ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

The Sakala Picture
Published On

ପୁରୀ: ବୁଧବାରରେ ଶ୍ରୀମନ୍ଦିରରେ ୪ ଘଣ୍ଟା ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ,ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ପ୍ରାୟ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ସମ୍ବନ୍ଧୀତ ସୂଚନା: ଆସନ୍ତାକାଲି (୧୯.୪.୨୦୨୩, ବୁଧବାର) ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି […]

ପୁରୀ: ବୁଧବାରରେ ଶ୍ରୀମନ୍ଦିରରେ ୪ ଘଣ୍ଟା ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ,ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ପ୍ରାୟ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଆହୁରି ପଢ଼ନ୍ତୁ: ଜନ୍ମ ପ୍ରମାଣପତ୍ର ପାଇଁ ଗରିବଙ୍କୁ ଲୁଟୁଛନ୍ତି ସରକାରୀ ବାବୁ, ୭୦ ଟଙ୍କା ପରିବର୍ତ୍ତେ ନେଉଛନ୍ତି ୯୦୦

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ।

18 Apr 2023 By The Sakala

ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ବୁଧବାରରେ ଶ୍ରୀମନ୍ଦିରରେ ୪ ଘଣ୍ଟା ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ,ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ପ୍ରାୟ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର