ସରିଲା ଅଣସର : ଅଗଣିତ ଭକ୍ତଙ୍କୁ ଦିବ୍ୟ ନବଯୌବନ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାବିଗ୍ରହ

The Sakala Picture
Published On

ପୁରୀ : ଶେଷ ହୋଇଛି ମହାପ୍ରଭୁଙ୍କ ଅଣସର। ସୁସ୍ଥ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି  ଚତୁର୍ଦ୍ଧାବିଗ୍ରହ। ଗୁରୁବାର ସକାଳେ ଦଇତାପତି ସେବକମାନେ ଚକା ଅପସାରଣ କରିବା ପରେ ଫିଟିଛି ଅଣସର ତାଟି। ଏହାପରେ ନବଯୌବନ ବେଶରେ ଦର୍ଶନ ଦେଉଛନ୍ତି ଦାରୁବିଗ୍ରହ। ଦୁର୍ଲ୍ଲଭ ନବଯୌବନ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ ଲାଗିଛି ପୁରୀ ବଡଦାଣ୍ଡରେ। ୧୫ ଦିନର ଅଣସର ପରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଶ୍ରୀଜିଉ। ସକାଳ ୮ଟାରେ ଅଣସର ତାଟି ଫିଟିବା ପରେ […]

ପୁରୀ : ଶେଷ ହୋଇଛି ମହାପ୍ରଭୁଙ୍କ ଅଣସର। ସୁସ୍ଥ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି  ଚତୁର୍ଦ୍ଧାବିଗ୍ରହ। ଗୁରୁବାର ସକାଳେ ଦଇତାପତି ସେବକମାନେ ଚକା ଅପସାରଣ କରିବା ପରେ ଫିଟିଛି ଅଣସର ତାଟି। ଏହାପରେ ନବଯୌବନ ବେଶରେ ଦର୍ଶନ ଦେଉଛନ୍ତି ଦାରୁବିଗ୍ରହ। ଦୁର୍ଲ୍ଲଭ ନବଯୌବନ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ ଲାଗିଛି ପୁରୀ ବଡଦାଣ୍ଡରେ। ୧୫ ଦିନର ଅଣସର ପରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଶ୍ରୀଜିଉ। ସକାଳ ୮ଟାରେ ଅଣସର ତାଟି ଫିଟିବା ପରେ ୮ରୁ ୯ଟା ଯାଏଁ ପରିମାଣିକ ଦର୍ଶନ ବା ଟିକେଟ୍ ଦର୍ଶନ ଚାଲିଛି। ଏହାପରେ ୯ରୁ ସାଢେ଼ ୧୦ଟା ସର୍ବସାଧାରଣ ଦର୍ଶନ ହେବ। ଦୁର୍ଲ୍ଲଭ ନବଯୌବନ ଦର୍ଶନ କରି ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଲାଗିଥିବା କାରଣରୁ  ସୁରକ୍ଷା କଡ଼ାକଡ଼ି କରାଯାଇଛି।-ଶ୍ରୀମନ୍ଦିର ବାହାରେ ଓ ଭିତରେ ତିନିଥାକିଆ ସୁରକ୍ଷା ବ୍ୟବସ୍ଥା ରହିଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଧୀରେ ଧୀରେ ବଢୁଛି ଶୀତ: ୬ଟି ସହରରେ ତାପମାତ୍ରା ୧୫ ଡିଗ୍ରୀ ତଳେ, ସେମିଳିଗୁଡ଼ା ସବୁଠୁ ଥଣ୍ଡା

ସେପଟେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ରଥ ନିର୍ମାଣ। ଗୁରୁବାର ମହାପ୍ରଭୁଙ୍କ ଆଜ୍ଞାମାଳ ମିଳିବା ପରେ ରଥଖଳାରୁ ସିଂହଦ୍ୱାର ଅଭିମୁଖେ ଗଡ଼ିବ ତିନିରଥ। ଶୁକ୍ରବାର ଅନୁଷ୍ଠିତ ହେବ ରଥଯାତ୍ରା। ଚତୁର୍ଦ୍ଧାବିଗ୍ରହ ରଥରେ ବିଜେ ହୋଇ ନବଦିନାତ୍ମକ ଯାତ୍ରାରେ ଯିବେ ଜନ୍ମବେଦୀ। ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରି ଜ୍ୱରରେ ପଡ଼ିଥିଲେ ଦାରୁଦିଅଁ। ଅଣସର ଘରେ ଚାଲିଥିଲା ଉପଚାର। ଦଇତାପତି ସେବକମାନେ ମହାପ୍ରଭୁଙ୍କ ଗୁପ୍ତ ସେବା କରିଥିଲେ। ଫୁଲୁରୀ ତେଲ, ଓଷୁଅ ଲାଗି ସହ ଦଶମୂଳ ମୋଦକ ସେବନ ପରେ ଏବେ ସୁସ୍ଥ ହୋଇଯାଇଛନ୍ତି ଦାରୁବିଗ୍ରହ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା: ନଭେମ୍ବର ୨୧ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଦିନକ ପରେ ରଥଯାତ୍ରା, ଆଜି ରଥ ଆଜ୍ଞାମାଳ ବିଜେ

ଆହୁରି ପଢ଼ନ୍ତୁ: ବାତ୍ୟା 'ଅକୱାନ'କୁ ଦୃଷ୍ଟିରେ ରଖି ରାଜ୍ୟର ୭ ଜିଲ୍ଲାରେ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ଘୋଷଣା

ଦିନକ ପରେ ରଥଯାତ୍ରା ଅର୍ଥାତ୍‌ ଶୁକ୍ରବାର ବଡ଼ଦାଣ୍ଡରେ ଗଡ଼ିବ ତିନିରଥ। ନବଦିନାତ୍ମକ ଯାତ୍ରା କରିବେ ମହାପ୍ରଭୁ। ଏଥିପାଇଁ ପ୍ରାୟ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଏ ବର୍ଷ ଅଧିକ ଭିଡ଼ ହେବା ସମ୍ଭାବନା ରହିଛି। ଏହାକୁ ନଜରରେ ରଖି ଶୃଙ୍ଖଳିତ ଭାବେ ଘୋଷଯାତ୍ରା ସମ୍ପନ୍ନ କରିବା ଲାଗି ଜିଲ୍ଲା ପ୍ରଶାସନ, ପୁଲିସ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷରେ ବିଧି ମୁତାବକ, ରଥଯାତ୍ରା ପୂର୍ବଦିନ ତିନିରଥରେ ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖରେ ଲାଗିଥା’ନ୍ତି। ତିନିରଥର ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ଆଣି ରଥ ନିକଟରେ ପହଞ୍ଚାନ୍ତି।

ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ, ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଏବଂ ଶେଷରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ଆଜ୍ଞାମାଳ ବିଜେ ହୁଏ। ଏହାପରେ ରଥଖଳାରୁ ତିନିରଥଙ୍କୁ ପୁଲିସ ଟାଣି ନେଇ ସିଂହଦ୍ୱାରରେ ଲଗାଇଥା’ନ୍ତି। ତେଣୁ ଗୁରୁବାର ସକାଳଧୂପ ପରେ ଅପରାହ୍ଣ ୪ଟା ୧୦ରେ ରଥଖଳାକୁ ଆଜ୍ଞାମାଳ ବିଜେ କରିବା ଲାଗି ନୀତି ନିର୍ଘଣ୍ଟ ହୋଇଛି। ଯେହେତୁ ଏଥର ଗୋଟିଏ ଦିନରେ ରଥ ଆଜ୍ଞାମାଳ, ନବଯୌବନ ଦର୍ଶନ ଏବଂ ନେତ୍ରୋତ୍ସବ ପଡ଼ିଛି ତେଣୁ ରଥ ଆଜ୍ଞାମାଳ ଅପରାହ୍ଣରେ ଆସିବା ଲାଗି ସମୟ ନିର୍ଘଣ୍ଟ ହୋଇଛି। ତେବେ ରଥ ଆଜ୍ଞାମାଳ ଆସିବା ପରେ ତିନିରଥ ସିଂହଦ୍ୱାର ସମ୍ମୁଖରେ ଲାଗିବ ଏବଂ ଶୁକ୍ରବାର ଅନୁଷ୍ଠିତ ହେବ ରଥଯାତ୍ରା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର