ପୁଣି ସେବାୟତଙ୍କ ମଧ୍ୟରେ ବିବାଦ, ମକର ସଂକ୍ରାନ୍ତିରେ ଉପାସରେ ମହାପ୍ରଭୁ ଲିଙ୍ଗରାଜ

The Sakala Picture
Published On

ଭୁବନେଶ୍ବର: ମକର ମଣ୍ଡପରେ ବସିଛନ୍ତି ପ୍ରଭୁ ଲିଙ୍ଗରାଜ, କିନ୍ତୁ ହେଉନାହିଁ କୌଣସି ନୀତିକାନ୍ତି। ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି। ଲିଙ୍ଗରାଜ ମନ୍ଦିରରେ ଗତକାଲି ସନ୍ଧ୍ୟା ୮ଟା ସମୟରୁ ବଡୁ ସେବାୟତ ଓ ମହାସୁଆର ସେବାୟତଙ୍କ ମଧ୍ୟରେ ବିବାଦ ପାଇଁ ନୀତି ବନ୍ଦ ରହିଛି। ବଡ଼ୁ ସେବାୟତ ବାରମ୍ବାର ମୁନମୁଖୀ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି। ଗତକାଲି ସନ୍ଧ୍ୟାରୁ ବଡୁ ସେବାୟତ ଓ ମହାସୁଆର ସେବାୟତଙ୍କ ମଧ୍ୟରେ ନୀତି କରିବାକୁ ନେଇ ବିବାଦ ହେଉଥିବାରୁ ଲିଙ୍ଗରାଜ ମହାପ୍ରଭୁଙ୍କ […]

ଭୁବନେଶ୍ବର: ମକର ମଣ୍ଡପରେ ବସିଛନ୍ତି ପ୍ରଭୁ ଲିଙ୍ଗରାଜ, କିନ୍ତୁ ହେଉନାହିଁ କୌଣସି ନୀତିକାନ୍ତି। ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି। ଲିଙ୍ଗରାଜ ମନ୍ଦିରରେ ଗତକାଲି ସନ୍ଧ୍ୟା ୮ଟା ସମୟରୁ ବଡୁ ସେବାୟତ ଓ ମହାସୁଆର ସେବାୟତଙ୍କ ମଧ୍ୟରେ ବିବାଦ ପାଇଁ ନୀତି ବନ୍ଦ ରହିଛି। ବଡ଼ୁ ସେବାୟତ ବାରମ୍ବାର ମୁନମୁଖୀ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି। ଗତକାଲି ସନ୍ଧ୍ୟାରୁ ବଡୁ ସେବାୟତ ଓ ମହାସୁଆର ସେବାୟତଙ୍କ ମଧ୍ୟରେ ନୀତି କରିବାକୁ ନେଇ ବିବାଦ ହେଉଥିବାରୁ ଲିଙ୍ଗରାଜ ମହାପ୍ରଭୁଙ୍କ ନୀତି ଓ ମକର ପୂଜା ନୀତି ବନ୍ଦ ରହିଛି। ମକର ମଣ୍ଡପରେ କାଲି ସନ୍ଧ୍ୟାରୁ ଠାକୁର ବସି ରହିଛନ୍ତି। ତେବେ ସେବା ବିବାଦରୁ ଗତକାଲି ସନ୍ଧ୍ୟାରୁ ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ଏପଟେ କିନ୍ତୁ ଲୋକଙ୍କ ପାଇଁ ମନ୍ଦିର ଖୋଲା ରହିଛି। ସକାଳୁ ମଙ୍ଗଳ ଆଳତି ହେଇନାହିଁ। ସାହାଣ ମେଲା ଦର୍ଶନ ଚାଲୁଛି। ମକର ସଂକ୍ରାନ୍ତି ପାଇଁ ଲୋକେ ମନ୍ଦିରରେ ଭିଡ଼ ଜମାଇଛନ୍ତି।

ଆହୁରି ପଢ଼ନ୍ତୁ: ବିଜେଡି ସାଂସଦଙ୍କ କଡ଼ା ସମାଲୋଚନା: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାରିତ କରିବାରେ କେନ୍ଦ୍ର ସରକାର ବିଫଳ

14 Jan 2025 By The Sakala

ପୁଣି ସେବାୟତଙ୍କ ମଧ୍ୟରେ ବିବାଦ, ମକର ସଂକ୍ରାନ୍ତିରେ ଉପାସରେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ବର: ମକର ମଣ୍ଡପରେ ବସିଛନ୍ତି ପ୍ରଭୁ ଲିଙ୍ଗରାଜ, କିନ୍ତୁ ହେଉନାହିଁ କୌଣସି ନୀତିକାନ୍ତି। ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି। ଲିଙ୍ଗରାଜ ମନ୍ଦିରରେ ଗତକାଲି ସନ୍ଧ୍ୟା ୮ଟା ସମୟରୁ ବଡୁ ସେବାୟତ ଓ ମହାସୁଆର ସେବାୟତଙ୍କ ମଧ୍ୟରେ ବିବାଦ ପାଇଁ ନୀତି ବନ୍ଦ ରହିଛି। ବଡ଼ୁ ସେବାୟତ ବାରମ୍ବାର ମୁନମୁଖୀ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି। ଗତକାଲି ସନ୍ଧ୍ୟାରୁ ବଡୁ ସେବାୟତ ଓ ମହାସୁଆର ସେବାୟତଙ୍କ ମଧ୍ୟରେ ନୀତି କରିବାକୁ ନେଇ ବିବାଦ ହେଉଥିବାରୁ ଲିଙ୍ଗରାଜ ମହାପ୍ରଭୁଙ୍କ ନୀତି ଓ ମକର ପୂଜା ନୀତି ବନ୍ଦ ରହିଛି। ମକର ମଣ୍ଡପରେ କାଲି ସନ୍ଧ୍ୟାରୁ ଠାକୁର ବସି ରହିଛନ୍ତି। ତେବେ ସେବା ବିବାଦରୁ ଗତକାଲି ସନ୍ଧ୍ୟାରୁ ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ଏପଟେ କିନ୍ତୁ ଲୋକଙ୍କ ପାଇଁ ମନ୍ଦିର ଖୋଲା ରହିଛି। ସକାଳୁ ମଙ୍ଗଳ ଆଳତି ହେଇନାହିଁ। ସାହାଣ ମେଲା ଦର୍ଶନ ଚାଲୁଛି। ମକର ସଂକ୍ରାନ୍ତି ପାଇଁ ଲୋକେ ମନ୍ଦିରରେ ଭିଡ଼ ଜମାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର