ଲଘୁଚାପ ପ୍ରଭାବ: ଉତ୍ତର ଓ ପଶ୍ଚିମରେ ପ୍ରବଳ ବର୍ଷିବ

The Sakala Picture
Published On

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଟ୍ୱିନ୍ ସିଟି କଟକ ଏବଂ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି ।ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ଏବେ ଏହା ଘୂର୍ଣ୍ଣିବଳୟ ଭାବେ ଛତିଶଗଡ଼ ଉପରେ ରହିଛି। ତେବେ ଏହି ଘୂର୍ଣ୍ଣିବଳୟରୁ ଗୋଟିଏ ଟ୍ରଫ୍‌ […]

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଟ୍ୱିନ୍ ସିଟି କଟକ ଏବଂ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି ।ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ଏବେ ଏହା ଘୂର୍ଣ୍ଣିବଳୟ ଭାବେ ଛତିଶଗଡ଼ ଉପରେ ରହିଛି। ତେବେ ଏହି ଘୂର୍ଣ୍ଣିବଳୟରୁ ଗୋଟିଏ ଟ୍ରଫ୍‌ ଲାଇନ୍‌ ଓଡ଼ିଶା ପର୍ଯ୍ୟନ୍ତ ଲମ୍ବିଥିବାରୁ ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି।

ଆହୁରି ପଢ଼ନ୍ତୁ: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ମହାପ୍ରଭୁଙ୍କ ଶେଷ ଆଡ଼ପ ଦର୍ଶନ, ସନ୍ଧ୍ୟା ୬ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଉତ୍ତର ଓଡ଼ିଶା ବିଶେଷ କରି ବାଲେଶ୍ୱର, ଭଦ୍ରକରେ ମଙ୍ଗଲବାର ଓ ବୁଧବାର ପ୍ରବଳ ବର୍ଷା ଅନୁଭୂତ ହୋଇଥିବା ବେଳେ ପଶ୍ଚିମ ଓଡ଼ିଶାର ମଧ୍ୟ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଗତ ୩୬ ଘଣ୍ଟା ମଧ୍ୟରେ ତାଳଚେରରେ ସର୍ବାଧିକ ୨୪୭ ମିମି ବର୍ଷା ହୋଇଥିବା ବେଳେ ବାଲେଶ୍ୱରରେ ୧୦୮ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଭଦ୍ରକରେ ୯୮, କେନ୍ଦୁଝରରେ ୯୨, ଚାନ୍ଦବାଲିରେ ୮୩, ଜଗତସିଂହପୁରରେ ୭୫, ବୌଦ୍ଧରେ ୬୧, ଯାଜପୁରରେ ୪୩ ମିମି ବର୍ଷା ହୋଇଛି। ଏହା ବ୍ୟତୀତ ଅନ୍ୟ ସ୍ଥାନଗୁଡ଼ିକରେ ମଧ୍ୟ ବର୍ଷାର ପରିମାଣ ଭଲ ରହିଛି।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ଓ ସୁନାବେଶ ପାଇଁ ପୁରୀ ପୋଲିସର ଟ୍ରାଫିକ ଆଡଭାଇଜରି ଜାରି, ଜାଣନ୍ତୁ କେଉଁଠି ରହିବ ଗାଡ଼ି...

ଗୁରୁବାର ବର୍ଷାର ପ୍ରଭାବ କମିଲେ ମଧ୍ୟ ଅନେକ ସ୍ଥାନରେ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ବିଶଷ କରି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୧୧୨୫.୭ ମିମି ସ୍ୱାଭାବିକ ବର୍ଷା ତୁଳନାରେ ୧୦୫୧.୧ ମିମି ବର୍ଷା ରେକର୍ଡ ହୋଇଛି। ଏବେ ବି ୭ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୨୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ଓ ୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ପୁରୀ ଓ ଭଦ୍ରକରେ ଅଧିକ ନିଅଣ୍ଟିଆ ବର୍ଷା ରହିଛି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଚାଞ୍ଚଲ୍ୟ: ବାପାକୁ ପଥରରେ ଛେଚି ହତ୍ୟା କଲା ନୃଶଂସ ପୁଅ, ପାରିବାରିକ କଳହ ସନ୍ଦେହ

26 Sep 2024 By The Sakala

ଲଘୁଚାପ ପ୍ରଭାବ: ଉତ୍ତର ଓ ପଶ୍ଚିମରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଟ୍ୱିନ୍ ସିଟି କଟକ ଏବଂ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି ।ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ଏବେ ଏହା ଘୂର୍ଣ୍ଣିବଳୟ ଭାବେ ଛତିଶଗଡ଼ ଉପରେ ରହିଛି। ତେବେ ଏହି ଘୂର୍ଣ୍ଣିବଳୟରୁ ଗୋଟିଏ ଟ୍ରଫ୍‌ ଲାଇନ୍‌ ଓଡ଼ିଶା ପର୍ଯ୍ୟନ୍ତ ଲମ୍ବିଥିବାରୁ ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି।

ଉତ୍ତର ଓଡ଼ିଶା ବିଶେଷ କରି ବାଲେଶ୍ୱର, ଭଦ୍ରକରେ ମଙ୍ଗଲବାର ଓ ବୁଧବାର ପ୍ରବଳ ବର୍ଷା ଅନୁଭୂତ ହୋଇଥିବା ବେଳେ ପଶ୍ଚିମ ଓଡ଼ିଶାର ମଧ୍ୟ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଗତ ୩୬ ଘଣ୍ଟା ମଧ୍ୟରେ ତାଳଚେରରେ ସର୍ବାଧିକ ୨୪୭ ମିମି ବର୍ଷା ହୋଇଥିବା ବେଳେ ବାଲେଶ୍ୱରରେ ୧୦୮ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଭଦ୍ରକରେ ୯୮, କେନ୍ଦୁଝରରେ ୯୨, ଚାନ୍ଦବାଲିରେ ୮୩, ଜଗତସିଂହପୁରରେ ୭୫, ବୌଦ୍ଧରେ ୬୧, ଯାଜପୁରରେ ୪୩ ମିମି ବର୍ଷା ହୋଇଛି। ଏହା ବ୍ୟତୀତ ଅନ୍ୟ ସ୍ଥାନଗୁଡ଼ିକରେ ମଧ୍ୟ ବର୍ଷାର ପରିମାଣ ଭଲ ରହିଛି।

ଗୁରୁବାର ବର୍ଷାର ପ୍ରଭାବ କମିଲେ ମଧ୍ୟ ଅନେକ ସ୍ଥାନରେ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ବିଶଷ କରି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୧୧୨୫.୭ ମିମି ସ୍ୱାଭାବିକ ବର୍ଷା ତୁଳନାରେ ୧୦୫୧.୧ ମିମି ବର୍ଷା ରେକର୍ଡ ହୋଇଛି। ଏବେ ବି ୭ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୨୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ଓ ୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ପୁରୀ ଓ ଭଦ୍ରକରେ ଅଧିକ ନିଅଣ୍ଟିଆ ବର୍ଷା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର