ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ସୃଷ୍ଟି ହେଲା ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।  ଆଗାମୀ ୨ ଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାରି ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।  କେତେକ ସ୍ଥାନରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସହ ରାସ୍ତା ବୁଡ଼ିବ ଏବଂ ପାହାଡ଼ ଧସିବା ଆଶଙ୍କା କରାଯାଉଛି । […]

ଭୁବନେଶ୍ବର: ସୃଷ୍ଟି ହେଲା ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।  ଆଗାମୀ ୨ ଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାରି ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।  କେତେକ ସ୍ଥାନରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସହ ରାସ୍ତା ବୁଡ଼ିବ ଏବଂ ପାହାଡ଼ ଧସିବା ଆଶଙ୍କା କରାଯାଉଛି । ସମୁଦ୍ର ଅଶାନ୍ତ ହେଉଥିବାରୁ ୨୨ ତାରିଖ ଯାଏ ମତ୍ସଜୀବୀଙ୍କୁ ସମୁଦ୍ର ମନା ହୋଇଛି ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

ଏହାଦ୍ୱାରା ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବା ବେଳେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଗୁରୁବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଆଦିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି। ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଟକ, ବୌଦ୍ଧ ସୋନପୁର, ବଲାଙ୍ଗିର, ବରଗଡ଼ ଆଦିରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହିତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଆଦି ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି। ସେହିପରି ମାଟି ରାସ୍ତା ଓ ମାଟି କାନ୍ଥ ବର୍ଷା ଦ୍ୱାରା ପ୍ରଭାବିତ ହେବାକୁ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

ମାଲକାନଗିରି ଓ କୋରାପୁଟ ଜିଲ୍ଲାର କିଛି ବ୍ଲକରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ମଧ୍ୟ ଆକଳନ କରିଛି। ଅନ୍ୟପଟେ ସମ୍ଭାବ୍ୟ ବର୍ଷା ଏହାଜନିତ ଉପୁଜିବାକୁ ଥିବା ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସ୍‌‌ଆରସି ନିର୍ଦ୍ଦେଶ ଦେଇଛନ୍ତି। ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଏନେଇ ସମସ୍ତ ପ୍ରକାର ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

20 Jul 2023 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର