ଆସନ୍ତା ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

The Sakala Picture
Published On

ପୁରୀ: ଆସନ୍ତା ତା-୧୬.୧୦.୨୦୨୪ ରିଖ ବୁଧବାର ଆଶ୍ୱିନ-ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ମଣ୍ଡପ ପରେ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବ। ଏହି ଗୁପ୍ତସେବା ନୀତି ପାଇଁ ଦୀର୍ଘ ୪ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ। ଆସନ୍ତାକାଲି ଅପରାହ୍ନ ୫ ଟାରୁ ରାତି ୯ ଟା ପର୍ଯ୍ୟନ୍ତ ସାଧାରଣ ଭକ୍ତ ପାଇଁ ଶ୍ରୀ ମନ୍ଦିର ବନ୍ଦ ରହିବ। ଏ ନେଇ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ […]

ପୁରୀ: ଆସନ୍ତା ତା-୧୬.୧୦.୨୦୨୪ ରିଖ ବୁଧବାର ଆଶ୍ୱିନ-ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ମଣ୍ଡପ ପରେ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବ। ଏହି ଗୁପ୍ତସେବା ନୀତି ପାଇଁ ଦୀର୍ଘ ୪ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ। ଆସନ୍ତାକାଲି ଅପରାହ୍ନ ୫ ଟାରୁ ରାତି ୯ ଟା ପର୍ଯ୍ୟନ୍ତ ସାଧାରଣ ଭକ୍ତ ପାଇଁ ଶ୍ରୀ ମନ୍ଦିର ବନ୍ଦ ରହିବ। ଏ ନେଇ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର