ସ୍ୱାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି, ଜିଲ୍ଲାପାଳଙ୍କ ପ୍ରତିଶ୍ରୁତି ପରେ ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡା ନିଯୋଗ ପକ୍ଷରୁ ନୀତିକାନ୍ତି ଆରମ୍ଭ

The Sakala Picture
Published On

ଭୁବନେଶ୍ୱର: ସ୍ୱାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ଡିଡଅ ୩ ଦିନ ଧରି ବିନା ପୂଜାର୍ଚ୍ଚନାରେ, ବିନା ଭୋଗରେ ଉପବାସରେ ଥିଲେ ପ୍ରଭୁ ଲିଙ୍ଗରାଜ । ଆଜି ସର୍କିଟ ହାଉସରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ଜରୁରୀ ବୈଠକ ପରେ ନୀତିକାନ୍ତି ପାଇଁ ବାହାରିଛି ସମାଧାନର ବାଟ । ଜିଲ୍ଲାପାଳଙ୍କ ପ୍ରତିଶ୍ରୁତି ପରେ ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡା ନିଯୋଗ ପକ୍ଷରୁ ନିତିକାନ୍ତି ଆରମ୍ଭ କରାଯାଇଛି । ନୂଆ ବର୍ଷ ଦିନ ଦୁଇ ସେବାୟତ ଗୋଷ୍ଠୀଙ୍କ […]

ଭୁବନେଶ୍ୱର: ସ୍ୱାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ଡିଡଅ ୩ ଦିନ ଧରି ବିନା ପୂଜାର୍ଚ୍ଚନାରେ, ବିନା ଭୋଗରେ ଉପବାସରେ ଥିଲେ ପ୍ରଭୁ ଲିଙ୍ଗରାଜ । ଆଜି ସର୍କିଟ ହାଉସରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ଜରୁରୀ ବୈଠକ ପରେ ନୀତିକାନ୍ତି ପାଇଁ ବାହାରିଛି ସମାଧାନର ବାଟ । ଜିଲ୍ଲାପାଳଙ୍କ ପ୍ରତିଶ୍ରୁତି ପରେ ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡା ନିଯୋଗ ପକ୍ଷରୁ ନିତିକାନ୍ତି ଆରମ୍ଭ କରାଯାଇଛି ।

ଆହୁରି ପଢ଼ନ୍ତୁ: ସରିଥିଲା ନିର୍ବନ୍ଧ, ବିବାହର କିଛି ଦିନ ପୂର୍ବରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା

ନୂଆ ବର୍ଷ ଦିନ ଦୁଇ ସେବାୟତ ଗୋଷ୍ଠୀଙ୍କ ମଧ୍ୟରେ ଭୋଗ ମାରା ହେବାକୁ ନେଇ ଦେଖା ଦେଇଥିଲା ବିବାଦ । ଗତ ୧ ତାରିଖରୁ ଲିଙ୍ଗରାଜ ବିନା ଭୋଗରେ ଉପବାସ ଥିଲେ ଏବଂ ନୀତିକାନ୍ତି ବନ୍ଦ ଥିଲା । ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ବୈଠକରେ ସାମିଲ ହୋଇଥିଲେ ବ୍ରାହ୍ମଣ, ପୂଜାପଣ୍ଡା, ବଡୁ ଓ ସମର୍ଥ ନିଯୋଗର କର୍ମକର୍ତ୍ତା । ସମସ୍ତ ନିଯୋଗ ନିଜ ନିଜ ଅଭିଯୋଗ ଓ ଦାବି ବୈଠକରେ ଉପସ୍ଥାପନ କରିଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଙ୍ଗ କରିଥିବା ବିଧାୟକଙ୍କ ସଭ୍ୟପଦ ରଦ୍ଦ ହେଉ: ପ୍ରସନ୍ନ ଆଚାର୍ଯ୍ୟ

ଜିଲ୍ଲାପାଳ ସମସ୍ତ ଅଭିଯୋଗ ଓ ଦାବି ଶୁଣି ସରିବା ପରେ ସମାଧାନର ପ୍ରତିଶ୍ରୁତି ଦେଇଥିଲେ। ତାପରେ ସମସ୍ତ ନିଯୋଗ ଜିଲ୍ଲାପାଳଙ୍କ ଅନୁରୋଧ ରକ୍ଷା କରି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ଆରମ୍ଭ କରିଛନ୍ତି। ଏଣିକି ପ୍ରତି ମାସରେ ଥରେ ମିଟିଂ କରି ବିଭିନ୍ନ ସମସ୍ୟାର ସ୍ଥାୟୀ ସମାଧାନ ଦିଗରେ କାମ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।

ଆହୁରି ପଢ଼ନ୍ତୁ: କୋଣାର୍କ ସୂର୍ଯ୍ୟମନ୍ଦିରରୁ ବାଲିକଢ଼ା ପ୍ରକ୍ରିୟା: ଗର୍ଭଗୃହକୁ ଟନେଲ୍‌ ନିର୍ମାଣ ଆରମ୍ଭ, ଉଚ୍ଚସ୍ତରୀୟ ବୈଷୟିକ ଟିମ୍ ଅନୁଧ୍ୟାନ ପରେ କଢ଼ାଯିବ ବାଲି

03 Jan 2023 By The Sakala

ସ୍ୱାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି, ଜିଲ୍ଲାପାଳଙ୍କ ପ୍ରତିଶ୍ରୁତି ପରେ ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡା ନିଯୋଗ ପକ୍ଷରୁ ନୀତିକାନ୍ତି ଆରମ୍ଭ

ଭୁବନେଶ୍ୱର: ସ୍ୱାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ଡିଡଅ ୩ ଦିନ ଧରି ବିନା ପୂଜାର୍ଚ୍ଚନାରେ, ବିନା ଭୋଗରେ ଉପବାସରେ ଥିଲେ ପ୍ରଭୁ ଲିଙ୍ଗରାଜ । ଆଜି ସର୍କିଟ ହାଉସରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ଜରୁରୀ ବୈଠକ ପରେ ନୀତିକାନ୍ତି ପାଇଁ ବାହାରିଛି ସମାଧାନର ବାଟ । ଜିଲ୍ଲାପାଳଙ୍କ ପ୍ରତିଶ୍ରୁତି ପରେ ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡା ନିଯୋଗ ପକ୍ଷରୁ ନିତିକାନ୍ତି ଆରମ୍ଭ କରାଯାଇଛି ।

ନୂଆ ବର୍ଷ ଦିନ ଦୁଇ ସେବାୟତ ଗୋଷ୍ଠୀଙ୍କ ମଧ୍ୟରେ ଭୋଗ ମାରା ହେବାକୁ ନେଇ ଦେଖା ଦେଇଥିଲା ବିବାଦ । ଗତ ୧ ତାରିଖରୁ ଲିଙ୍ଗରାଜ ବିନା ଭୋଗରେ ଉପବାସ ଥିଲେ ଏବଂ ନୀତିକାନ୍ତି ବନ୍ଦ ଥିଲା । ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ବୈଠକରେ ସାମିଲ ହୋଇଥିଲେ ବ୍ରାହ୍ମଣ, ପୂଜାପଣ୍ଡା, ବଡୁ ଓ ସମର୍ଥ ନିଯୋଗର କର୍ମକର୍ତ୍ତା । ସମସ୍ତ ନିଯୋଗ ନିଜ ନିଜ ଅଭିଯୋଗ ଓ ଦାବି ବୈଠକରେ ଉପସ୍ଥାପନ କରିଥିଲେ।

ଜିଲ୍ଲାପାଳ ସମସ୍ତ ଅଭିଯୋଗ ଓ ଦାବି ଶୁଣି ସରିବା ପରେ ସମାଧାନର ପ୍ରତିଶ୍ରୁତି ଦେଇଥିଲେ। ତାପରେ ସମସ୍ତ ନିଯୋଗ ଜିଲ୍ଲାପାଳଙ୍କ ଅନୁରୋଧ ରକ୍ଷା କରି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ଆରମ୍ଭ କରିଛନ୍ତି। ଏଣିକି ପ୍ରତି ମାସରେ ଥରେ ମିଟିଂ କରି ବିଭିନ୍ନ ସମସ୍ୟାର ସ୍ଥାୟୀ ସମାଧାନ ଦିଗରେ କାମ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର