର ବଳଭଦ୍ରଙ୍କ ରଥକୁ ପ୍ରଥମେ ଭିଡ଼ି ନେଇଥିଲେ ଭକ୍ତ। ଏହା ପରେ ମା’ ସୁଭଦ୍ରାଙ୍କ ରଥକୁ ଟାଣିଥିଲେ ଭକ୍ତ। ଶେଷରେ ଶ୍ରୀଜଗନ୍ନାଥଙ୍କ ରଥ ଟଣା ହୋଇଥିଲା। ତେବେ ପ୍ରଥମ ଦିନର ରଥ ଟଣା ପରେ ବଳଭଦ୍ରଙ୍କ ତାଳଧ୍ବଜ ରଥ ବଳଗଣ୍ଡି ଛକରେ ଅଟକିଥିଲା। ସେହିଭଳି ମରିଚିକୋଟ ଟାଉନ ଥାନା ନିକଟରେ ଅଟକିଲା ମା’ ସୁଭଦ୍ରାଙ୍କ ଦର୍ପଦଳନ ଏବଂ ଅଳ୍ପ ବାଟ ଟଣା ଗଡ଼ି ସିଂହଦ୍ବାର ନିକଟରେ ହିଁ ଅଟକିଥିଲା ନନ୍ଦିଘୋଷ ରଥ। ଶନିବାର ସକାଳୁ ଅର୍ଥାତ ଆଜି ପୁଣି ରଥ ଟଣା ଆରମ୍ଭ ହୋଇଛି।
ବଡ଼ଦାଣ୍ଡରେ ଗଡ଼ିଲା କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ
ପୁରୀ: ବଡ଼ଦାଣ୍ଡରେ ଗଡ଼ିଲା କାଳିଆ ସାଆନ୍ତଙ୍କ ନନ୍ଦିଘୋଷ । ଘଣ୍ଟ, ହୁଳହୁଳିରେ ପ୍ରକମ୍ପିତ ବଡ଼ଦାଣ୍ଡ । ଗତକାଲି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନବଦିନାତ୍ମକ ରଥଯାତ୍ରାର ପ୍ରଥମ ଦିନରେ ରଥା ଟଣା ସରିଛି। ଶୁକ୍ରବାର ଅପରାହ୍ନ ସାଢ଼େ ୪ରେ ରଥଟଣା ଆରମ୍ଭ ହୋଇଥିଲା। ବଡ଼ ଠାକୁର ବଳଭଦ୍ରଙ୍କ ରଥକୁ ପ୍ରଥମେ ଭିଡ଼ି ନେଇଥିଲେ ଭକ୍ତ। ଏହା ପରେ ମା’ ସୁଭଦ୍ରାଙ୍କ ରଥକୁ ଟାଣିଥିଲେ ଭକ୍ତ। ଶେଷରେ ଶ୍ରୀଜଗନ୍ନାଥଙ୍କ ରଥ ଟଣା ହୋଇଥିଲା। ତେବେ ପ୍ରଥମ ଦିନର ରଥ ଟଣା ପରେ […]