ଆସୁଛି ଲଘୁଚାପ, ବାତ୍ୟା ଆକଳନ ହୋଇନାହିଁ…

ଭୁବନେଶ୍ବର: ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଏହାର ପ୍ରଭାବରେ ୨୩ ଓ ୨୪ ତାରିଖରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା […]

ଭୁବନେଶ୍ବର: ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଏହାର ପ୍ରଭାବରେ ୨୩ ଓ ୨୪ ତାରିଖରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ଏ ନେଇ କୌଣସି ୱାର୍ଣିଂ ଦିଆଯାଇନାହିଁ। ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଚିତ୍ର ଆହୁରି ସ୍ପଷ୍ଟ ହେବ ବୋଲି ମନୋରମା କହିଛନ୍ତି। ତେବେ ବାତ୍ୟା ନେଇ କୌଣସି ସୂଚନା ନାହିଁ।

About The Author: The Sakala