ଅଗଷ୍ଟ ୧୩ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା: ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

Madhusudan Das Picture
Published On

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ। ୧୩ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ, ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି, ଯାହା ସମୁଦ୍ର ପତ୍ତନ ଠାରୁ ୩.୧ କିଲୋମିଟର ଉପରକୁ ବ୍ୟାପିଛି। ଏହାର ପ୍ରଭାବରେ ଅଗଷ୍ଟ ୧୩ ବେଳକୁ ଏହି ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ। ଏହି ଲଘୁଚାପ କାରଣରୁ ବିଶେଷ କରି ଉତ୍ତର ଓଡ଼ିଶା ଏବଂ ଏହାର ପଡ଼ୋଶୀ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆଜି ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼, ଯାଜପୁର, ଢେଙ୍କାନାଳ, ଗଞ୍ଜାମ, ଅନୁଗୁଳ, ଦେବଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଏବଂ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ଉତ୍ତର ଓଡ଼ିଶାର ଅନ୍ୟ କେତେକ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ ବୋଲି ସତର୍କ କରାଯାଇଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ଜନ୍ମକଲା ପୁଅକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲା ବାପା

ଲଗାଣ ବର୍ଷା ଆଶଙ୍କା ଥିବାରୁ ତଳିଆ ଅଞ୍ଚଳ, ବନ୍ୟା ପ୍ରବଣ ଅଞ୍ଚଳ ଏବଂ ନଦୀକୂଳରେ ବସବାସ କରୁଥିବା ଲୋକମାନଙ୍କୁ ବିଶେଷ ଭାବେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ପ୍ରଶାସନ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖାଯାଇଛି ଏବଂ କୌଣସି ଆପାତକାଳୀନ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର