ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ପ୍ରଭାବରେ ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଓଡିଶାକୁ ମୌସୁମୀ ବାୟୁ ପ୍ରବେଶ କରି ସାରିଥିବାରୁ ବଙ୍ଗୋପସାଗରରେ ଆସିଥିବା ଲଘୁଚାପ ଏହାକୁ ଆହୁରି […]

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ପ୍ରଭାବରେ ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଓଡିଶାକୁ ମୌସୁମୀ ବାୟୁ ପ୍ରବେଶ କରି ସାରିଥିବାରୁ ବଙ୍ଗୋପସାଗରରେ ଆସିଥିବା ଲଘୁଚାପ ଏହାକୁ ଆହୁରି ସକ୍ରିୟ କରିବ ।

ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ସମ୍ବଲପୁର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲା ପାଇଁ ବିପଦ ଆଣିପାରେ ବର୍ଷା । ତେବେ ବର୍ଷା ପାଇଁ ଆଗାମୀ ୩ ଘଣ୍ଟା ପାଇଁ ଟୁଇନ ସିଟି ସହ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଟୁଇନସିଟି ସହ ଢେଙ୍କାନାଳ, ଅନୁଗୁଳ, ବାଲେଶ୍ବର, ଭଦ୍ରକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ନୂଆପଡ଼ା, ବୌଦ୍ଧ, ଯାଜପୁର ଓ ବଲାଙ୍ଗୀରକୁ ବର୍ଷା ସତର୍କତା ଜାରି ହୋଇଛି ।

ପରବର୍ତ୍ତୀ ୨୪ ଘଣ୍ଟା ସମ୍ବଲପୁର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲା ପାଇଁ ବିପଦ ଆଣିପାରେ। ରବିବାର ସକାଳଠାରୁ ସୋମବାର ସକାଳ ସୁଦ୍ଧା ଏହି ୩ଟି ଜିଲ୍ଲାରେ ୨୦୦ ‌ମିମିରୁ ଅଧିକ ପରିମାଣର ବର୍ଷା ହେବ। ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ଦେବଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ଅରେଞ୍ଜ ୱାର୍ଣ୍ଣିଂ ଏବଂ ବାକି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାକୁ ଥିବା ୟେଲୋୱାର୍ଣ୍ଣିଂ ଦିଆଯାଇଛି। ଜୁନ୍‌ ୨୬ ତାରିଖ ସକାଳ ୮ଟାରୁ ୨୭ ତାରିଖ ସକାଳ ମଧ୍ୟରେ ବଲାଙ୍ଗୀର, କଳାହାଣ୍ଡି, ବରଗଡ଼ରେ ୨୦୦ ମିମିରୁ ଅଧିକ ପରିମାଣର ବର୍ଷା ହେବ।

About The Author: The Sakala