ଗଭୀର ଅବପାତରେ ପରିଣତ ହେଲା ସୃଷ୍ଟ ଲଘୁଚାପ, ଆସନ୍ତା ୨୪ ଘଣ୍ଟାରେ ବାତ୍ୟା ସମ୍ଭାବନା

Madhusudan Das Picture
Published On

ଭୁବନେଶ୍ୱର: ଗଭୀର ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଆସନ୍ତା ୨୪ ଘଣ୍ଟାରେ ବାତ୍ୟା ସମ୍ଭାବନା । ଆଜି ସକାଳ ୫.୩୦ ବେଳର ଉପଗ୍ରହ ପର୍ଯ୍ୟବେକ୍ଷଣ ଅନୁଯାୟୀ ଗତକାଲିର ଅବପାତ ଘନୀଭୂତ ହୋଇ ତୀବ୍ର ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ଉତ୍ତର-ପଶ୍ଚିମ ଦିଗକୁ ଗତି କରି ୨୮ ଅକ୍ଟୋବର ସକାଳ ସୁଦ୍ଧା ଏକ ଭୟଙ୍କର ଘୂର୍ଣ୍ଣିଝଡ଼ରେ ପରିଣତ ହୋଇପାରେ। ଉତ୍ତର-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ୨୮ ଅକ୍ଟୋବର ରାତିରେ କାକିନାଡା ପାଖାପାଖି ମଛଲିପଟ୍ଟନମ୍ ଏବଂ କଳିଙ୍ଗପଟ୍ଟନମ୍ ମଧ୍ୟରେ ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୯୦ ରୁ ୧୦୦ କିଲୋମିଟର ରହିପାରେ। ଝଟକା ପବନର ବେଗ ଘଣ୍ଟା ପ୍ରତି ରହିବ ୮୦ କିଲୋମିଟର। ବାତ୍ୟା ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଆନ୍ଧ୍ର ଉପରେ ବାତ୍ୟାର ପ୍ରଭାବ ଅଧିକ ରହିବ।୨୭ରୁ ୨୯ ତାରିଖ ଯାଏ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ କାଚିବ। ୨୭ରେ ମାଲାକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ ଜିଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୨୮ ତାରିଖ ମାଲକାନଗିରି, କୋରାପୁଟ, ରାୟଗଡ, ଗଜପତି, ଗଞ୍ଜାମ, ଜିଲାକୁ ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି। ୨୯ରେ ବି ରେଡ ଆଲର୍ଟରେ ରହିଛି ୫ ଜିଲ୍ଲା। ସମସ୍ତ ବନ୍ଦରଗୁଡିକୁ ଡିସି-୧ ସଂକେତ ଜାରି କରାଯାଇଛି। ଆଜିଠାରୁ ୨୯ ଯାଏ ସମୁଦ୍ର ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର