ଭୁବନେଶ୍ୱର: ବଙ୍ଗୋପସାଗରରେ ଚଳିତ ବର୍ଷାଋତୁର ପ୍ରଥମ ଲଘୁଚାପ । ଜୁଲାଇ ୩ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ‘ଲଘୁଚାପ’ ସୃଷ୍ଟି ହେବାର ସମ୍ଭାବନା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଉତ୍ତର ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଦକ୍ଷିଣ ବାଂଲାଦେଶ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣି ବଳୟ ସକ୍ରିୟ ଅଛନ୍ତି । ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ ସକ୍ରିୟ ମୌସୁମୀ ପ୍ରଭାବରେ ଆଜିଠାରୁ ୬ ଜୁଲାଇ ପର୍ଯ୍ୟନ୍ତ ଓଡ଼ିଶାରେ ବ୍ୟାପକ ବର୍ଷା ହେବାର ସମ୍ଭାବନା ଅଛି । ଏହି ସମୟ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ଏବଂ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।
ସୃଷ୍ଟି ହେବାକୁ ଥିବା ଲଘୁଚାପ ଯୋଗୁଁ ଆଗାମୀ ଦିନରେ ବର୍ଷାର ପରିମାଣ ବଢ଼ିପାରେ । ଘଡ଼ଘଡ଼ି ଓ ପ୍ରବଳ ବର୍ଷା ନେଇ ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ରହିଥିବା ବେଳେ ଅନ୍ୟ ୨୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଉପକୁଳବର୍ତ୍ତୀ ଅଂଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଶେଷକରି ଉତ୍ତର ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଜୁଲାଇ ୩ ଓ ୪ରେ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।
ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ରାଜ୍ୟର ୧୧ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି ହୋଇଛି । ସେହି ଜିଲ୍ଲାଗୁଡିକ ହେଉଛି ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଜେନ୍ଦ୍ରପଡା, ଜଗତସିଂହପୁର, ଯାଜପୁର, ଭଦ୍ରକ, ରାୟଗଡା ଓ କୋରାପୁଟ ଜିଲ୍ଲା । ଏହି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ମୟୁରଭଞ୍ଜ ଓ କେନ୍ଦୁଝର ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ ।