ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ବୁଧବାର ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଆସନ୍ତାକାଲି ଶ୍ରାବଣ-ଶୁକ୍ଳ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ହେବ ।ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ  ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ […]

ପୁରୀ: ଶ୍ରୀମନ୍ଦିରରେ ବୁଧବାର ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଆସନ୍ତାକାଲି ଶ୍ରାବଣ-ଶୁକ୍ଳ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ହେବ ।ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ  ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

About The Author: The Sakala