ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୧୦ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ଲାଗି ରହିବ ବର୍ଷା…

The Sakala Picture
Published On

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଉତ୍ତର ଦିଗରେ ଗତି କରିବ। ଏହାରି ପ୍ରଭାବରେ ଆଜିଠାରୁ ବର୍ଷାର ପରିମାଣ ବଢିବ। ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।  ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁରକୁ ସତର୍କତା ଜାରି ହୋଇଛି। ଘଡଘଡି ବିଜୁଳି ସହ ବର୍ଷା ନେଇ ପୁରୀ, ଖୋର୍ଦ୍ଧା, […]

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଉତ୍ତର ଦିଗରେ ଗତି କରିବ। ଏହାରି ପ୍ରଭାବରେ ଆଜିଠାରୁ ବର୍ଷାର ପରିମାଣ ବଢିବ। ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।  ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁରକୁ ସତର୍କତା ଜାରି ହୋଇଛି।

ଆହୁରି ପଢ଼ନ୍ତୁ: ରଥଯାତ୍ରା ନାଁରେ ଭକ୍ତଙ୍କ ଭାବାବେଗ ସହ ଖେଳ: ଶ୍ରୀମନ୍ଦିର ଆପ୍‌ ନାଁରେ ଭାଇରାଲ୍‌ ହେଉଛି ମିଥ୍ୟା ପୂଜା, ସେବା ବିଜ୍ଞାପନ

ଘଡଘଡି ବିଜୁଳି ସହ ବର୍ଷା ନେଇ ପୁରୀ, ଖୋର୍ଦ୍ଧା, ନୟାଗଡ, ନୂଆପଡା, ବଲାଙ୍ଗିର ଏବଂ ବରଗଡକୁ ୟେଲୋ ଆଲର୍ଟ ଜାରି କରାଯାଇଛି। କାଲି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବଲାଙ୍ଗିର ଏବଂ ନବରଙ୍ଗପୁରକୁ ସତର୍କତା ଜାରି ହୋଇଛି।

ଆହୁରି ପଢ଼ନ୍ତୁ: ମହାକାଳପଡ଼ା BDO ଓ IICଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଲୋୟର ପିଏମଜିରେ ଆମରଣ ଅନଶନରେ ବସିଲେ ଚାମେଲୀ ଓଝା

ବଜ୍ରପାତ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ ଏବଂ ମୟୁରଭଞ୍ଜକୁ ୟେଲୋ ଆଲର୍ଟ ଜାରି ହୋଇଛି। ଗଣେଶ ପୂଜାରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁରକୁ ସତର୍କତା ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବା ନେଇ ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ପ୍ରବଳ ବର୍ଷା: ଭଦ୍ରକ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ଘୋଷଣା କଲା ପ୍ରଶାସନ

ଘଡଘଡି ବିଜୁଳି ସହ ବର୍ଷା ନେଇ ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଏବଂ ଜଗତସିଂହପୁରକୁ ସତର୍କତା ଜାରି କରାଯାଇଛି ଲଘୁଚାପ ପ୍ରଭାବରେ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।

05 Sep 2024 By The Sakala

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୧୦ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ଲାଗି ରହିବ ବର୍ଷା…

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଉତ୍ତର ଦିଗରେ ଗତି କରିବ। ଏହାରି ପ୍ରଭାବରେ ଆଜିଠାରୁ ବର୍ଷାର ପରିମାଣ ବଢିବ। ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।  ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁରକୁ ସତର୍କତା ଜାରି ହୋଇଛି।

ଘଡଘଡି ବିଜୁଳି ସହ ବର୍ଷା ନେଇ ପୁରୀ, ଖୋର୍ଦ୍ଧା, ନୟାଗଡ, ନୂଆପଡା, ବଲାଙ୍ଗିର ଏବଂ ବରଗଡକୁ ୟେଲୋ ଆଲର୍ଟ ଜାରି କରାଯାଇଛି। କାଲି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବଲାଙ୍ଗିର ଏବଂ ନବରଙ୍ଗପୁରକୁ ସତର୍କତା ଜାରି ହୋଇଛି।

ବଜ୍ରପାତ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ ଏବଂ ମୟୁରଭଞ୍ଜକୁ ୟେଲୋ ଆଲର୍ଟ ଜାରି ହୋଇଛି। ଗଣେଶ ପୂଜାରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁରକୁ ସତର୍କତା ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବା ନେଇ ସମ୍ଭାବନା ରହିଛି।

ଘଡଘଡି ବିଜୁଳି ସହ ବର୍ଷା ନେଇ ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଏବଂ ଜଗତସିଂହପୁରକୁ ସତର୍କତା ଜାରି କରାଯାଇଛି ଲଘୁଚାପ ପ୍ରଭାବରେ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର