କୋଭିଡ କଟକଣା ମଧ୍ୟରେ ଅନୁଷ୍ଠିତ ହେବ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଜାଗର ଯାତ୍ରା: ରାତି ୧୦ରେ ଉଠିବ ମହାଦୀପ

The Sakala Picture
Published On

ଭୁବନେଶ୍ବର : ଆସନ୍ତା ୧୧ତାରିଖରେ ଜାଗର। ଭୁବନେଶ୍ବରର ପ୍ରସିଦ୍ଧ ଶୈବପୀଠ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ଅନୁଷ୍ଠିତ ହେବ ଜାଗର ଯାତ୍ରା । ମହାଶିବରାତ୍ରୀ ଅବସରରେ ଚଳିତ ବର୍ଷ ରାତି ୧୦ଟାରେ ମହାଦୀପ ଉଠିବା ନେଇ ସମୟ ନିର୍ଦ୍ଧାରଣ କରାଯାଇଛି । ଚଳିତ ଥର କୋଭିଡ୍ କଟକଣାକୁ ପାଳନ କରି ଶ୍ରଦ୍ଧାଳୁମାନେ ଜାଗର ଜାଳିବା ନେଇ କୁହାଯାଇଛି । ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ଜାଗର ପାଇଁ ଶ୍ରୀଲିଙ୍ଗରାଜ […]

ଭୁବନେଶ୍ବର : ଆସନ୍ତା ୧୧ତାରିଖରେ ଜାଗର। ଭୁବନେଶ୍ବରର ପ୍ରସିଦ୍ଧ ଶୈବପୀଠ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ଅନୁଷ୍ଠିତ ହେବ ଜାଗର ଯାତ୍ରା । ମହାଶିବରାତ୍ରୀ ଅବସରରେ ଚଳିତ ବର୍ଷ ରାତି ୧୦ଟାରେ ମହାଦୀପ ଉଠିବା ନେଇ ସମୟ ନିର୍ଦ୍ଧାରଣ କରାଯାଇଛି । ଚଳିତ ଥର କୋଭିଡ୍ କଟକଣାକୁ ପାଳନ କରି ଶ୍ରଦ୍ଧାଳୁମାନେ ଜାଗର ଜାଳିବା ନେଇ କୁହାଯାଇଛି । ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି ।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

ଜାଗର ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିରର ୩ ସେବାୟତ ନିଯୋଗଙ୍କ, ମନ୍ଦିର ପ୍ରଶାସନ ଓ କମିଶନରେଟ ପୁଲିସ ପକ୍ଷରୁ ମନ୍ଦିର ନିକଟସ୍ଥ କୋରାପୁଟ ଭବନରେ ବୈଠକ ଅନୁଷ୍ଠିତ ହୋଇଥିଲା। କୋଭିଡ୍ କଟକଣା ସହ ଶାନ୍ତି ଶୃଙ୍ଖଳାରେ ଭକ୍ତ କିଭଳି ଦର୍ଶନ କରିବେ ସେ ନେଇ ବୈଠକରେ ବ୍ୟାପକ ଆଲୋଚନା ହୋଇଛି । କୋଭିଡ୍ ନିୟମ ପାଳନ କରି ଭକ୍ତମାନେ ଦୀପ ଜଳିବେ । ପୁଲିସ ଫୋର୍ସ ମୁତୟନ ସାଙ୍ଗକୁ ଟ୍ରାଫିକ୍ ବ୍ୟବସ୍ଥା ନେଇ ଆଲୋଚନା ମଧ୍ୟ ହୋଇଛି । ରାତି ୧୦ଟା ମହାଦୀପ ଉଠିବା ପରେ ଶ୍ରଦ୍ଧାଳୁମାନେ କିଭଳି ମନ୍ଦିରରୁ ବାହାରି ଯିବେ ସେ ନେଇ ବିଶେଷ ଧ୍ୟାନ ଦିଆଯିବ । ଦୀପ ଜାଳିବା ପାଇଁ ଭକ୍ତମାନେ ଯେଭଳି ଏକତ୍ରିତ ହୋଇ ବସିବେ ନାହିଁ ତାହାକୁ ଧ୍ୟାନ ଦିଆଯିବ ।

ଆହୁରି ପଢ଼ନ୍ତୁ: ଘର କବାଟ ଭାଙ୍ଗି ଆଲମିରାରୁ ୮ ଭରି ସୁନା ସମେତ ନଗଦ ୩ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଏହି ବୈଠକରେ ବିଧାୟକ ସୁର ରାଉତରାୟଙ୍କ ସମେତ ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ, ଭୁବନେଶ୍ୱର ଡିସିପି ଉମା ଶଙ୍କର ଦାଶ ଓ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ପ୍ରଫୁଲ୍ଲ କୁମାର ସ୍ୱାଇଁଙ୍କ ସମେତ ବିଭିନ୍ନ ନିଯୋଗର କର୍ମକର୍ତ୍ତାଙ୍କ ଉପସ୍ଥିତ ରହିଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏପ୍ରିଲ ୨୭ରୁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଛୁଟି

06 Mar 2021 By The Sakala

କୋଭିଡ କଟକଣା ମଧ୍ୟରେ ଅନୁଷ୍ଠିତ ହେବ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଜାଗର ଯାତ୍ରା: ରାତି ୧୦ରେ ଉଠିବ ମହାଦୀପ

ଭୁବନେଶ୍ବର : ଆସନ୍ତା ୧୧ତାରିଖରେ ଜାଗର। ଭୁବନେଶ୍ବରର ପ୍ରସିଦ୍ଧ ଶୈବପୀଠ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ଅନୁଷ୍ଠିତ ହେବ ଜାଗର ଯାତ୍ରା । ମହାଶିବରାତ୍ରୀ ଅବସରରେ ଚଳିତ ବର୍ଷ ରାତି ୧୦ଟାରେ ମହାଦୀପ ଉଠିବା ନେଇ ସମୟ ନିର୍ଦ୍ଧାରଣ କରାଯାଇଛି । ଚଳିତ ଥର କୋଭିଡ୍ କଟକଣାକୁ ପାଳନ କରି ଶ୍ରଦ୍ଧାଳୁମାନେ ଜାଗର ଜାଳିବା ନେଇ କୁହାଯାଇଛି । ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି ।

ଜାଗର ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିରର ୩ ସେବାୟତ ନିଯୋଗଙ୍କ, ମନ୍ଦିର ପ୍ରଶାସନ ଓ କମିଶନରେଟ ପୁଲିସ ପକ୍ଷରୁ ମନ୍ଦିର ନିକଟସ୍ଥ କୋରାପୁଟ ଭବନରେ ବୈଠକ ଅନୁଷ୍ଠିତ ହୋଇଥିଲା। କୋଭିଡ୍ କଟକଣା ସହ ଶାନ୍ତି ଶୃଙ୍ଖଳାରେ ଭକ୍ତ କିଭଳି ଦର୍ଶନ କରିବେ ସେ ନେଇ ବୈଠକରେ ବ୍ୟାପକ ଆଲୋଚନା ହୋଇଛି । କୋଭିଡ୍ ନିୟମ ପାଳନ କରି ଭକ୍ତମାନେ ଦୀପ ଜଳିବେ । ପୁଲିସ ଫୋର୍ସ ମୁତୟନ ସାଙ୍ଗକୁ ଟ୍ରାଫିକ୍ ବ୍ୟବସ୍ଥା ନେଇ ଆଲୋଚନା ମଧ୍ୟ ହୋଇଛି । ରାତି ୧୦ଟା ମହାଦୀପ ଉଠିବା ପରେ ଶ୍ରଦ୍ଧାଳୁମାନେ କିଭଳି ମନ୍ଦିରରୁ ବାହାରି ଯିବେ ସେ ନେଇ ବିଶେଷ ଧ୍ୟାନ ଦିଆଯିବ । ଦୀପ ଜାଳିବା ପାଇଁ ଭକ୍ତମାନେ ଯେଭଳି ଏକତ୍ରିତ ହୋଇ ବସିବେ ନାହିଁ ତାହାକୁ ଧ୍ୟାନ ଦିଆଯିବ ।

ଏହି ବୈଠକରେ ବିଧାୟକ ସୁର ରାଉତରାୟଙ୍କ ସମେତ ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ, ଭୁବନେଶ୍ୱର ଡିସିପି ଉମା ଶଙ୍କର ଦାଶ ଓ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ପ୍ରଫୁଲ୍ଲ କୁମାର ସ୍ୱାଇଁଙ୍କ ସମେତ ବିଭିନ୍ନ ନିଯୋଗର କର୍ମକର୍ତ୍ତାଙ୍କ ଉପସ୍ଥିତ ରହିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର