୭ରେ ଆସୁଛି ଲଘୁଚାପ: ୧୦ ଯାଏ ରାଜ୍ୟରେ ବର୍ଷା, ସତର୍କ ରହିବାକୁ ଏସ୍‍ଆରସିଙ୍କ ପରାମର୍ଶ

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୭ ତାରିଖରେ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ୫ ତାରିଖରୁ ବର୍ଷାର ପ୍ରକୋପ ଆରମ୍ଭ ହୋଇ ୭ ଓ ୮ ତାରିଖରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଲଘୁଚାପ ଯୋଗୁଁ ରାଜ୍ୟରେ ମୌସୁମୀ ଅତ୍ୟନ୍ତ ସକ୍ରିୟ ରହିବ। ଏହା ପ୍ରଭାବରେ ସମୁଦ୍ର ମଧ୍ୟରେ ପବନର ଗତି ବୃଦ୍ଧି ହେବା ସହ […]

ଭୁବନେଶ୍ୱର: ଆସନ୍ତା ୭ ତାରିଖରେ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ୫ ତାରିଖରୁ ବର୍ଷାର ପ୍ରକୋପ ଆରମ୍ଭ ହୋଇ ୭ ଓ ୮ ତାରିଖରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଲଘୁଚାପ ଯୋଗୁଁ ରାଜ୍ୟରେ ମୌସୁମୀ ଅତ୍ୟନ୍ତ ସକ୍ରିୟ ରହିବ। ଏହା ପ୍ରଭାବରେ ସମୁଦ୍ର ମଧ୍ୟରେ ପବନର ଗତି ବୃଦ୍ଧି ହେବା ସହ ସମୁଦ୍ର ଅଶାନ୍ତ ରହିବ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖଠାରୁ ଗଭୀର ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଜୁନ୍ ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତ ! ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ମିଳିବ ନିଯୁକ୍ତି

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଗୁରୁବାର ପଶ୍ଚିମ-କେନ୍ଦ୍ରୀୟ ତତ-ସଂଲଗ୍ନ ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୪.୫ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହାସହିତ ମୌସୁମୀ ନିମ୍ନ ଚାପରେଖା ରାଜସ୍ଥାନର ବିକେନାରରୁ ବାହାରି ଶିବପୁରୀ, ଜବଲପୁର, ଛତିଶଗଡ଼ର ରାଏପୁର ମଧ୍ୟଦେଇ, ଓଡ଼ିଶାର ଭୁବନେଶ୍ୱରରୁ ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ୱିଛି। ଏହା ପ୍ରଭାବରେ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ମୌସୁମୀ ନିମ୍ନ ଚାପ ରେଖା ସ୍ୱାଭାବିକ ଅବସ୍ଥାନକୁ ଫେରଥିବାରୁ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏଥିପାଇଁ ଶୁକ୍ରବାର ରାଜ୍ୟର ୭ ଜିଲ୍ଲା ରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଦିଆଯାଇଥିବା ବେଳେ ୬ ତାରିଖରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା, ତଥା ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି କରାଯାଇଛି। ଲଘୁଚାପ ସୃଷ୍ଟି ଯୋଗୁଁ ୭ରେ ବର୍ଷାର ପରିମାଣ ସାଙ୍ଗକୁ ଅଞ୍ଚଳୱାରୀ ମଧ୍ୟ ପ୍ରକୋପ ବୃଦ୍ଧି ପାଇବ। ୭ ଏବଂ ୮ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଲଘୁଚାପ ଯୋଗୁଁ ୭ ଓ ୮ ଅଗଷ୍ଟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଶାନ୍ତ ରହିବ। ସମୁଦ୍ର ମଧ୍ୟରେ ୪୫-୫୫ କିମି ବେଗରେ ପବନ ବହିବ। ଏଥିପାଇଁ ୭ ତାରିଖରୁ ପରବର୍ତ୍ତି ନିର୍ଦ୍ଦେଶନାମା ନ ଆସିବା ପର୍ଯ୍ୟନ୍ତ ଗଭୀର ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ଏସ୍‍ଆର୍‍ସିଙ୍କ କାର୍ଯ୍ୟାଳୟରୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଜଳବନ୍ଦୀ ସମସ୍ୟା ଓ ଭୂସ୍ଖଳନ ଆଦିର ମୁକାବିଲା ପାଇଁ ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷାଜନିତ କୌଣସି କ୍ଷୟକ୍ଷତି ଘଟିଲେ ତୁରନ୍ତ ଏହାର ରିପୋର୍ଟ ଦାଖଲ କରିବାକୁ ଏସ୍‍ଆରସିଙ୍କ କାର୍ଯ୍ୟାଳୟ କହିଛି।

ଆହୁରି ପଢ଼ନ୍ତୁ: ରଥଖଳାରେ ଶୋକର ଛାୟା: ତାଳଧ୍ୱଜ ରଥ ନିର୍ମାଣକାରୀ ଭୋଇ ସେବାୟତଙ୍କ ହୃଦଘାତରେ ମୃତ୍ୟୁ

05 Aug 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର