ରଥକୁ ଟାଣି ନେଉଛନ୍ତି ଶ୍ରଦ୍ଧାଳୁ; ଘର୍ଘର ନାଦରେ ବଡ଼ଦାଣ୍ଡରେ ଗଡୁଛି ରଥ, ଜୟ ଜଗନ୍ନାଥ ଧ୍ବନିରେ କମ୍ପୁଛି ଶ୍ରୀକ୍ଷେତ୍ର…

ପୁରୀ: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ଯିବେ ଚତୁର୍ଦ୍ଧାମୂର୍ତ୍ତି।ତିନି ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଛେରାପହଁରା ପରେ ଆରମ୍ଭ ହୋଇଛି ରଥଟଣା। ମହାରାଜା ଗଜପତି ଦିବ୍ୟସିଂହ ଦେବ ତିନି ରଥରେ ଛେରାପହଁରା କରିବା ପରେ ରଥରୁ ଚାରମାଳ ଫିଟାଯାଇଥିଲା। ଘୋଡା ଏବଂ ସାରଥୀ ମଧ୍ଯ ବନ୍ଧା ହୋଇଥିଲା।  ଏହା ପରେ ପ୍ରଥମେ ଗଡ଼ିଥିଲା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ । […]

ପୁରୀ: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ଯିବେ ଚତୁର୍ଦ୍ଧାମୂର୍ତ୍ତି।ତିନି ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଛେରାପହଁରା ପରେ ଆରମ୍ଭ ହୋଇଛି ରଥଟଣା। ମହାରାଜା ଗଜପତି ଦିବ୍ୟସିଂହ ଦେବ ତିନି ରଥରେ ଛେରାପହଁରା କରିବା ପରେ ରଥରୁ ଚାରମାଳ ଫିଟାଯାଇଥିଲା। ଘୋଡା ଏବଂ ସାରଥୀ ମଧ୍ଯ ବନ୍ଧା ହୋଇଥିଲା।  ଏହା ପରେ ପ୍ରଥମେ ଗଡ଼ିଥିଲା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ । ତାଳଧ୍ୱଜ ରଥ ପ୍ରଥମେ ଗଡ଼ିବା ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଟଣା ଆରମ୍ଭ ହୋଇଥିଲା। ଶେଷରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଟଣା ଆରମ୍ଭ ହୋଇଛି। ତିନିଠାକୁରଙ୍କ ରଥ ଦଉଡି ଛୁଇଁବା ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳୁଛି । ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ । ଥାରୁଢ଼ କାଳିଆ ସାଆନ୍ତଙ୍କ ଦର୍ଶନ ପାଇଁ ଦେଶ-ବିଦେଶରୁ ଭକ୍ତ ଆସି ପୁରୀ ପହଞ୍ଚିଛନ୍ତି।

ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ଆୟୋଜନ କରିବା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଆବଶ୍ୟକ ବନ୍ଦୋବସ୍ତ କରାଯାଇଛି।

ପୁଲିସ ମହାନିର୍ଦ୍ଦେଶକ(ଡିଜିପି) ଯୋଗେଶ ବାହାଦୁର ଖୁରାନିଆ କହିଛନ୍ତି, ଚଳିତବର୍ଷ ପୁଲିସ ବ୍ୟବସ୍ଥାକୁ ୮ଟି ଭାଗରେ ବିଭକ୍ତ କରାଯାଇଛି। ଟ୍ରାଫିକ୍‌ ବ୍ୟବସ୍ଥା, ଶ୍ରୀମନ୍ଦିର ଭିତର ସୁରକ୍ଷା, କର୍ଡନ ଭିତର ସୁରକ୍ଷା, କର୍ଡନ ବାହାର ସୁରକ୍ଷା, ଗହଳି ନିୟନ୍ତ୍ରଣ, ସୁରକ୍ଷା ବ୍ୟବସ୍ଥା, କୋଷ୍ଟାଲ୍‌ ବ୍ୟବସ୍ଥା ମଧ୍ୟ କରାଯାଇଛି। ପ୍ରଥମ ଥର ପାଇଁ ଇଣ୍ଟିଗ୍ରେଟେଡ୍‌ କମାଣ୍ଡ୍‌ ଆଣ୍ଡ୍‌ କଣ୍ଟ୍ରୋଲ୍‌ ସିଷ୍ଟମ୍‌ କରାଯାଇଛି। ଏହି ଇଣ୍ଟିଗ୍ରେଟେଡ୍‌ କଣ୍ଟ୍ରୋଲ ରୁମ୍‌ରେ ରହି ୨୭୫ଟି ଏଆଇ କ୍ୟାମେରା ମାଧ୍ୟମରେ ଉତ୍ତରା ଛକରୁ ପୁରୀ ସହର, ପୁରୀରୁ କୋଣାର୍କ ଓ ପୁରୀ ସହରାଞ୍ଚଳର କୌଣସିଠାରେ ଟ୍ରାଫିକ୍‌ ଜାମ୍‌  ସମସ୍ୟା‌ର ମୁକାବିଲା ପାଇଁ ନିଷ୍ପତ୍ତି ନେଇହେବ। ସେହିପରି ଆଣ୍ଟି ଡ୍ରୋନ୍‌ ସିଷ୍ଟମ୍‌, ବହୁ ସଂଖ୍ୟାରେ ଆଣ୍ଟି ସାବୋଟାଜ୍‌ ଟିମ୍‌, ଡଗ୍‌ ସ୍କ୍ବାଡ୍‌ ମୁତୟନ ରହିଛି।

ସେହିପରି ଚଳିତବର୍ଷ ୨୧ ଆଇପିଏସ୍‌, ୧୨ଶହ ଅଫିସରଙ୍କ ସହିତ ୨୦୫ ପ୍ଲାଟୁନ୍‌ ପୁଲିସ ଫୋର୍ସର ବ୍ୟବସ୍ଥା କରାଯାଇଛି। ଜଳପଥ ତଟ ସୁରକ୍ଷା ପାଇଁ ମେରାଇନ୍‌ ପୁଲିସ ଟିମ୍‌, କୋଷ୍ଟଗାର୍ଡ, ନୌବାହିନୀ (ନାଭାଲ୍‌)ର ପାଟ୍ରୋଲିଂ ରହିବ। କୋଷ୍ଟଗାର୍ଡର ଆଉ ଏକ ଟିମ୍‌ ଆକାଶମାର୍ଗରୁ ସମୁଦ୍ରକୂଳକୁ ତୀକ୍ଷ୍ଣ ନଜର ରଖିବେ। ଟ୍ରାଫିକ୍‌ ବ୍ୟବସ୍ଥାର ସୁବନ୍ଦୋବସ୍ତ କରିବା ପାଇଁ ଏକ ନୂଆ ଆପ୍‌ ଖୋଲାଯିବ। ଏହି ଆପ୍‌ ମାଧ୍ୟମରେ ଲୋକମାନେ ଯା’ଆସ କରିବାକୁ ଅନୁରୋଧ କରାଯାଇଛି।

About The Author: The Sakala