ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବା ସମ୍ଭାବନା

Madhusudan Das Picture
Published On

ଭୁବନେଶ୍ୱର: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨-୩ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ପାଇଁ ପରିସ୍ଥିତି ଅନୁକୂଳ ରହିଛି ଏବଂ ଏହା ଏକ ସାମାନ୍ୟ ଅବପାତର (Depression) ରୂପ ନେଇପାରେ। ଏହି ସିଷ୍ଟମଟି ହୁଏତ ସମୁଦ୍ର ମଧ୍ୟରେ ଦୁର୍ବଳ ହୋଇଯାଇପାରେ କିମ୍ବା ମିଆଁମାର ଆଡ଼କୁ ଗତି କରିବାର ବୋଲି ସମ୍ଭାବନା ରହିଛି । 

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଏବଂ ପବନର ପରିମାଣ ବଢ଼ିପାରେ । ବିଶେଷ କରି ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଗଲ୍ଫ ଅଫ୍ ମନ୍ନାର ଏବଂ ଶ୍ରୀଲଙ୍କା ଉପକୂଳ ନିକଟରେ ଏକ ସାଇକ୍ଲୋନିକ୍ ସର୍କୁଲେସନ୍ ବା ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । କିଛି ପାଣିପାଗ ମଡେଲ୍ ଏହା ଅବପାତର ରୂପ ନେଇପାରେ ବୋଲି ଆକଳନ କରୁଥିବା ବେଳେ ଅନ୍ୟମାନେ ଏହା ଦୁର୍ବଳ ରହିବ ବୋଲି କହୁଛନ୍ତି । ବର୍ତ୍ତମାନ ସୁଦ୍ଧା କୌଣସି ବଡ଼ ବାତ୍ୟାର ଆଶଙ୍କା ନାହିଁ ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର