ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି: ଆଗାମୀ ୫-୬ ଦିନ ଧରି ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

Madhusudan Das Picture
Published On

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଜି ସକାଳ ୫:୩୦ ମିନିଟରେ ଏକ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ ସୃଷ୍ଟି ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ସମଗ୍ର ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଆଗାମୀ ୫ରୁ ୬ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିବ ବୋଲି ଆଶଙ୍କା କରାଯାଉଛି।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ଆଜି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍ ଅନୁଯାୟୀ, ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଅନୁଗୋଳ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

ସେହିପରି ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲାର କିଛି ସ୍ଥାନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରଭାବିତ ଜିଲ୍ଲାର ବାସିନ୍ଦାମାନଙ୍କୁ ସତର୍କ ରହିବାକୁ ଏବଂ ସରକାରୀ ପାଣିପାଗ ସୂଚନା ଉପରେ ନଜର ରଖିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରୁ କୁଆଖାଇ ନଦୀକୁ ଦେଇଥିବା ଅଟୋ ଚାଳକଙ୍କ ମୃତଦେହ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର